ଶିଳ୍ପସଂସ୍ଥାରେ ସ୍ଥାନୀୟ ନିଯୁକ୍ତିକୁ ଅଣଦେଖା: ଦଳମତ ନିର୍ବିଶେଷରେ ବିଧାୟକଙ୍କ ଅଭିଯୋଗ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ରାଜ୍ୟର ଜମି, ଜଳ, ଜଙ୍ଗଲକୁ ବ୍ୟବହାର କରି ସଂଖ୍ୟାଧିକ କମ୍ପାନୀ ଶିଳ୍ପ ସମୃଦ୍ଧ ହୋଇଛନ୍ତି। ହେଲେ ସେହି ପରିମାଣରେ ରାଜ୍ୟର ମାନବ ସମ୍ବଳକୁ ନିଯୁକ୍ତି ଦେବାରେ ବିଫଳ ହୋଇଛନ୍ତି। ଦଳମତ ନିର୍ବିଶେଷରେ ବିଧାୟକମାନେ ଶୂନ୍ୟକାଳରେ ବୁଧବାର ବିଧାନସଭାରେ ଏହି ପ୍ରସଙ୍ଗ ଉଠାଇଥିଲେ।
ଶିଳ୍ପସଂସ୍ଥାରେ ଅଣକୁଶଳୀ ଶ୍ରମିକମାନଙ୍କ ପାଇଁ ୯୦ ପ୍ରତିଶତ ନିଯୁକ୍ତି ନେଇ ସରକାରୀ ନିର୍ଦ୍ଦେଶନାମା ରହିଛି। ହେଲେ ଏହାକୁ ସଂପୃକ୍ତ ଶିଳ୍ପସଂସ୍ଥାଗୁଡ଼ିକ ଅଣଦେଖା କରୁଥିବା ଅଭିଯୋଗ ହେଉଛି। ଏପରି କି ରାଜ୍ୟ ସରକାର ସ୍ଥାନୀୟ ନିଯୁକ୍ତି ସମ୍ପର୍କରେ ସ୍ପଷ୍ଟୀକରଣ ପାଇଁ ମଧ୍ୟ କେତେକ ସଦସ୍ୟ ଦାବି କରିଥିଲେ। ସରକାରୀ ଦଳରୁ କିଶୋର ମହାନ୍ତି, ବ୍ରଜ କିଶୋର ପ୍ରଧାନ ପ୍ରମୁଖ ଏମ୍‌ସିଏଲ୍‌କୁ ଟାର୍ଗେଟ କରିଥିଲେ। ସେହିପରି ଭାଜପା ବିଧାୟିକା କୁସୁମ ଟେଟେ ଏନ୍‌ଟିପିସିକୁ ଟାର୍ଗେଟ କରିଥିଲେ। ଯଦି ଏହି ସ୍ଥାନୀୟ ନିଯୁକ୍ତି ସମସ୍ୟାର ସମାଧାନ ନ ହୁଏ, ତେବେ ଆଗାମୀ ଦିନରେ ଝାରସୁଗୁଡାରେ ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଥିବା କିଶୋର ମହାନ୍ତି ଚେତାବନୀ ଦେଇଛନ୍ତି। ଗତ ନଭେମ୍ବର ୨୪ରେ ୨୩୭୩ ଜଣ ଏମ୍‌ସିଏଲ୍‌ ପକ୍ଷରୁ ନିଯୁକ୍ତି ପାଇଛନ୍ତି, ତନ୍ମଧ୍ୟରୁ ମାତ୍ର ୧୦ ଜଣ ଓଡ଼ିଶାର। ଯେଉଁମାନେ ଏମ୍‌ସିଏଲ୍‌ ପାଇଁ ଜମି ହରାଇଛନ୍ତି, ସେମାନେ ନିଯୁକ୍ତିରୁ ବଞ୍ଚିତ ହେବା ଦୁର୍ଭାଗ୍ୟଜନକ ବୋଲି କିଶୋର କହିଛନ୍ତି। ବିଜେଡି ସଭ୍ୟ ଅମର ପ୍ରସାଦ ଶତପଥୀ ଏ ପ୍ରସଙ୍ଗରେ ବାଚସ୍ପତି ଏକ ରୁଲିଂ ପ୍ରଦାନ କରନ୍ତୁ ବୋଲି ଦାବି କରିଥିଲେ। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ମଧ୍ୟ ଏହି ଘଟଣାରେ ଖଣି ବିଭାଗ ଅନୁଧ୍ୟାନ କରୁ ବୋଲି ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୧୨୯ ହିତାଧିକାରୀଙ୍କୁ ୫୧.୩୬ କୋଟି ଟଙ୍କା ଋଣ ମଞ୍ଜୁର

କୋରାପୁଟ,୧୫ା୭(ଅମିତାଭ ବେହେରା): କୋରାପୁଟସ୍ଥିତ ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ରଠାରେ ବୁଧବାର ଆୟୋଜିତ ମେଗା କ୍ରେଡିଟ୍‌ ଆଉଟ୍‌ରିଚ୍‌ କାର୍ଯ୍ୟକ୍ରମରେ ୧୧୨୯ ଜଣ ହିତାଧିକାରୀଙ୍କ ପାଇଁ ୫୧.୩୬ କୋଟି ଟଙ୍କାର…

