ଶିଳ୍ପୀ, ବୁଣାକାରଙ୍କ ଉପରେ ଚଡ଼କ: ମୁଖ୍ୟମନ୍ତ୍ରୀ ଦୃଷ୍ଟି ଦେବାକୁ ଓଡିଶା ଶିଳ୍ପୀ ମହାସଂଘର ନିବେଦନ

ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ଲାଗି ବହୁ ଲୋକ ରୋଜଗାର ହରାଇଥିବାବେଳେ ଅନେକ ବେଉସା ବୁଡିଯାଇଛି। ୨୧ଦିନିଆ ଲକ୍‌ଡାଉନ ରାଜ୍ୟ ଶିଳ୍ପୀ ଓ ବୁଣାକାରଙ୍କ ନିଦ ହଜାଇ ଦେଇଛି। ମାର୍ଚ୍ଚ ୨୨ରେ ଜନତା କର୍ଫ୍ୟୁ ଓ ଏହାପରଠାରୁ ଲକ୍‌ଡାଉନ୍‌ ଯୋଗୁ ହସ୍ତତନ୍ତ ଓ ହସ୍ତକଳାର ବିକ୍ରିବଟା ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। ଏପରି କି କଞ୍ଚାମାଲ୍‌ ନ ଥିବାରୁ ଘରେ ବସି ଲୁଗା ବୁଣିବା ବି ଆଉ ସମ୍ଭବ ହେଉନି। ବଜାର ବନ୍ଦ ଥିବାରୁ ବୁଣାକାରଙ୍କ ନିକଟରେ ଆବଶ୍ୟକ ସୂତା ଆଦି କଞ୍ଚାମାଲର ଘୋର ଅଭାବ ଦେଖାଦେଇଛି। କଞ୍ଚାମାଲ୍‌ ଅଭାବ ଏବଂ ଉତ୍ପାଦିତ ସାମଗ୍ରୀ ବିକ୍ରି ନ ହେବା ସେମାନଙ୍କ ଦୁର୍ଦ୍ଦଶା ବଢାଇଦେଇଛି।
ଗୋଟିଏପଟେ ବୁଣାକାରଙ୍କ ଅବସ୍ଥା ଏଭଳି ହୋଇଥିବାବେଳେ ହସ୍ତଶିଳ୍ପୀମାନେ ମଧ୍ୟ ସମାନ ଦୁର୍ଦ୍ଦଶା ଭୋଗୁଛନ୍ତି। କଞ୍ଚାମାଲ୍‌ ନ ଥିବା ଯୋଗୁ ସାମଗ୍ରୀ ପ୍ରସ୍ତୁତ କରିହେଉନି। ବାତ୍ୟା ଫନୀ ପରେ କରୋନାର ମାଡ଼ ରାଜ୍ୟ ଶିଳ୍ପୀ ଓ ବୁଣାକାରଙ୍କ ପାଇଁ ବୋଝ ଉପରେ ନଳିତା ବିଡ଼ା ସଦୃଶ ହୋଇଛି। ପ୍ରଳୟଙ୍କର ଫନୀରେ ପ୍ରାୟ ୧.୫ ଲକ୍ଷରୁ ଉର୍ଦ୍ଧ୍ୱ ଶିଳ୍ପୀ ପ୍ରଭାବିତ ହୋଇଥିଲେ। ଏବେ ପୁଣିଥରେ ଶିଳ୍ପୀ ଓ ବୁଣାକାରଙ୍କୁ କରୋନା ଦୁଃଖ ଦେଇଛି। କେବଳ ହସ୍ତ ଓ ବୟନକଳା ଉପରେ ନିର୍ଭର କରି ପରିବାର ପ୍ରତିପୋଷଣ କରି ଆସୁଥିବା ରାଜ୍ୟର ଲକ୍ଷାଧିକ ଶିଳ୍ପୀ ଓ ବୁଣାକାର ଏବେ ଆଶଙ୍କିତ ଭବିଷ୍ୟତକୁ ନେଇ ଚିନ୍ତାରେ କାଳ କାଟୁଛନ୍ତି। ଲକ୍‌ଡାଉନରେ ପ୍ରଭାବିତ ଗରିବ ଲୋକଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ୨୨୦୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି। ଏହି ପ୍ୟାକେଜରେ ରାଜ୍ୟର ନିର୍ମାଣ ଶ୍ରମିକ, ସ୍ବୟଂ ସହାୟକ ଗୋଷ୍ଠୀ, କୃଷକ ଓ ବେସାହାରଙ୍କୁ ସାମିଲ କରାଯାଇଥିଲେ ମଧ୍ୟ ହସ୍ତଶିଳ୍ପୀ ଓ ବୁଣାକାରଙ୍କୁ ବାଦ୍‌ ଦିଆଯାଇଛି। ଏଭଳି ଏକ ଦୁସ୍ଥିତି ସମୟରେ ଓଡ଼ିଶାର ନାମକୁ ବିଶ୍ୱ ଦରବାରରେ ଉଚ୍ଚା କରିଥିବା କାରିଗରମାନଙ୍କୁ ସରକାର ଭୁଲିଯିବା ଦୁର୍ଭାଗ୍ୟଜନକ ବୋଲି ଓଡିଶା ଶିଳ୍ପୀ ମହାସଂଘ କହିଛି। ତୁରନ୍ତ ଏ ଦିଗରେ ମୁଖ୍ୟମନ୍ତ୍ରୀ ଦୃଷ୍ଟିଦେବାକୁ ସଂଘ ପକ୍ଷରୁ ସମ୍ପାଦକ ପ୍ରିୟରଞ୍ଜନ କର ଓ ସଭାପତି ଉଦୟ ମହାନ୍ତି ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri