ଶିକ୍ଷୟିତ୍ରୀଙ୍କୁ ଯୌନ ନିର୍ଯାତନା: ଏସଡିପିଓ ତଦନ୍ତ କରି ଫେରିଲେ

ବାଲିଆପାଳ,୭।୧୧(ସ୍ବ.ପ୍ର./ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଅନ୍ତର୍ଗତ ଜାଠିଆଠାରେ ଥିବା ଏକ ହାଇସ୍କୁଲର ଜନୈକା ଶିକ୍ଷୟିତ୍ରୀଙ୍କୁ ପ୍ରଧାନଶିକ୍ଷକ ଯୌନ ନିର୍ଯାତନା ଦେବା ଘଟଣା ପଦାକୁ ଆସିଛି। ଏ ନେଇ ବାଲିଆପାଳ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଏକ ମାମଲା (ନଂ. ୧୭୨/୧୯) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ବୁଧବାର ଅପରାହ୍ନରେ ବସ୍ତା ଏସ୍‌ଡ଼ିପିଓ ରଞ୍ଜିତ ପୃଷ୍ଟି ଉକ୍ତ ବିଦ୍ୟାଳୟକୁ ଯାଇ ତଦନ୍ତ କରିଛନ୍ତି। ସେ ଅଭିଯୋଗକାରୀ ଶିକ୍ଷୟିତ୍ରୀଙ୍କ ସମେତ ଅଭିଯୁକ୍ତ ପ୍ରଧାନ ଶିକ୍ଷକ, ସ୍କୁଲ ପରିଚାଳନା କମିଟିି ଓ ଗ୍ରାମବାସୀଙ୍କ ବୟାନ ରେର୍କଡ କରି ଫେରିଛନ୍ତି। ଏଥିପୂର୍ବରୁ ବାଲିଆପାଳ ଥାନା ପୋଲିସ ଏହି ଘଟଣାର ତଦନ୍ତରେ ଶିଥିଳତା ପ୍ରକାଶ କରୁଥିବା ଦର୍ଶାଇ ସମ୍ପୃକ୍ତ ଶିକ୍ଷୟିତ୍ରୀ ଗଣମାଧ୍ୟମ ସାମ୍ନାକୁ ଆସି ସମସ୍ତ ଘଟଣା ବୟାନ କରିବା ପରେ ଏହା ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି।
ଶିକ୍ଷୟିତ୍ରୀ ତାଙ୍କ ଅଭିଯୋଗରେ ଦର୍ଶାଇଛନ୍ତି ଯେ, ଉକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକ ତାଙ୍କୁ ବିଭିନ୍ନ ସମୟରେ ଅସଦାଚରଣ କରିବା ସହିତ ଅଫିସ୍‌ ଭିତରେ ଏକୁଟିଆ ଦେଖି ଯୌନ ନିର୍ଯାତନା ଦେଉଥିଲେ। ଏ ସମ୍ପର୍କରେ ସେ ବିଦ୍ୟାଳୟ ପରିଚାଳନା କମିଟି କର୍ମକର୍ତ୍ତାଙ୍କୁ ଜଣାଇଥିଲେ। କମିଟିରେ ଏ ସମ୍ପର୍କରେ ଆଲୋଚନା ହୋଇଥିଲେ ମଧ୍ୟ କିଛି ସୁଫଳ ମିଳି ନ ଥିଲା। ଅନ୍ୟପକ୍ଷେ ପ୍ରଧାନଶିକ୍ଷକଙ୍କ କେତେକ ସମର୍ଥକ ଶିକ୍ଷକ ନିର୍ଯାତନା ଦେବା ଘଟଣା ବାହାରେ ପ୍ରଘଟ କଲେ ପରିସ୍ଥିତି ଭୟାବହ ହେବ ବୋଲି ଧମକଚମକ ଦେଇଥିଲେ। ଏଥିରେ ଅତିଷ୍ଠ ହୋଇ ସେ ବାଲିଆପାଳ ଥାନାରେ ଏ ନେଇ ଗତ ମାସ ୨୦ ତାରିଖରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ମାମଲା ରୁଜୁ କରିଥିଲେ ମଧ୍ୟ ତଦନ୍ତ ନ କରି ନୀରବ ରହିବାରୁ ସେ ଶେଷରେ ଗଣମାଧ୍ୟମ ସାମ୍ନାକୁ ଆସିବାକୁ ବାଧ୍ୟ ହୋଇଥିବା କହିଥିଲେ। ଅନ୍ୟପକ୍ଷେ ପୋଲିସ ତଦନ୍ତରେ ଶିଥିଳତା ନେଇ ସେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, ମହିଳା କମିଶନ, ରାଜ୍ୟ ମାନବାଧିକାର କମିଶନ, ଜିଲାପାଳ ଓ ଜିଲା ଶିକ୍ଷାଧିକାରୀଙ୍କ ନିକଟକୁ ଅଭିଯୋଗ ପଠାଇଛନ୍ତି। ଉଲ୍ଲେଖନୀୟ ଯେ, ଶିକ୍ଷୟତ୍ରୀଙ୍କ ଅଭିଯୋଗ ଗଣମାଧ୍ୟମରେ ପ୍ରଚାର ହେବା ପରେ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାସ ତୁରନ୍ତ ଏହାର ତଦନ୍ତ କରି ବୁଧବାର ସନ୍ଧ୍ୟା ସୁଦ୍ଧା ରିପୋର୍ଟ ଦେବାକୁ ଜିଲା ଶିକ୍ଷାଧିକାରୀ ପ୍ରମୋଦ କୁମାର ଷଡ଼ଙ୍ଗୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତଦନୁଯାୟୀ ବାଲିଆପାଳ ବିଇଓ ନାରାୟଣ ଦାସ, ନିଶାମଣି ଗାର୍ଲସ ହାଇସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ରେବତୀ ଦାସ ଅପରାହ୍ନରେ ସେଠାକୁ ଯାଇ ମିଳିତ ତଦନ୍ତ କରି ଗଣଶିକ୍ଷାମନ୍ତ୍ରୀଙ୍କ ନିକଟକୁ ରିପୋର୍ଟ ପଠାଇଥିବା ଜଣାପଡିଛି। ଅପରପକ୍ଷେ ସମ୍ପୃକ୍ତ ପ୍ରଧାନ ଶିକ୍ଷକ ତାଙ୍କ ବିରୋଧରେ ଶିକ୍ଷୟିତ୍ରୀ ଆଣିଥିବା ଅଭିଯୋଗକୁ ଖଣ୍ଡନ କରିବା ସହିତ ସେ ଏଭଳି କିଛି କାର୍ଯ୍ୟ କରି ନାହାନ୍ତି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri