ଶିବିରରେ ୩୨ୟୁନିଟ୍‌ ରକ୍ତ ସଂଗ୍ରହ ହେଲା

ବରଗଡ଼ ଅଫିସ୍‌,୨୧।୪: ବରଗଡ଼ ଜିଲା କଦଲୀପାଲି ଗ୍ରାମରେ ମଙ୍ଗଳବାର ଭ୍ରାମ୍ୟମାଣ ଜୀବନ ବିନ୍ଦୁ ରକ୍ତଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ୩୨ୟୁନିଟ୍‌ ରକ୍ତ ସଂଗ୍ରହ କରାଯାଇଥିଲା । ଜିଲା ଯୋଜନା କମିଟି ଅଧ୍ୟକ୍ଷ ତଥା ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ଶିବିରରେ ଉପସ୍ଥିତ ଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସଂଯୋଜକ ଅଶ୍ୱିନୀ ତ୍ରିପାଠୀ, ସ୍ଥାନୀୟ ସରପଞ୍ଚ ରବି ସାହୁ, ଅଧିକାରୀ ବାରିକ, ଯୁବନେତା ଉମେଶ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।