ଶିଳ୍ପ ଉତ୍ପାଦନ ୧୦.୪% ଖସିଲା

ନୂଆଦିଲ୍ଲୀ, ୧୨।୯ : କୋଭିଡ୍‌-୧୯ ସାରା ବିଶ୍ୱର ଅର୍ଥ ବ୍ୟବସ୍ଥାକୁ ଝଟକା ଦେଇଛି। ଭାରତୀୟ ବଜାରରେ ଲାଗୁ ହୋଇଥିବା ଲକ୍‌ଡାଉନ କାରଣରୁ ଶିଳ୍ପ କ୍ଷେତ୍ରରେ ଉତ୍ପାଦନ ଚଳିତ ବର୍ଷ ଜୁଲାଇ ମାସରେ ୧୦.୪% ଖସିଛି। ମାନୁଫାକ୍‌ଚରିଂ, ଖଣି ଏବଂ ଶକ୍ତି ଉତ୍ପାଦନ ଉପରେ କୋଭିଡ୍‌ର ପ୍ରଭାବ ଜାରି ରହିବା ଯୋଗୁ ଏଭଳି ସ୍ଥିତି ଉପୁଜିଥିବା ସରକାର ଶୁକ୍ରବାର ପ୍ରକାଶ କରିଥିବା ଡାଟାରୁ ସାମ୍ନାକୁ ଆସିଛି। ଓଦ୍ୟୋଗିକ ଉତ୍ପାଦନ ସୂଚକାଙ୍କ(ଆଇଆଇପି) ଡାଟା ମୁତାବକ ଦେଶର ମାନୁଫାକ୍‌ଚରିଂ ଉତ୍ପାଦନ ୧୧.୧% ଖସିଛି। ସେହିଭଳି ଖଣି ଏବଂ ଶକ୍ତି କ୍ଷେତ୍ରରେ ଯଥାକ୍ରମେ ୧୩ ଓ୨.୫% ହ୍ରାସ ପରିଲକ୍ଷିତ ହୋଇଛି।
କୋଭିଡ୍‌-୧୯ ମହାମାରୀକୁ ନିୟନ୍ତ୍ରଣ କରିବା ଲାଗି ସରକାର ପ୍ରାୟ ୪ ମାସରୁ ଊର୍ଦ୍ଧ୍ୱ ସମୟ ଲକ୍‌ଡାଉନ ଏବଂ ଶଟ୍‌ଡାଉନ ଜାରି କରିଥିଲେ। ଏହି ସମୟ ମଧ୍ୟରେ ଶିଳ୍ପ କ୍ଷେତ୍ରର କାର୍ଯ୍ୟକଳାପ ଠପ୍‌ ହୋଇ ପଡିଥିଲା। ମାର୍ଚ୍ଚ ୨୦୨୦ ପରଠାରୁ ଶିଳ୍ପକ୍ଷେତ୍ରରେ କଳକାରଖାନାଗୁଡିକର କାର୍ଯ୍ୟକଳାପ ଏବେ ଯାଏ ସ୍ଥିତାବସ୍ଥାକୁ ଫେରିପାରିନାହିଁ। ଲକ୍‌ଡାଉନ ସମୟରେ ଉତ୍ପାଦନ ଉପରେ ପଡିଥିବା ପ୍ରଭାବ ଯୋଗୁ ଏଭଳି ସ୍ଥିତି ଉପୁଜିଛି। ସରକାର ବର୍ତ୍ତମାନ ସୁଦ୍ଧା ପର୍ଯ୍ୟାୟ ଭିତ୍ତିରେ କଟକଣା କୋହଳ କରୁଛନ୍ତି। ଧୀରେ ଧୀରେ ଶିଳ୍ପ କ୍ଷେତ୍ରରେ ଉତ୍ପାଦନରେ ପରିବର୍ତ୍ତନ ଆସିବା ନେଇ ଆଶା ରହିଥିବା ପରିସଂଖ୍ୟାନ ଏବଂ କାର୍ଯ୍ୟକ୍ରମ ରୂପାୟନ ମନ୍ତ୍ରଣାଳୟ ପକ୍ଷରୁ ଏକ ରିପୋର୍ଟରେ ପ୍ରକାଶ ପାଇଛି। ୨୦୨୦ ଜୁଲାଇରେ ସୂଚକାଙ୍କ ୧୧୮.୧% ସ୍ତରରେ ରହିଛି। ଏହା ଏପ୍ରିଲ,ମେ ଏବଂ ଜୁନ୍‌ ମାସରେ ଯଥାକ୍ରମେ ୫୪.୦%, ୮୯.୫% ଏବଂ ୧୦୮.୯% ସ୍ତରରେ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

UPI Payment: ଭୁଲ ନମ୍ୱରକୁ କରିଦେଇଛନ୍ତି କି ପେମେଣ୍ଟ? ଜାଣନ୍ତୁ କେମିତି ଫେରି ପାଇବେ ଆପଣଙ୍କ ଟଙ୍କା, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୬।୯: UPI ପେମେଣ୍ଟ ଟଙ୍କା କାରବାରକୁ ବହୁତ ସହଜ ଏବଂ ଦ୍ରୁତ କରିଦେଇଛି। ତଥାପି, ବେଳେବେଳେ ତରବରିଆ ଭାବେ କିମ୍ୱା ଅସାବଧାନତା ଯୋଗୁଁ ଭୁଲ ନମ୍ୱର ବା…

ଦୀପାବଳି ପାଇଁ ଏବେଠୁ ବୁକ୍‌ ହୋଇଗଲା ସବୁ ଟ୍ରେନ ଟିକେଟ୍‌! କିଛି ସମୟରେ…

ନୂଆଦିଲ୍‌ଲୀ,୬।୯: ଦୀପାବଳିରେ ଘରକୁ ଯିବା ପାଇଁ ପ୍ରସ୍ତୁତ ହେଉଥିବା ରେଳ ଯାତ୍ରୀମାନଙ୍କ ପାଇଁ ରିଜର୍ଭେସନ ୱିଣ୍ଡୋ ଖୋଲିଯାଇଛି। ନଭେମ୍ୱର ୮ ତାରିଖ ଦୀପାବଳିକୁ ଦୃଷ୍ଟିରେ ରଖି ଯାତ୍ରୀମାନେ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri