Posted inଜାତୀୟ

ଶିବଭକ୍ତଙ୍କ ପାଇଁ ଦେବଦୂତ ସାଜିଲେ ଯବାନ

ଶ୍ରୀନଗର,୫।୭: ଜୁଲାଇ ୧ରୁ ଅମରନାଥ ଯାତ୍ରା ଆରମ୍ଭ ହୋଇଛି। ୪୫ ଦିନ ଯାଏଁ ଏହି ଯାତ୍ରା ଚାଲିବାକୁ ଥିବା ବେଳେ ଶ୍ରଦ୍ଧାଳୁଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡ଼ିଛନ୍ତି ଆଇଟିବିପି ଯବାନ। ଏହାରି ଭିତରେ ଅମରନାଥକୁ ଯାଉଥିବା ବାଲାଟଲ ରାସ୍ତାରେ ଯାତ୍ରୀମାନେ ଯାତ୍ରା କରୁଥିବା ସମୟରେ ଦେବଦୂତ ସାଜିଥିବା ଯବାନଙ୍କ ଏକ ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓରେ ଶ୍ରଦ୍ଧାଳୁମାନେ ଦର୍ଶନ ପାଇଁ ଯାଉଥିବା ସମୟରେ ହଠାତ୍‌ ପାହାଡ଼ରେ ଭୂସ୍ଖଳନ ହୋଇଥିଲା। ଆଉ ବଡ଼ ବଡ଼ ପଥର ଖଣ୍ଡ ଖସି ଯାତ୍ରୀଙ୍କ ଆଡ଼କୁ ଦ୍ରୁତ ଗତିରେ ମାଡି ଆସୁଥିବା ବେଳେ ସୁରକ୍ଷାରେ ମୁତୟନ ଥିବା ଆଇଟିବିପି ଯବାନ ଏହି ପଥରଗୁଡିକୁ ଅଟକାଉଥିବା ଦେଖିବାକୁ ମିଳିଛି। ଯବାନଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଶ୍ରଦ୍ଧାଳୁମାନେ ନିଶ୍ଚିତ ମୃତ୍ୟୁମୁଖରୁ ବର୍ତ୍ତିଯାଇଥିବା ଆଲୋଚନା ହେଉଛି। ତେବେ ଏହି ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ବେଳେ ଯବାନଙ୍କ ଏହି ସାହସିକତା ପାଇଁ ପୂରା ଦେଶ ପ୍ରଶଂସା କରିବା ସହ ଗର୍ବ କରିଛି। ଅଗଷ୍ଟ ୧୫ରେ ଏହି ଅମରନାଥ ଯାତ୍ରା ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳରେ ପ୍ରଥମ ପ୍ରମୁଖ ଭାରତ-ଚାଇନା କୋର କମାଣ୍ଡରସ୍ତରୀୟ ବୈଠକ; ଜାଣନ୍ତୁ କ’ଣ ରହିଛି ଏଜେଣ୍ଡା

ନୂଆଦିଲ୍ଲୀ,୬।୯: ଅରୁଣାଚଳ ପ୍ରଦେଶରେ ଭାରତ ଏବଂ ଚାଇନା କୋର କମାଣ୍ଡରମାନଙ୍କ ମଧ୍ୟରେ ଏକ ପ୍ରମୁଖ ସୀମା କର୍ମଚାରୀ ବୈଠକ (BPM) ଅନୁଷ୍ଠିତ ହେବାକୁ ଯାଉଛି। ରବିବାର (ସେପ୍ଟେମ୍ବର…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ତାଣ୍ଡବ ରଚିଲା ବର୍ଷା! ରାଜଧାନୀରେ ଭୁଶୁଡ଼ିଲା କୋଠା; ଅନେକ ଲୋକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୬।୯: ରାଜଧାନୀ ଦିଲ୍ଲୀରେ ପୁଣି ଥରେ ପ୍ରବଳ ବର୍ଷା ଯୋଗୁ ତାଣ୍ଡବ ସୃଷ୍ଟି ହୋଇଛି। ଦକ୍ଷିଣ ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ରବିବାର ହଠାତ ଏକ କୋଠା…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

ସୂର୍ଯ୍ୟଙ୍କ ଗୋଚରରେ ଚମକିବ ୫ ରାଶିର ଭାଗ୍ୟ, ହେବ ବଡ଼ ପ୍ରମୋସନ ବଢିବ ଧନ

ସୂର୍ଯ୍ୟ ଗ୍ରହ ୧୭ ସେପ୍ଟେମ୍ୱର ୨୦୨୬, ଗୁରୁବାର ସକାଳ ୭ଟା ୫୮ ମିନିଟରେ କନ୍ୟା ରାଶିରେ ଗୋଚର କରିବେ। ଏହା କନ୍ୟା ସଂକ୍ରାନ୍ତି ହେବ। ଏହାର ପ୍ରଭାବରେ…

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri