ଶିଳ୍ପ ବର୍ଜ୍ୟରେ କଂକ୍ରିଟ୍‌ ରାସ୍ତା

ଭୁବନେଶ୍ୱର, ୧୭।୬(ବ୍ୟୁରୋ): ବିନା ସିମେଣ୍ଟରେ ସମ୍ଭବ ହୋଇଛି କଂକ୍ରିଟ୍‌ ରାସ୍ତା। କେବଳ ଶିଳ୍ପ ବର୍ଜ୍ୟ ବ୍ୟବହାର କରି ଏହି ପ୍ରଦୂଷଣମୁକ୍ତ ରାସ୍ତା ନିର୍ମାଣ କରାଯାଇଛି। କଟକ ଜିଲା ଅମନପଡ଼ା ଗ୍ରାମ୍ୟରେ ପାଇଲଟ ପ୍ରଳକ୍ପ ଭାବେ ତିଆରି ହୋଇଥିବା ଏହି ରାସ୍ତାକୁ ଓଡ଼ିଶା ସରକାରଙ୍କ ଗ୍ରାମ୍ୟ ଉନ୍ନୟନ ବିଭାଗର କଟକ ଡିଭିଜନ ଏବଂ କିଟ୍‌ ବିଶ୍ୱବିଦ୍ୟାଳୟର ବୈଷୟିକ ଜ୍ଞାନ ସହଯୋଗରେ କରାଯାଇଛି। କିଟ୍‌ ବିଶ୍ୱବିଦ୍ୟାଳୟର ଗବେଷକମାନେ ଏହି ନୂତନ ନିର୍ମାଣଭିତ୍ତିକ ଟେକ୍ନୋଲୋଜି ବାହାର କରିଛନ୍ତି। ପ୍ରଥମଥର ଲାଗି ଏହି ଟେକ୍ନୋଲୋଜି ଓଡ଼ିଶାରେ ସଫଳତାର ସହ କାର୍ଯ୍ୟକାରୀ ହୋଇଛି। ଜୁନ୍‌ ପ୍ରଥମ ସପ୍ତାହରେ ଅମନପଡ଼ା ଗ୍ରାମ୍ୟ ରାସ୍ତା ନିର୍ମାଣରେ ଏହି ଟେକ୍ନୋଲୋଜିକୁ ପରୀକ୍ଷାମୂଳକ ଭାବେ ବ୍ୟବହାର କରାଯାଇଛି। ନିର୍ମାଣ କ୍ଷେତ୍ରରେ ଏହି ଟେକ୍ନୋଲୋଜି ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବ ବୋଲି କିଟ୍‌ର ଗବେଷକମାନେ ଦାବି କରିଛନ୍ତି।
ଗବେଷକଙ୍କ ମତରେ, ସିମେଣ୍ଟରେ ରାସ୍ତା ତିଆରି ବେଳେ ବ୍ୟାପକ ବାୟୁ ପ୍ରଦୂଷଣ ହୋଇଥାଏ। ଏଥିସହ ଅଧିକରୁ ଅଧିକ ପରିମାଣର ଚୂନ ପଥର ବ୍ୟବହାର ହୋଇଥାଏ। ଆସନ୍ତା ୨୦-୨୫ ବର୍ଷ ମଧ୍ୟରେ ଚୂନ ପଥରର ଘୋର ଅଭାବ ଦେଖାଦେବ। ଏହାକୁ ଦୃଷ୍ଟିରେ ରଖି ତାପଜ ଶକ୍ତି ଉତ୍ପାଦନ କେନ୍ଦ୍ରଗୁଡ଼ିକରୁ ନିର୍ଗତ ବର୍ଜ୍ୟବସ୍ତୁ ଫ୍ଲାଏ ଆଶ୍‌କୁ କିପରି ସିମେଣ୍ଟର ବିକଳ୍ପ ଭାବେ ବ୍ୟବହାର କରାଯାଇପାରିବ ସେ ନେଇ ଗବେଷକମାନେ ଦୀର୍ଘଦିନ ଧରି ଗବେଷଣା କରିଆସୁଥିଲେ। ସିମେଣ୍ଟର ବିକଳ୍ପ ଭାବେ ‘ଜିଓ ପଲିମର କଂକ୍ରିଟ୍‌’କୁ ନିର୍ମାଣରେ ବ୍ୟବହାର କରାଯାଇ ଏହି ରାସ୍ତା ନିର୍ମାଣ କରାଯାଇଛି। ଏହି ସଫଳତା ପରେ କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଗବେଷକଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri