ଶିମିଳିପାଳରୁ ୩ ଶିକାରୀ ଗିରଫ

ଖୁଣ୍ଟା,୧୧ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଡୁକୁରା ୱାଇଲ୍ଡ ଲାଇଫ୍‌ ରେଞ୍ଜ ଅଧୀନ ଶିମିଳିପାଳ ଜଙ୍ଗଲରୁ ରବିବାର ୩ ଶିକାରୀଙ୍କୁ ବନ ବିଭାଗ ଗିରଫ କରିଛିି। ଅଭିଯୁକ୍ତମାନେ ହେଲେ ଗୋମେଇଘାଟି ଗ୍ରାମର ସୁଜିତ ସିଂ ଓ ସଞ୍ଜୟ ସିଂ ଏବଂ ସୁର୍ଣମଞ୍ଜରୀ ଗ୍ରାମର ରବୀନ୍ଦ୍ର ସିଂ। ରାତି ପ୍ରାୟ ୮ଟା ସମୟରେ ଅଭିଯୁକ୍ତମାନେ ଶିକାର ସାରି ଫେରୁଥିବା ବେଳେ କମ୍ପାର୍ଟମେଣ୍ଟ ସଞ୍ଜ-୫ ସିଜୁପାଣି ନିକଟରେ ପାଟ୍ରୋଲିଂ କରୁଥିବା ବନ କର୍ମଚାରୀଙ୍କ ହାବୁଡ଼ରେ ପଡ଼ିଥିଲେ। ସେମାନଙ୍କ ନିକଟକୁ ୨ଟି ବ୍ୟାଗରେ ଥିବା ୩ଟି ମୃତ ବେଲେରା ମୂଷା, ଟର୍ଚ୍ଚ, ମୋବାଇଲ ଗୋଟିଏ ବାଟୁଳି ଓ ତାର ଗୋଲି, ଗୋଟିଏ କଟୁରି, ଗୋଟିଏ କୁରାଢ଼ୀ, ୨ଟି ଧନୁ ଓ ତୀର ଇତ୍ୟାଦି ଜବତ ହୋଇଛି। ଅଭିଯୁକ୍ତମାନଙ୍କୁ ଡୁକୁରା ରେଞ୍ଜ କାର୍ଯ୍ୟାଳୟକୁ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତି ଉପରେ ପ୍ରଶ୍ନ ଉଠାଇଲେ ଭୋଗଲେ

ନୂଆଦିଲ୍ଲୀ,୩୧।୭: ଆଗାମୀ ଦୁଲୀପ ଟ୍ରଫି 2026-27 ଘରୋଇ ସିଜିନ ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତ କରି ପୂର୍ବ ଜୋନ ଚୟନକର୍ତ୍ତାମାନେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି।…

odisha floods: ପାଣି ଘେରରେ କେନ୍ଦ୍ରାପଡ଼ାର ୭ ବ୍ଲକ

କେନ୍ଦ୍ରାପଡ଼ା,୩୧।୭: କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆର ଆୟର ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଜିଲାର ୭ଟି ବ୍ଲକ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଜିଲାପାଳ ଗଣମାଧ୍ୟମ…

ଆସନ୍ତାକାଲି ଖୋଲିବ ଭିତରକନିକା, ଭ୍ରମଣର ମଜା ନେଇପାରିବେ ପର୍ଯ୍ୟଟକ

କେନ୍ଦ୍ରାପଡ଼ା,୩୧ା୭: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ୍‌ ଶନିବାର ଖୋଲିବ କେନ୍ଦ୍ରାପଡ଼ା ଜିଲାର ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। ପ୍ରକୃତିପ୍ରେମୀ ତଥା ପର୍ଯ୍ୟଟକମାନେ ପୁଣି ଥରେ…

‘ଭଞ୍ଜ ସାହିତ୍ୟର ସୃଜନଶୀଳତାକୁ ନେଇ ଚିନ୍ତନର ଆବଶ୍ୟକତା ରହିଛି’

ଭଞ୍ଜନଗର,୩୧ା୭(ବାବୁଲା ପ୍ରଧାନ): ଓଡ଼ିଆ ସାହିତ୍ୟ ଜଗତର ଅମର ସ୍ରଷ୍ଟା କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସାହିତ୍ୟ ଓ ସୃଜନଶୀଳତାକୁ ନେଇ ଗଭୀର ଆଲୋଚନା ଓ ଚିନ୍ତନର ଆବଶ୍ୟକତା ରହିଛି।…

Odisha Floods: ଆଉ ୧୨ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୩୧।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ସାଙ୍ଗକୁ ଜଳସ୍ତର ମଧ୍ୟ ବଢ଼ିବାରେ ଲାଗିଛି। ଫଳରେ ଶୁକ୍ରବାର ଜଳଭଣ୍ଡାରରୁ ପୁଣିଥରେ ଦୁଇଟି ପର୍ଯ୍ୟାୟରେ…

‘ଆମ ପାଖରେ ଧୋନି ନାହାଁନ୍ତି,’ ଇଂଲଣ୍ଡ ପ୍ରଶିକ୍ଷକ ହେବା ପରେ ଷ୍ଟିଫେନ ଫ୍ଲେମିଂଙ୍କୁ ‘ଚେତାବନୀ’ ମିଳିଛି

ନୂଆଦିଲ୍ଲୀ,୩୧।୭: ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ସହିତ ଦୀର୍ଘ ସମୟ ଧରି କାର୍ଯ୍ୟ କରିଥିବା ଷ୍ଟିଫେନ ଫ୍ଲେମିଂଙ୍କୁ ଏବେ ଇଂଲଣ୍ଡ ଟେଷ୍ଟ ଦଳର ପ୍ରଶିକ୍ଷକ ନିଯୁକ୍ତ କରାଯାଇଛି।…

ବନ୍ୟା ବିପନ୍ନଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ, ମିଳିବ…

ଭୂବନେଶ୍ୱର,୩୧।୭: ବନ୍ୟାସ୍ଥିତିର ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀରେ ବନ୍ୟା ଜଳ ବଢୁଥିବା ଗଣମାଧ୍ୟମ ଆଗରେ ମନ୍ତ୍ରୀ ପ୍ରକାଶ କରିଛନ୍ତି। କେବଳ…

ସାଧୁ ବେଶରେ ସଂସଦ ଆସିଲେ ପପ୍ପୁ ଯାଦବ, ଦାନ ଦେଲେ ଏମପି

ପାଟନା,୩୧।୭: ବିହାର ପୁର୍ନିଆର ଏମପି ପପ୍ପୁ ଯାଦବ ଅଯୋଧ୍ୟା ରାମ ମନ୍ଦିର ଚାନ୍ଦା ସଂଗ୍ରହରେ କଥିତ ଅନିୟମିତତା ପ୍ରସଙ୍ଗକୁ ନେଇ ସଂସଦ ପରିସରରେ ପ୍ରତିବାଦ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri