ଶିକ୍ଷୟିତ୍ରୀଙ୍କୁ ନିର୍ଯାତନା ଘଟଣା ତଦନ୍ତ ଭାର ନେଲେ ଡିଏସ୍‌ପି

ଫୁଲବାଣୀ ଅଫିସ, ୨୮ା୮- ମକ.ନୂଆଗାଁ ବ୍ଲକ ସ୍ଥିତ କୁଡ଼ୁତୁଲି ସରକାରୀ ଉନ୍ନୀତ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଜଣେ ଶିକ୍ଷୟିତ୍ରୀଙ୍କୁ ନିର୍ଯାତନା ଦେବା ଘଟଣାକୁ ନେଇ ଜିଲାରେ ଅସନ୍ତୋଷ ସୃଷ୍ଟି ହୋଇଛି ା ପୋଲିସ ଏହି ଘଟଣାରେ ପ୍ରାଥମିକ ତଦନ୍ତ ପରେ ଏସ୍‌ସି/ଏସଟି ପ୍ରିଭେନସନ ଆକ୍ଟ ଏବଂ ଆଇପିସି ଧାରା ଅନୁସାରେ ୪୮/୧୯ରେ ମାମଲା ରୁଜୁ ହୋଇଛି। ଏହି ଘଟଣାର ତଦନ୍ତ ଭାର ଡିଏସ୍‌ପି ଏସ.କେ.ରାୟଙ୍କୁ ଦିଆଯାଇଥିବା ଏସ୍‌ପି ପ୍ରତୀକ ସିଂ ସୂଚନା ଦେଇଛନ୍ତି। ଏତେ ସବୁ ପରେ ବି ଜିଲା ଶିକ୍ଷା ବିଭାଗ ପକ୍ଷରୁ କୌଣସି ଅଭିଯୁକ୍ତମାନଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ ା ଘଟଣାକୁ ଚାପି ଦେବାକୁ ବିଭାଗ ପ୍ରୟାସ କରୁଛି ା ଅନ୍ୟପକ୍ଷରେ ଜିଲା ଶିକ୍ଷାଧିକାରୀ ବିକାଶ ପ୍ରଧାନ କହିଛନ୍ତି, ପୋଲିସ ରିପୋର୍ଟ ଆସିବା ପରେ ଯାହାକିଛି ପଦକ୍ଷେପ ନିଆଯିବ। ସେପଟେ ଶିକ୍ଷୟିତ୍ରୀ ଜଣକ ଭୟରେ ଦିନ କାଟୁଛନ୍ତି। କ. ନୂଆଗାଁ ବ୍ଲକ ଦାୟିତ୍ୱରେ ଥିବା ବାଲିଗୁଡ଼ା ବ୍ଲକ ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ତ୍ରିପାଠୀଙ୍କୁ ପଚାରିବାରୁ ଏ ବିଷୟରେ ଜିଲା ଅଫିସ ପକ୍ଷରୁ କୌଣସି ନିର୍ଦ୍ଦେଶ ଆସିନାହିଁ।ଏପରିକି ସ୍କୁଲରେ ୨ ଶିକ୍ଷକ ନ ଥିଲେ ମଧ୍ୟ ବିଇଓ କିଛି ଜାଣି ନ ଥିବା କି କେହି ଛୁଟି ଦରଖାସ୍ତ ଦେଇ ନ ଥିବା କହିଛନ୍ତି। ସୂଚନାଯୋଗ୍ୟ, କୁଡ଼ୁତୁଲି ଉନ୍ନୀତ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଗତ ଜୁଲାଇ ୧୮ ତାରିଖରେ ଶିକ୍ଷୟିତ୍ରୀ ଗୀତାଞ୍ଜଳି ପ୍ରଧାନ କାନ୍ଦୁଥିବା ଦେଖି ଅନ୍ୟ ଜଣେ ଶିକ୍ଷୟିତ୍ରୀ କାରଣ ପଚାରିଥିଲେ। ପ୍ରଧାନଶିକ୍ଷକ ତାଙ୍କୁ ଅସଦବ୍ୟବହାର ପ୍ରଦର୍ଶନ କରିଥିବା ସେ କହିଥିଲେ। ପରେ ପ୍ରଧାନଶିକ୍ଷକ ଚନ୍ଦ୍ରଶେଖର ମହାରଣା, ସହକାରୀ ଶିକ୍ଷକ ସଦାଶିବ ବେହେରା ଓ ଅନ୍ୟ ଜଣେ ଶିକ୍ଷକ ଗୀତାଞ୍ଜଳୀଙ୍କ ସହ କଥା ହେଉଥିବା ଶିକ୍ଷୟିତ୍ରୀ ଜଣକଙ୍କୁ ଅଫିସ ରୁମକୁ ଡାକି ତାଗିଦ କରିଥିଲେ। ଏ ନେଇ ଗୀତାଞ୍ଜଳି ଜିଲା ଶିକ୍ଷାଧିକାରୀଙ୍କ ପାଖକୁ ଯାଇ ପ୍ରଧାନଶିକ୍ଷକ ଓ ଅନ୍ୟମାନଙ୍କ ନାମରେ ଅଭିଯୋଗ କରିଥିଲେ। ପ୍ରଧାନଶିକ୍ଷକ ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ମାନଙ୍କ ଉପସ୍ଥିତିରେ ଗୀତାଞ୍ଜଳିକୁ ଧମକ ଦେଇ ମୋର କିଛି ଅସୁବିଧା ନାହିଁ। ଯଦି ଚାହିଁବି ତେବେ ତୁମକୁ ଚାକିରିରୁ ବହିଷ୍କାର କରିବି ବୋଲି କହିଥିଲେ ା ଏ ନେଇ ଶିକ୍ଷୟିତ୍ରୀ ଗୀତାଞ୍ଜଳୀ କ.ନୂଆଗାଁ ଥାନାରେ ଏତଲା ଦେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ: ମୋହନାରୁ ଯାଉଥିଲା ବ୍ରହ୍ମପୁର…

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁ ଛକ ନିକଟରୁ ଗୁରୁବାର ଅବକାରୀ କର୍ମଚାରୀ ୨ଜଣ ଯୁବକଙ୍କ ନିକଟରୁ ୯ କେଜି ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?