ଆପଣଙ୍କ ଘରକୁ ଆସୁନି ତ ଅପମିଶ୍ରିତ କ୍ଷୀର? ଏହି ସହଜ ଘରୋଇ ଉପାୟରେ କରନ୍ତୁ ଯାଞ୍ଚ

କ୍ଷୀର ଆମ ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ବିଶେଷ କରି ପିଲାମାନଙ୍କର ଉତ୍ତମ ସ୍ୱାସ୍ଥ୍ୟ, ହାଡ଼ର ମଜଭୁତ ଏବଂ ଶାରୀରିକ ବିକାଶ ପାଇଁ କ୍ଷୀରକୁ ଅତ୍ୟନ୍ତ…

ଅଗଷ୍ଟ ୨୮ରେ ରିଲିଜ ହେବନାହିଁ Shraddha Kapoorଙ୍କର ‘ଇଥା’!

ମୁମ୍ବାଇ: ବଲିଉଡର ଅଭିନେତ୍ରୀ ଶ୍ରଦ୍ଧା କପୁର ଏବେ ନିଜର ଆଗାମୀ ଫିଲ୍ମ ‘ଇଥା’କୁ ନେଇ ଚର୍ଚ୍ଚାରେ। ନିକଟରେ ରିଲିଜ ହୋଇଥିବା ଫିଲ୍ମର ଟିଜର ସୋସିଆଲ ମିଡିଆରେ ବେଶ…

କୁଲାଡ଼ ରଥଯାତ୍ରା ପ୍ରସ୍ତୁତି ଶେଷ: ବିଧାୟକ-ଉପଜିଲାପାଳ ପହଞ୍ଚି କଲେ ସମୀକ୍ଷା

ଭଞ୍ଜନଗର,୧୫ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ଼ ରଥଯାତ୍ରା ପ୍ରସ୍ତୁତି ସରିଛି। ଗୁରୁବାର ନିର୍ଦ୍ଧାରିତ ସମୟରେ ରଥାଯାତ୍ରା କାର୍ଯ୍ୟକ୍ରମ ହେବ। ଏହାପୂର୍ବରୁ ମନ୍ଦିର କମିଟି କର୍ମକର୍ତ୍ତା…

ଚତୁର୍ଥ ଶ୍ରେଣୀ ଛାତ୍ରଙ୍କୁ ନିର୍ଦ୍ଧୁମ ପିଟିଲେ ଶିକ୍ଷକ, ଅଭିଯୋଗ ପରେ ନିଲମ୍ବିତ

ଝରିଗାଁ,୧୫ା୭(କିଶୋର ଚନ୍ଦ୍ର ମଣ୍ଡଳ): ଚତୁର୍ଥ ଶ୍ରେଣୀ ଛାତ୍ରଙ୍କୁ ମାଡ ମାରିଥିବା ଅଭିଯୋଗ ନେଇ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଶିକ୍ଷା ଅଧିକାରୀ ଉମରସିଂ ନାଏକ ସମ୍ପୃକ୍ତ ଶିକ୍ଷକଙ୍କୁ…

କାମ ସାରି ଘରକୁ ଫେରୁଥିଲେ ଯୁବକ, ବାଟରେ ଧକ୍କାଦେଲା ଅଜଣାଗାଡ଼ି, ଘରେ ପହଞ୍ଚିବା ପୂର୍ବରୁ…

ଭଞ୍ଜନଗୀ,୧୫ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କ୍ଷତ୍ରୀୟବରପୁର ନିକଟରେ ବୁଧବାର ଅପରାହ୍ନରେ ଏକ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ବାଇକ୍‌ ଚାଳକ ସାଗର ବିଷୋୟୀଙ୍କ…

ପୂର୍ବତନ ଅଧିନାୟକ ଲରେନ୍ସଙ୍କ ବଡ଼ ଦାବି, ଏହି ଦଳ ଜିତିବ ଫିଫା ବିଶ୍ୱକପ୍‌

ନୂଆଦିଲ୍ଲୀ,୧୫ା୭: ଭାରତୀୟ ଫୁଟ୍‌ବଲ ଦଳର ପୂର୍ବତନ ଅଧିନାୟକ କ୍ଲାଇମାକ୍ସ ଲରେନ୍ସଙ୍କ ମତରେ ଫ୍ରାନ୍ସ ବିପକ୍ଷ ସେମିଫାଇନାଲରେ ଜବରଦସ୍ତ ପ୍ରଦର୍ଶନ କରିଥିବା ସ୍ପେନ୍‌ ଚଳିତ ଫିଫା ବିଶ୍ୱକପ୍‌ ଜିତିବ।…

ଦୁର୍ଗମ ଗାଁରେ ପହଞ୍ଚି ଲୋକଙ୍କ ସମସ୍ୟା ବୁଝିଲେ ଏମ୍‌ପି, କହିଲେ ଗୋଟିଏ ବର୍ଷ ମଧ୍ୟରେ…

ଦାରିଙ୍ଗବାଡ଼ି,୧୫ା୭(ଅରୁଣ ସାହୁ): କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ୨ ଦିନିଆ ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳ ଗସ୍ତରେ ଯାଇ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ବୁଧବାର ପ୍ରଥମଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri