ଶିକ୍ଷୟିତ୍ରୀଙ୍କ ନିଲମ୍ବନ ବିରୋଧରେ ତାଲା

ଅନୁଗୋଳ ଅଫିସ, ୧୬।୭ ଅନୁଗୋଳ ସହର ପଶ୍ଚିମ ବଜାରପଡ଼ା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପ୍ରଣତି ମିଶ୍ର ଓ ସହକାରୀ ଶିକ୍ଷୟିତ୍ରୀ ପ୍ରୀତିମଞ୍ଜରୀ ଦ୍ୱିବେଦୀଙ୍କୁ ଶିକ୍ଷାଦାନରେ ଅବହେଳା କାରଣରୁ ସସ୍‌ପେଣ୍ଡ କରାଯାଇଥିଲା। ଏହାକୁ ବିରୋଧ କରି ସ୍କୁଲ ପରିଚାଳନା କମିଟିର ସୁଲେଖା ବେଗମ୍‌ଙ୍କ ସହ ଅନ୍ୟମାନେ ବିଦ୍ୟାଳୟ ଫାଟକରେ ତାଲା ପକାଇ ପ୍ରତିବାଦ କରିଥିଲେ। ଖବରପାଇ ଏବିଇଓ ଉଦ୍ଧବ ପ୍ରଧାନ ଓ ସିଆର୍‌ସିସି ଅଖିଳ ଷଡ଼ଙ୍ଗୀ ସ୍କୁଲରେ ପହଞ୍ଚି କମିଟି ସଦସ୍ୟାସଦସ୍ୟଙ୍କୁ ବୁଝାଶୁଝା କରିବା ପରେ ଆନ୍ଦୋଳନ ହଟିଥିଲା। ମଙ୍ଗଳବାର ଠାରୁ ସ୍କୁଲରେ ପାଠପଢ଼ା ସ୍ବାଭାବିକ ହେବ ବୋଲି ଅନୁଗୋଳ ବ୍ଲକ ଶିକ୍ଷା ଅଧିକାରୀ ଲୋପାମୁଦ୍ରା ପଟ୍ଟନାୟକ ସୂଚନା ଦେଇଛନ୍ତି। ପ୍ରଧାନ ଶିକ୍ଷୟିତ୍ରୀ ପ୍ରଣତି ମିଶ୍ରଙ୍କୁ ସୌଭାଗ୍ୟ ନଗରସ୍ଥିତ ବିଦ୍ୟାଳୟରେ ଓ ସହକାରୀ ଶିକ୍ଷୟିତ୍ରୀ ପ୍ରୀତିମଞ୍ଜରୀ ଦ୍ୱିବେଦୀଙ୍କୁ ଉତ୍ତରପଡ଼ା ବିଦ୍ୟାଳୟରେ ହାଜିରା ଦେବା ପାଇଁ ନିର୍ଦ୍ଦେଶ ରହିଛି। ଏହି ଦୁଇ ଶିକ୍ଷୟିତ୍ରୀଙ୍କ ସ୍ଥାନରେ ନୂଆ ଦୁଇ ଜଣ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ବରିଷ୍ଠ IPS ଦୟାଲ ଗଙ୍ଗଓ୍ବାର ସସ୍‌ପେଣ୍ଡ

ଭୁବନେଶ୍ୱର,୧୮।୬: ବହୁ ଚର୍ଚ୍ଚିତ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ରାଜ୍ୟ ପୋଲିସ ବିଭାଗ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବରିଷ୍ଠ ଆଇପିଏସ (IPS) ଅଧିକାରୀ ଦୟାଲ ଗଙ୍ଗୱାରଙ୍କୁ…

NEET ମାମଲାରେ ଟେଲିଗ୍ରାମ ବନାମ ସରକାର: ସରକାର ହ୍ବାଟସଆପ-ଫେସବୁକକୁ ଛାଡି କେବଳ ଟେଲିଗ୍ରାମକୁ କାହିଁକି ବ୍ୟାନ କଲେ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୧୮।୬: NEET ପେପର୍‌ ଲିକ ମାମଲା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଭାରତ ସରକାର ବୁଧବାର ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ଲଗାଇଛନ୍ତି। ଜୁନ ୨୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri