Posted inଖେଳ

ଶିମରୋନ ହିଟ୍‌ମେୟରଙ୍କ ଶତକ: ଓ୍ବେଷ୍ଟଇଣ୍ଡିଜ୍‌ ସ୍ଥିତି ଦୃଢ

ଚେନ୍ନାଇ,୧୫।୧୨: ଭାରତ ବିପକ୍ଷ ପ୍ରଥମ ଏକଦିବସୀୟ ମ୍ୟାଚ୍‌ରେ ଶିମରୋନ ହିଟ୍‌ମେୟର ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ୍‌ ସ୍ଥିତି ଦୃଢ ରହିଛି। ୨୮୮ ରନର ବିଜୟ ଲକ୍ଷ୍ୟକୁ ପିଛା କରି ଓ୍ବେଷ୍ଟଇଣ୍ଡିଜ୍‌ ୩୩ ଓଭରରେ ୧ ଉଇକେଟ ହରାଇ ୧୭୮ ରନ୍‌ ସଂଗ୍ରହ କରିଛି। ସାଇ ହୋପ ୫୮ ଏବଂ ଶିମରୋନ ହିଟ୍‌ମେୟର ୧୦୧ ରନ୍‌ କରି କ୍ରିଜ୍‌ରେ ଅଛନ୍ତି। ସୁନୀଲ ଅମ୍ବରୀଶ ମାତ୍ର ୧ ରନ୍‌ କରି ଏକମାତ୍ର ବ୍ୟାଟ୍ସମ୍ୟାନ୍‌ ଭାବେ ଆଉଟ୍‌ ହୋଇଛନ୍ତି। ଏମ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ୱେଷ୍ଟଇଣ୍ଡିଜ କ୍ୟାପଟେନ କାଇରନ ପୋଲାର୍ଡ ଟସ ଜିତି ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନଙ୍କ ଦମଦାର ପ୍ରଦର୍ଶନ ବଳରେ ଭାରତ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ନିର୍ଦ୍ଧାରିତ ୫୦ ଓଭରରେ ୮ ଉଇକେଟ ହରାଇ ୨୮୭ ରନ କରିଛି। ଭାରତର ତିନି ଟପ ଅର୍ଡର ବ୍ୟାଟ୍ସମ୍ୟାନ ରୋହିତ୍‌ ଶର୍ମା, ଲୋକେଶ ରାହୁଲ ଓ କ୍ୟାପଟେନ ବିରାଟ କୋହଲି ଫେଲ ମାରିଥିବା ବେଳେ ମଧ୍ୟକ୍ରମରେ ଶ୍ରେୟସ ଆୟର୍‌ ଓ ଋଷଭ ପନ୍ତ ଅର୍ଦ୍ଧଶତକ ମାରିଥିଲେ। ଏହାଛଡା କେଦାର ଯାଦବ ଓ ରବୀନ୍ଦ୍ର ଜାଡେଜା ନିଜ ନିଜର ଦାୟିତ୍ୱକୁ ସୂଚାରୁରୂପେ ତୁଲାଇ ଭାରତକୁ ୩୦୦ ରନରେ ପହଞ୍ଚାଇବାରେ ପ୍ରମୁଖ ଭୂମିକା ବହନ କରିଥିଲେ। ଭାରତ ପକ୍ଷରୁ ପନ୍ତ ସର୍ବାଧିକ ୭୧(୬୯ ବଲ, ୭ ଚୌକା, ୧ ଛକା) ଓ ଆୟର୍‌ ୭୦ (୮୮ ବଲ, ୫ ଚୌକା, ୧ ଛକା) ରନର ଇନିଂସ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri