ଶିକ୍ଷୟିତ୍ରୀଙ୍କ ବଦଳି ପ୍ରତିବାଦରେ ଧାରଣା : ବିଇଓ କାର୍ଯ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ

ଗଞ୍ଜାମ,୨୯ା୧୦(ଡି.ଏନ.ଏ.)-ଗଞ୍ଜାମ ବ୍ଲକ ସାନରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସହ-ଶିକ୍ଷୟିତ୍ରୀ ଭାଗ୍ୟବତୀ ବେହେରାଙ୍କୁ ବଦଳି ନ କରିବାକୁ ଗ୍ରାମବାସୀ ସୋମବାର ବିଇଓ କାର୍ଯ୍ୟାଳୟରେ ତାଲା ପକାଇ ଧାରଣାରେ ବସିଥିଲେ। ଏଥିସହ ଉକ୍ତ ସ୍କୁଲ ପ୍ରଧାନ ଶିକ୍ଷକ ତଥା ଗଞ୍ଜାମ ବ୍ଲକ ଏବିଇଓଙ୍କ ବଦଳି ପାଇଁ ଗ୍ରାମର ଶତାଧିକ ମହିଳା ପୁରୁଷ ବିଇଓ ଅଫିସ ଆଗରେ ହୋହାଲ୍ଲା କରିଥିଲେ।
ଖବର ପାଇ ଗଞ୍ଜାମ ତହସିଲଦାର ଅବନୀ କୁମାର ସାହୁ, ଥାନାଧିକାରୀ ଦିଲୀପ କୁମାର ସାହୁ ଘଟଣାସ୍ଥଳରେ ପହଞ୍ଚତ୍ ଉତ୍ତ୍ୟକ୍ତ ଗ୍ରାମବାସୀଙ୍କୁ ବୁଝାଇବାକୁ ସମସ୍ତ ପ୍ରକାର ଉଦ୍ୟମ କରି ବିଫଳ ହୋଇଥିଲେ। ଫଳରେ ସେଠାରେ ଉତ୍ତେଜନା ଲାଗି ରହିଥିଲା। ପରେ ଥାନାଧିକାରୀ ପ୍ରଧାନ ଶିକ୍ଷକ ବିଜୟ ଚନ୍ଦ୍ର ବେହେରାଙ୍କୁ ଅଫିସକୁ ଡ଼ାକି ଗ୍ରାମବାସୀଙ୍କ ଅଭିଯୋଗ ସମ୍ପର୍କରେ ପଚାରିଥିଲେ। କିନ୍ତୁ ସେ ଏହାକୁ ଖଣ୍ଡନ କରିଛନ୍ତି। ଦୀର୍ଘ ୨୦ ବର୍ଷରୁ ଊର୍ଦ୍ଧ୍ୱ ଉକ୍ତ ସ୍କୁଲରେ ପ୍ରଧାନ ଶିକ୍ଷକ ଭାବେ ବେହେରା ରହିଛନ୍ତି। ସେ ହିଁ ସହ-ଶିକ୍ଷୟିତ୍ରୀଙ୍କୁ ବଦଳି କରିଛନ୍ତି ବୋଲି ଗ୍ରାମବାସୀ ଦାବି କରି ତାଙ୍କୁ ତୁରନ୍ତ ବଦଳି ଏବଂ ଶିକ୍ଷୟିତ୍ରୀଙ୍କୁ ପୁନଃ ସ୍କୁଲରେ ଅବସ୍ଥାପିତ କରିବା ପାଇଁ ଗୋଷ୍ଠୀ ଶିକ୍ଷାଧିକାରୀଙ୍କୁ ଏକ ଲିଖିତ ଦାବିପତ୍ର ପ୍ରଦାନ କରିଥିଲେ। କିନ୍ତୁ ସନ୍ଧ୍ୟା ସୁଦ୍ଧା କୌଣସି ସମାଧାନ ହୋଇପାରି ନ ଥିଲା। ପରେ ବ୍ଲକ ଅଧ୍ୟକ୍ଷ ପ୍ରଶାନ୍ତ କୁମାର ନାୟକ ମଧ୍ୟ ବିଇଓ କାର୍ଯ୍ୟାଳୟକୁ ଆସି ଆଲୋଚନା କରିଥିଲେ। ଏ ନେଇ ସରପଞ୍ଚ ପ୍ରତିନିଧି ଭଗବାନ ନାହାକ, ବ୍ଲକ ଅଧ୍ୟକ୍ଷ ନାୟକ ପ୍ରମୁଖ ତହସିଲଦାରଙ୍କ ସହ ଆଲୋଚନା କରି ଜିଲା ଶିକ୍ଷାଧିକାରୀ (ଡିଇଓ)ଙ୍କୁ ଫୋନ ଯୋଗେ ଜଣାଇଥିଲେ। ଏ ସମ୍ପର୍କରେ ଗ୍ରାମବାସୀ ଡିଇଓଙ୍କୁ ଲିଖିତ ଭାବେ ଜଣାଇଥିଲେ। ପରେ ଡିଇଓ ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ମିଳିବା ପରେ ଗ୍ରାମବାସୀ ଧାରଣାରୁ ଓହରିଥିଲେ। ଏ ଦିଗରେ ପଦକ୍ଷେପ ନ ନେଲେ ମଧୁରଚୁଆ ଗ୍ରାମବାସୀ ପୁଣି ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri