ଶିକ୍ଷୟିତ୍ରୀଙ୍କ ବଦଳି ପ୍ରତିବାଦରେ ଧାରଣା : ବିଇଓ କାର୍ଯ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ

ଗଞ୍ଜାମ,୨୯ା୧୦(ଡି.ଏନ.ଏ.)-ଗଞ୍ଜାମ ବ୍ଲକ ସାନରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସହ-ଶିକ୍ଷୟିତ୍ରୀ ଭାଗ୍ୟବତୀ ବେହେରାଙ୍କୁ ବଦଳି ନ କରିବାକୁ ଗ୍ରାମବାସୀ ସୋମବାର ବିଇଓ କାର୍ଯ୍ୟାଳୟରେ ତାଲା ପକାଇ ଧାରଣାରେ ବସିଥିଲେ। ଏଥିସହ ଉକ୍ତ ସ୍କୁଲ ପ୍ରଧାନ ଶିକ୍ଷକ ତଥା ଗଞ୍ଜାମ ବ୍ଲକ ଏବିଇଓଙ୍କ ବଦଳି ପାଇଁ ଗ୍ରାମର ଶତାଧିକ ମହିଳା ପୁରୁଷ ବିଇଓ ଅଫିସ ଆଗରେ ହୋହାଲ୍ଲା କରିଥିଲେ।
ଖବର ପାଇ ଗଞ୍ଜାମ ତହସିଲଦାର ଅବନୀ କୁମାର ସାହୁ, ଥାନାଧିକାରୀ ଦିଲୀପ କୁମାର ସାହୁ ଘଟଣାସ୍ଥଳରେ ପହଞ୍ଚତ୍ ଉତ୍ତ୍ୟକ୍ତ ଗ୍ରାମବାସୀଙ୍କୁ ବୁଝାଇବାକୁ ସମସ୍ତ ପ୍ରକାର ଉଦ୍ୟମ କରି ବିଫଳ ହୋଇଥିଲେ। ଫଳରେ ସେଠାରେ ଉତ୍ତେଜନା ଲାଗି ରହିଥିଲା। ପରେ ଥାନାଧିକାରୀ ପ୍ରଧାନ ଶିକ୍ଷକ ବିଜୟ ଚନ୍ଦ୍ର ବେହେରାଙ୍କୁ ଅଫିସକୁ ଡ଼ାକି ଗ୍ରାମବାସୀଙ୍କ ଅଭିଯୋଗ ସମ୍ପର୍କରେ ପଚାରିଥିଲେ। କିନ୍ତୁ ସେ ଏହାକୁ ଖଣ୍ଡନ କରିଛନ୍ତି। ଦୀର୍ଘ ୨୦ ବର୍ଷରୁ ଊର୍ଦ୍ଧ୍ୱ ଉକ୍ତ ସ୍କୁଲରେ ପ୍ରଧାନ ଶିକ୍ଷକ ଭାବେ ବେହେରା ରହିଛନ୍ତି। ସେ ହିଁ ସହ-ଶିକ୍ଷୟିତ୍ରୀଙ୍କୁ ବଦଳି କରିଛନ୍ତି ବୋଲି ଗ୍ରାମବାସୀ ଦାବି କରି ତାଙ୍କୁ ତୁରନ୍ତ ବଦଳି ଏବଂ ଶିକ୍ଷୟିତ୍ରୀଙ୍କୁ ପୁନଃ ସ୍କୁଲରେ ଅବସ୍ଥାପିତ କରିବା ପାଇଁ ଗୋଷ୍ଠୀ ଶିକ୍ଷାଧିକାରୀଙ୍କୁ ଏକ ଲିଖିତ ଦାବିପତ୍ର ପ୍ରଦାନ କରିଥିଲେ। କିନ୍ତୁ ସନ୍ଧ୍ୟା ସୁଦ୍ଧା କୌଣସି ସମାଧାନ ହୋଇପାରି ନ ଥିଲା। ପରେ ବ୍ଲକ ଅଧ୍ୟକ୍ଷ ପ୍ରଶାନ୍ତ କୁମାର ନାୟକ ମଧ୍ୟ ବିଇଓ କାର୍ଯ୍ୟାଳୟକୁ ଆସି ଆଲୋଚନା କରିଥିଲେ। ଏ ନେଇ ସରପଞ୍ଚ ପ୍ରତିନିଧି ଭଗବାନ ନାହାକ, ବ୍ଲକ ଅଧ୍ୟକ୍ଷ ନାୟକ ପ୍ରମୁଖ ତହସିଲଦାରଙ୍କ ସହ ଆଲୋଚନା କରି ଜିଲା ଶିକ୍ଷାଧିକାରୀ (ଡିଇଓ)ଙ୍କୁ ଫୋନ ଯୋଗେ ଜଣାଇଥିଲେ। ଏ ସମ୍ପର୍କରେ ଗ୍ରାମବାସୀ ଡିଇଓଙ୍କୁ ଲିଖିତ ଭାବେ ଜଣାଇଥିଲେ। ପରେ ଡିଇଓ ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ମିଳିବା ପରେ ଗ୍ରାମବାସୀ ଧାରଣାରୁ ଓହରିଥିଲେ। ଏ ଦିଗରେ ପଦକ୍ଷେପ ନ ନେଲେ ମଧୁରଚୁଆ ଗ୍ରାମବାସୀ ପୁଣି ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri