‘ଶିଳ୍ପ ସଂସ୍ଥାରେ ସୁରକ୍ଷା ବ୍ୟବସ୍ଥାର ନିୟମିତ ଯାଞ୍ଚ ହେଉ’: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ

ବାଲେଶ୍ୱର ଅଫିସ,୧୯।୧୧-ରାଜ୍ୟର ଶିଳ୍ପସଂସ୍ଥାରେ ଦିନକୁ ଦିନ ଦୁର୍ଘଟଣା ବୃଦ୍ଧି ପାଇ ଚାଲିଛି। ଏହାର ପ୍ରତିରୋଧ କରିବା ପାଇଁ କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ଅବହେଳାରୁ ଗ୍ୟାସ୍‌ ଲିକ୍‌ ହୋଇ ଅଗ୍ନିକାଣ୍ଡ ଭଳି ଘଟଣା ଘଟୁଛି। ଶିଳ୍ପସଂସ୍ଥାଗୁଡିକରେ ସୁରକ୍ଷା ବ୍ୟବସ୍ଥାର ନିୟମିତ ଓ ବାଧ୍ୟତାମୂଳକ ଯାଞ୍ଚ କରିବାକୁ ଚିଠିରେ ଦାବି କରାଯାଇଛି।
ଗତ ୧୩ତାରିଖ ରାତିରେ ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧୀନ ପଣପଣାସ୍ଥିତ ଫାଲକନ କମ୍ପାନୀର ଚିଙ୍ଗୁଡ଼ି ପ୍ରୋସେସିଂ ପ୍ଲାଣ୍ଟରେ କ୍ଲୋରିନ୍‌ ଗ୍ୟାସ୍‌ ଲିକ୍‌ ହୋଇଥିଲା। ଏଥିରେ ଶହେରୁ ଊର୍ଦ୍ଧ୍ୱ ମହିଳା କର୍ମଚାରୀ ଅସୁସ୍ଥ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହୋଇଥିଲେ। ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଜିଲା ଆରକ୍ଷୀ ଅଧୀକ୍ଷକ ବି. ଯୁଗଳ କିଶୋର, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ବାନାର୍ଜୀ ପ୍ରସାଦ ମୁଖାର୍ଜୀଙ୍କ ଉଦ୍ୟମ ଯୋଗୁ ସମସ୍ତ ଆହତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅନ୍ୟପକ୍ଷରେ କିଛିବର୍ଷ ପୂର୍ବରୁ ଭୁବନେଶ୍ୱରସ୍ଥିତ ସମ୍‌ ହସ୍‌ପିଟାଲରେ ଅସାବଧାନତା କାରଣରୁ ଅଗ୍ନିକାଣ୍ଡ ଘଟି ବ୍ୟାପକ ଧନଜୀବନ କ୍ଷତି ହୋଇଥିଲା। ଏହାକୁ ଲକ୍ଷ୍ୟରେ ରଖି ରାଜ୍ୟର ସମସ୍ତ ଶିଳ୍ପାନୁଷ୍ଠାନରେ ନିୟମିତ ଭାବେ ସୁରକ୍ଷା ବ୍ୟବସ୍ଥା ସହ ଅଗ୍ନି ନିରାପତ୍ତା ବ୍ୟବସ୍ଥାକୁ ଯାଞ୍ଚ କରାଯିବାକୁ କେନ୍ଦ୍ରମନ୍ତ୍ରୀ ଷଡ଼ଙ୍ଗୀ ଚିଠିରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri