ଶିଳ୍ପାଙ୍କ ପଡୋଶୀଙ୍କୁ କରୋନା !

ମୁମ୍ବାଇ: କରୋନା ଭାଇରସ କାରଣରୁ ଦେଶରେ ଲକ୍‌ଡାଉନ ୩.୦ ଜାରି ରହିଛି। ଏହି ସମୟରେ ପ୍ରାୟ ସବୁ ସେଲିବ୍ରିଟି ଘରେ ରହି ସମୟ କାଟୁଥିବା ବେଳେ ସମୟ ସମୟରେ ଏମାନଙ୍କର କିଛି ମଜାଳିଆ ଭିଡିଓ ଦର୍ଶକଙ୍କୁ ମନୋରଞ୍ଜନ ଦେଉଛି। ବଲିଉଡ୍‌ ନାୟିକା ଶିଳ୍ପା ସେଟ୍ଟିଙ୍କର ଏକ ଟିକ୍‌ଟକ୍‌ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯାହା ଦର୍ଶକ ତଥା ତାଙ୍କ ପ୍ରଶଂସକଙ୍କୁ ବେଶ୍‌ ପସନ୍ଦ ଆସିଛି। ଉକ୍ତ ଭିଡିଓରେ ଶିଳ୍ପା ଫୋନରେ କାହାସହ କଥା ହେଉଥିବା ଦେଖାଯାଉଛି। ଏହାପରେ ସେ ତାଙ୍କ ସ୍ବାମୀ ରାଜ କୁନ୍ଦ୍ରାକୁ କହୁଛନ୍ତି, ‘ଜାଣିଛ ଆମ ପଡୋଶୀଙ୍କୁ କରୋନା ହୋଇଯାଇଛି’। ଆଉ ଏହା ଶୁଣିବା ପରେ ରାଜ ଡରି ଯାଇଛନ୍ତି। ସେ ସାଙ୍ଗେ ସାଙ୍ଗେ ଓ୍ବାଶରୁମ୍‌ ଯାଇ ହାତମୁହଁ ଧୋଉଛନ୍ତି। ଦର୍ଶକଙ୍କୁ ଏହି ଭିଡିଓଟି ବେଶ୍‌ ପସନ୍ଦ ଆସିଛି। ଏହା ପୂର୍ବରୁ ମଧ୍ୟ ଶିଳ୍ପାଙ୍କର ଆଳୁ ପରଟାକୁ ନେଇ ଏକ ଭିଡିଓ ଖୁବ୍‌ ଭାଇରାଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri