ଶିକ୍ଷୟିତ୍ରୀଙ୍କୁ ଯୌନ ନିର୍ଯାତନା: ଏସଡିପିଓ ତଦନ୍ତ କରି ଫେରିଲେ

ବାଲିଆପାଳ,୭।୧୧(ସ୍ବ.ପ୍ର./ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଅନ୍ତର୍ଗତ ଜାଠିଆଠାରେ ଥିବା ଏକ ହାଇସ୍କୁଲର ଜନୈକା ଶିକ୍ଷୟିତ୍ରୀଙ୍କୁ ପ୍ରଧାନଶିକ୍ଷକ ଯୌନ ନିର୍ଯାତନା ଦେବା ଘଟଣା ପଦାକୁ ଆସିଛି। ଏ ନେଇ ବାଲିଆପାଳ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଏକ ମାମଲା (ନଂ. ୧୭୨/୧୯) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ବୁଧବାର ଅପରାହ୍ନରେ ବସ୍ତା ଏସ୍‌ଡ଼ିପିଓ ରଞ୍ଜିତ ପୃଷ୍ଟି ଉକ୍ତ ବିଦ୍ୟାଳୟକୁ ଯାଇ ତଦନ୍ତ କରିଛନ୍ତି। ସେ ଅଭିଯୋଗକାରୀ ଶିକ୍ଷୟିତ୍ରୀଙ୍କ ସମେତ ଅଭିଯୁକ୍ତ ପ୍ରଧାନ ଶିକ୍ଷକ, ସ୍କୁଲ ପରିଚାଳନା କମିଟିି ଓ ଗ୍ରାମବାସୀଙ୍କ ବୟାନ ରେର୍କଡ କରି ଫେରିଛନ୍ତି। ଏଥିପୂର୍ବରୁ ବାଲିଆପାଳ ଥାନା ପୋଲିସ ଏହି ଘଟଣାର ତଦନ୍ତରେ ଶିଥିଳତା ପ୍ରକାଶ କରୁଥିବା ଦର୍ଶାଇ ସମ୍ପୃକ୍ତ ଶିକ୍ଷୟିତ୍ରୀ ଗଣମାଧ୍ୟମ ସାମ୍ନାକୁ ଆସି ସମସ୍ତ ଘଟଣା ବୟାନ କରିବା ପରେ ଏହା ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି।
ଶିକ୍ଷୟିତ୍ରୀ ତାଙ୍କ ଅଭିଯୋଗରେ ଦର୍ଶାଇଛନ୍ତି ଯେ, ଉକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକ ତାଙ୍କୁ ବିଭିନ୍ନ ସମୟରେ ଅସଦାଚରଣ କରିବା ସହିତ ଅଫିସ୍‌ ଭିତରେ ଏକୁଟିଆ ଦେଖି ଯୌନ ନିର୍ଯାତନା ଦେଉଥିଲେ। ଏ ସମ୍ପର୍କରେ ସେ ବିଦ୍ୟାଳୟ ପରିଚାଳନା କମିଟି କର୍ମକର୍ତ୍ତାଙ୍କୁ ଜଣାଇଥିଲେ। କମିଟିରେ ଏ ସମ୍ପର୍କରେ ଆଲୋଚନା ହୋଇଥିଲେ ମଧ୍ୟ କିଛି ସୁଫଳ ମିଳି ନ ଥିଲା। ଅନ୍ୟପକ୍ଷେ ପ୍ରଧାନଶିକ୍ଷକଙ୍କ କେତେକ ସମର୍ଥକ ଶିକ୍ଷକ ନିର୍ଯାତନା ଦେବା ଘଟଣା ବାହାରେ ପ୍ରଘଟ କଲେ ପରିସ୍ଥିତି ଭୟାବହ ହେବ ବୋଲି ଧମକଚମକ ଦେଇଥିଲେ। ଏଥିରେ ଅତିଷ୍ଠ ହୋଇ ସେ ବାଲିଆପାଳ ଥାନାରେ ଏ ନେଇ ଗତ ମାସ ୨୦ ତାରିଖରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ମାମଲା ରୁଜୁ କରିଥିଲେ ମଧ୍ୟ ତଦନ୍ତ ନ କରି ନୀରବ ରହିବାରୁ ସେ ଶେଷରେ ଗଣମାଧ୍ୟମ ସାମ୍ନାକୁ ଆସିବାକୁ ବାଧ୍ୟ ହୋଇଥିବା କହିଥିଲେ। ଅନ୍ୟପକ୍ଷେ ପୋଲିସ ତଦନ୍ତରେ ଶିଥିଳତା ନେଇ ସେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, ମହିଳା କମିଶନ, ରାଜ୍ୟ ମାନବାଧିକାର କମିଶନ, ଜିଲାପାଳ ଓ ଜିଲା ଶିକ୍ଷାଧିକାରୀଙ୍କ ନିକଟକୁ ଅଭିଯୋଗ ପଠାଇଛନ୍ତି। ଉଲ୍ଲେଖନୀୟ ଯେ, ଶିକ୍ଷୟତ୍ରୀଙ୍କ ଅଭିଯୋଗ ଗଣମାଧ୍ୟମରେ ପ୍ରଚାର ହେବା ପରେ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାସ ତୁରନ୍ତ ଏହାର ତଦନ୍ତ କରି ବୁଧବାର ସନ୍ଧ୍ୟା ସୁଦ୍ଧା ରିପୋର୍ଟ ଦେବାକୁ ଜିଲା ଶିକ୍ଷାଧିକାରୀ ପ୍ରମୋଦ କୁମାର ଷଡ଼ଙ୍ଗୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତଦନୁଯାୟୀ ବାଲିଆପାଳ ବିଇଓ ନାରାୟଣ ଦାସ, ନିଶାମଣି ଗାର୍ଲସ ହାଇସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ରେବତୀ ଦାସ ଅପରାହ୍ନରେ ସେଠାକୁ ଯାଇ ମିଳିତ ତଦନ୍ତ କରି ଗଣଶିକ୍ଷାମନ୍ତ୍ରୀଙ୍କ ନିକଟକୁ ରିପୋର୍ଟ ପଠାଇଥିବା ଜଣାପଡିଛି। ଅପରପକ୍ଷେ ସମ୍ପୃକ୍ତ ପ୍ରଧାନ ଶିକ୍ଷକ ତାଙ୍କ ବିରୋଧରେ ଶିକ୍ଷୟିତ୍ରୀ ଆଣିଥିବା ଅଭିଯୋଗକୁ ଖଣ୍ଡନ କରିବା ସହିତ ସେ ଏଭଳି କିଛି କାର୍ଯ୍ୟ କରି ନାହାନ୍ତି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri