ଶିମିଳିପାଳରେ ରୋପ୍‌ୱେ ନିର୍ମାଣ ପ୍ରସ୍ତାବ: ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରୋଜିନୀ

ବାରିପଦା ଅଫିସ,୧୫ା୧୧- ମୟୂରଭଞ୍ଜ ଜିଲାର ଶିମିଳିପାଳ ଓଡ଼ିଶାବାସୀଙ୍କ ପାଇଁ ଗର୍ବ ଓ ଗୌରବ। ବିଭିନ୍ନ ଦୃଷ୍ଟିକୋଣରୁ ଏହା ବେଶ୍‌ ପରିଚିତ। ଶୀତଦିନରେ ଦେଶ ବିଦେଶରୁ ପର୍ଯ୍ୟଟକମାନେ ଏଠାକୁ ବୁଲି ଆସିବା ଏବଂ ରାତ୍ରିଯାପନ କରିବା ପାଇଁ ଭଲ ପାଆନ୍ତିି। ଏଠାରେ ପର୍ଯ୍ୟଟନର ବିକାଶ ନିମନ୍ତେ ଭିତ୍ତିଭୂମି ଉନ୍ନତିର ଆବଶ୍ୟକତା ରହିଛି। ସବୁଦିନିଆ ରାସ୍ତା ନିର୍ମାଣ ସମ୍ଭବପର ହୋଇପାରୁ ନ ଥିବାରୁ ଏହା ମଧ୍ୟରେ ଥିବା ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ରୋପ୍‌ୱେ ଦ୍ୱାରା ସଂଯୋଗ କରାଯାଇ ପାରିବ ବୋଲି ରାଜ୍ୟ ସଭା ସଦସ୍ୟା ସରୋଜିନୀ ହେମ୍ବ୍ରମ୍‌ ମତ ପ୍ରକାଶ କରିଛନ୍ତି। ଏହି ଅଭୟାରଣ୍ୟକୁ ଅନ୍ତର୍ଜାତୀୟ ପର୍ଯ୍ୟଟନସ୍ଥଳର ମାନ୍ୟତା ପାଇଁ ରୋପ୍‌ୱେ ନିର୍ମାଣ କରାଯିବା ଏକାନ୍ତ ଜରୁରୀ ବୋଲି ହେମ୍ବ୍ରମ୍‌ କହିଛନ୍ତି। ଏହାର ସର୍ଭେ ଏବଂ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ ନିମନ୍ତେ ସେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତିି ା
ରୋପ୍‌ୱେ ନିର୍ମାଣ କରାଯିବା ଦ୍ୱାରା ବନ୍ୟଜନ୍ତୁୁମାନେ ପ୍ରଭାବିତ ହେବେ ନାହିଁ ଏବଂ ସବୁ ଋତୁରେ ପର୍ଯ୍ୟଟକମାନେ ଏଠାକୁ ବୁଲିବାକୁ ଆସିପାରିବେ। ଏହା ଦ୍ୱାରା ଆଦିବାସୀବହୁଳ ମୟୂରଭଞ୍ଜ ଜିଲାରେ ଯୁବକମାନଙ୍କ ପାଇଁ ରୋଜଗାରର ନୂଆ ଉପାୟ ବାହାରିପାରିବ। ଜିଲାରେ ହୋଟେଲ ଶିଳ୍ପର ବିକାଶ ମଧ୍ୟ ହୋଇପାରିବ। ରୋପ୍‌ୱେ ନିର୍ମାଣ ଦ୍ୱାରା ଏହା ପର୍ଯ୍ୟଟନ ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ ଅଧିକାର କରିବ ବୋଲି ରାଜ୍ୟ ସଭା ସଦସ୍ୟା କହିଛନ୍ତି। ହେମ୍ବ୍ରମ୍‌ଙ୍କ ଏହି ପ୍ରସ୍ତାବକୁ ବିଭିନ୍ନ ମହଲରେ ସ୍ବାଗତ କରାଯାଇଛି। ବିଶିଷ୍ଟ ପରିବେଶବିତ୍‌ ସନ୍ତୋଷ ମହାନ୍ତିି, ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ପୂର୍ବତନ ସିନେଟ୍‌ ସଦସ୍ୟ ପ୍ରଦୀପ ନାୟକ, ବାରିପଦାର ପୂର୍ବତନ ବିଧାୟକ କିଶୋର ଦାଶ, ପୂର୍ବତନ ଜିଲା ପରିଷଦ ସଭାପତି କମଳା ତିରିଆ ପ୍ରକୃତିପ୍ରେମୀ ଶିମିଳିପାଳ ମଧ୍ୟରେ ରୋପ୍‌ୱେ ନିର୍ମାଣ ହେବା ଦ୍ୱାରା ଅବାଧ ପଶୁ ଶିକାର, ଗଛକଟା ଓ କାଠଚୋରିକୁ ରୋକାଯାଇ ପାରିବ ବୋଲି ମଧ୍ୟ ମତ ପ୍ରକାଶ କରିଛନ୍ତିି ା ତେଣୁ ରାଜ୍ୟ ଏବଂ କେନ୍ଦ୍ର ସରକାର ଏଥିପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବାକୁ ସାଧାରଣରେ ମତ ପ୍ରକାଶ ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ

କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri