ଶିଳ୍ପାଙ୍କ ଜନ୍ମଦିନରେ ସ୍ବାମୀ ରାଜ ଲେଖିଲେ ସ୍ବତନ୍ତ୍ର ବାର୍ତ୍ତା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଆଜି ୪୪ତମ ଜନ୍ମଦିନ। ଏହି ଅବସରରେ ତାଙ୍କ ନିକଟକୁ ପରିବାର, ଶୁଭେଚ୍ଛୁ ତଥା କଳାକାର ବନ୍ଧୁମାନଙ୍କ ନିକଟରୁ ଶୁଭେଚ୍ଛାର ସୁଅ ଛୁଟିଛି। ଏସବୁରେ ସବୁଠାରୁ ସ୍ବତନ୍ତ୍ର ରହିଛି ସ୍ବାମୀ ରାଜ କୁନ୍ଦ୍ରାଙ୍କ ବାର୍ତ୍ତା। ରାଜ ଇନ୍‌ଷ୍ଟା ଆକାଉଣ୍ଟରେ ଶିଳ୍ପାଙ୍କ ସହ ନିଜର ଏକ ଫଟୋ ଶେୟାର କରି ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ସେ ଲେଖିଛନ୍ତି, ଯେବେ ବି ଆମ ଯାତ୍ରା ବିଷୟରେ ଭାବେ, ଭଗବାନଙ୍କୁ ନିଜର ପ୍ରିୟ ପରି ମୋତେ ଦେଇଥିବାରୁ ଧନ୍ୟବାଦ। ମୁଁ ତୁମକୁ ବହୁତ ଭଲପାଏ। ଭଗବାନ ତୁମର ସବୁ ସ୍ବପ୍ନ ଓ ଇଚ୍ଛା ପୂରଣ କରନ୍ତୁ। ଜଣେ ଖୁସି ଓ ସୁସ୍ଥ ଜୀବନ ଜିଇଁବା ଲାଗି ବୟସ କେବଳ ଏକ ଅଙ୍କ ବୋଲି ତୁମେ ପ୍ରମାଣ କରିଛ। ଆମକୁ ପ୍ରେରଣା ଦେବାକୁ ନେଇ ଧନ୍ୟବାଦ ବୋଲି ସେ କହିଛନ୍ତି।

ରାଜ-ଶିଳ୍ପାଙ୍କ ପ୍ରେମକାହାଣୀକୁ ଯଦି ଦେଖାଯାଏ, ତେବେ ୨୦୦୭ରେ ଏହା ଆରମ୍ଭ ହୋଇଥିଲା। ୨୦୦୯ରେ ଉଭୟ ବିବାହ କରିଥିଲେ। ଉଭୟ ପ୍ରଥମେ ବ୍ୟବସାୟରେ ପାର୍ଟନର ଥିଲେ। ଏବେ ଉଭୟଙ୍କ ଏକ ପୁଅ ବିଆନ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଃଖ ବଖାଣିଲେ ମାନୁଷୀ ଛିଲ୍ଲର: ମୋତେ ବି ୨ଥର….

ନିଟ୍‌ ପେପର ଲିକ ପ୍ରସଙ୍ଗ ବିରୋଧରେ ଚାଲିଥିବା ଛାତ୍ର ପ୍ରତିବାଦକୁ ଅଭିନେତ୍ରୀ ମାନୁଷୀ ଛିଲ୍ଲର ମଧ୍ୟ ସମର୍ଥନ କରିଛନ୍ତି। ସେ ତାଙ୍କ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଏ ବିଷୟରେ…

ଦୟାକରି ଘରକୁ ଫେରିଯାଅ…ଆନ୍ଦୋଳନରତ ଛାତ୍ରଛାତ୍ରୀମାନଙ୍କୁ ସଲମାନ କଲେ ଏଭଳି ଅପିଲ୍‌

ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ…

ମୋତେ ଚୁମ୍ବନ ଦେଇ… କରଣଙ୍କ ନାଁରେ ଗମ୍ଭୀର ଅଭିଯୋଗ ଆଣିଲେ ଅଭିନେତ୍ରୀ

ଟିଭି ଅଭିନେତ୍ରୀ ସାନଭି ତଲୱାର ଅଭିନେତା କରଣ କୁନ୍ଦ୍ରାଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ‘ୟେ କହାନ ଆ ଗୟେ ହମ’ ଟିଭି ଶୋ’ର ଶୁଟିଂ ସମୟରେ…

ଖାଇବାକୁ ପାଉନାହାନ୍ତି ଆମିର ଖାନଙ୍କ ଭାଇ, ସ୍ତ୍ରୀ ଆଣିଲେ ଶାରୀରିକ ଶୋଷଣର ଅଭିଯୋଗ

ନୂଆଦିଲ୍ଲୀ,୨୩।୭: ‘କରିଶ୍ମା କା କରିଶ୍ମା’, ‘ଶରାରତ୍’ ଏବଂ ‘ବଡ଼େ ଅଚ୍ଛେ ଲଗତେ ହୈଁ’ ଭଳି ସୋ’ରେ ନିଜ ଭୂମିକା ପାଇଁ ଜଣାଶୁଣା ଅଭିନେତ୍ରୀ ଇଭା ଗ୍ରୋଭର, ନିକଟରେ…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ ସଲମାନ ଖାନ୍‌, ଏମିତି କହିଲେ ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୩।୭: ବଲିଉଡ୍ ସୁପରଷ୍ଟାର୍ ସଲମାନ ଖାନ୍ ଛାତ୍ର ଆନ୍ଦୋଳନକୁ ନେଇ ପ୍ରଥମ ଥର ପାଇଁ ଖୋଲାଖୋଲି ଭାବେ ନିଜର ମତ ରଖିଛନ୍ତି। ସେ ସୋସିଆଲ ମିଡିଆରେ ଲେଖିଛନ୍ତି…

ମହାକାଳଙ୍କ ଶରଣରେ କାର୍ତ୍ତିକ

ମୁମ୍ବାଇ:ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟ୍ୟନ୍‌ଙ୍କୁ ନିକଟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଚନ୍ଦୁ ଚାମ୍ପିୟନ’(୨୦୨୪) ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହା ତାଙ୍କର ପ୍ରଥମ ଜାତୀୟ ପୁରସ୍କାର।…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri