ଠାକୁରମୁଣ୍ଡା, ୨୮।୮(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ମଣ୍ଡଳଝରୀ ବିଟ ଶିମିଳିପାଳ କମ୍ପାର୍ଟମେଣ୍ଟ ନଂ-୩ ସଂରକ୍ଷିତ ଜଙ୍ଗଲରୁ ସମ୍ବର ମାଂସ ସହ ୨ ଶିକାରୀଙ୍କୁ ବନ ବିଭାଗ ବୁଧବାର କାବୁ କରିଛି। ସେମାନେ ହେଲେ କାରେଟବେଡ଼ା ଗ୍ରାମର ଲବ ସୋରେନ ଓ ଫୋର୍ମଲ ମୁର୍ମୁ। ସେମାନଙ୍କ ନିକଟରୁ ୪ କେଜି ସମ୍ବର ମାଂସ ସହ ଧନୁ ଓ ତୀର ଜବତ କରାଯାଇଛି।
ପ୍ରକାଶ ଯେ, କେଶଡ଼ିହା ପଞ୍ଚାୟତ କାରକେଟବେଡା ଗ୍ରାମ ନିକଟ ସଂରକ୍ଷିତ ଜଙ୍ଗଲକୁ କିଛି ଶିକାରୀ ମଙ୍ଗଳବାର ଶିକାର ପାଇଁ ଯାଇଥିବା ବନବିଭାଗ ଖବର ପାଇଥିଲା। ପରେ ବନବିଭାଗ କର୍ମଚାରୀ ଜଙ୍ଗଲ ଭିତରେ ଶିକାରୀଙ୍କୁ ଖୋଜି ନ ପାଇବାରୁ ଫେରିବା ବାଟରେ ଜଗି ରହିଥିଲେ। ଶିକାରୀମାନେ ସମ୍ବର ମାଂସ ଧରି ଫେରିବା ବେଳେ ବନ କର୍ମଚାରୀ ସେମାନଙ୍କୁ କାବୁ କରିଥିଲେ। ସେମାନଙ୍କ ମଧ୍ୟରୁ ୨ଜଣ ଧରା ପଡିଥିବା ବେଳେ ପ୍ରାୟ ୫ଜଣ ଖସି ପଳାଇବାରେ ସକ୍ଷମ ହୋଇଥିବା ଠାକୁରମୁଣ୍ଡା ରେଞ୍ଜ ଅଧିକାରୀ ପ୍ରଭାତ କୁମାର କୁଅଁର ସୂଚନା ଦେଇଛନ୍ତି। ଏ ନେଇ ବନ ବିଭାଗ କେସ ନଂ. ୮୯/୧୯ରେ ଏକ ମାମଲା ରୁଜୁ କରିଛି।
Posted inଅପରାଧ, ଆମ ଜିଲା ଖବର, ମୟୂରଭଞ୍ଜ View All
ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା
ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…
ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର
ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍ଆର୍ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…
ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…
ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…
ଜାତୀୟ ରାଜପଥରେ ପିକ୍ଅପ୍ ଭ୍ୟାନ୍ ଅଟକାଇ ଲୁଟ୍ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…
ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍ଅପ୍ ଭ୍ୟାନ୍…
ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…
ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…
ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି
କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…
ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….
ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ…
କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…
କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…
Archives

