ଶିଳପୁଆରେ ମାଡ଼ମାରି ମା’ଙ୍କୁ ହତ୍ୟା: ଅଭିଯୁକ୍ତ ପୁଅ ଗିରଫ

ବରଗଡ଼ ଅଫିସ,୨୩।୭: ନିଜର ମା’ଙ୍କୁ ହତ୍ୟାକରି ପୁଅ ଗିରଫ ହୋଇଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବରଗଡ଼ ସଦର ଥାନା ଅନ୍ତର୍ଗତ ଧାଙ୍ଗେର ଗ୍ରାମରେ। ଏହି ଘଟଣାରେ ପୋଲିସ ଅଭିଯୁକ୍ତ ପୁଅ ସୌରୀ ମହାପାତ୍ର ଓରଫ୍‌ ସୁରୁଙ୍କୁ ଗିରଫ ପରେ ମଙ୍ଗଳବାର କୋର୍ଟ ଚାଲାଣ କରିଛି। ଏ ନେଇ ବରଗଡ଼ ସଦର ଥାନାରେ ଏକ ମାମଲା(୧୧୬/୧୯) ରୁଜୁ ହୋଇଛି। ପ୍ରକାଶ ଯେ, ରବିବାର ରାତିରେ ଅଭିଯୁକ୍ତ ସୁରୁ ଘରକୁ ଆସିଥିଲେ। କୌଣସି କଥାକୁ ନେଇ ଏହି ସମୟରେ ମା’ ଯାଜ୍ଞସେନୀ ମହାପାତ୍ରଙ୍କ ସହ ତାଙ୍କର ବଚସା ହୋଇଥିଲା । ଏଥିରେ ଉତ୍ତ୍ୟକ୍ତ ହୋଇ ସୁରୁ ଯାଜ୍ଞସେନୀଙ୍କୁ ଶିଳପୁଆରେ ମାଡ଼ ମାରିଥିଲେ। ଫଳରେ ସେ ଗୁରୁତର ଆହତ ହୋଇଥିଲେ। ପରିବାରର ଅନ୍ୟ ସଦସ୍ୟମାନେ ତାଙ୍କୁ ଉଦ୍ଧାରକରି ଜିଲା ମୁଖ୍ୟ ଡାକ୍ତରଖାନାକୁ ନେଇଥିଲେ । ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଭିମସାର୍‌, ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । ମାତ୍ର ବୁର୍ଲା ନେବା ବାଟରେ ଯାଜ୍ଞସେନୀଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ପୋଲିସ ମୃତଦେହ ଜବତ କରିବା ସହିତ ସୋମବାର ଜିଲା ମୁଖ୍ୟ ଡାକ୍ତରଖାନାରେ ବ୍ୟବଚ୍ଛେଦ କରିଥିଲା । ଏହି ଘଟଣାରେ ଅଭିଯୁକ୍ତ ସୁରୁ ସମ୍ପୃକ୍ତ ଥିବା ଜାଣିବା ପରେ ପୋଲିସ ତାଙ୍କୁ ଥାନାକୁ ଆଣି ଅଟକ ରଖି ପଚରାଉଚୁରା କରିଥିଲା। ସେ ହତ୍ୟାକାଣ୍ଡ ଭିଆଇଥିବା ସ୍ବୀକାର କରିବା ପରେ ତାଙ୍କୁ ଗିରଫକରି ମଙ୍ଗଳବାର କୋର୍ଟଚାଲାଣ କରାଯାଇଛି ବୋଲି ଏସ୍‌ଡିପିଓ କ୍ଷୀରସାଗର ନାଏକ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri