ଶିଶିର ସରସ-୨୦୨୦: ଜାନୁୟାରୀ ୪ରୁ ଆରମ୍ଭ, ୧୧ ଦିନ ଚାଲିବ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଆସନ୍ତାବର୍ଷ ଜାନୁୟାରୀ ପ୍ରଥମ ସପ୍ତାହରୁ ଆରମ୍ଭ ହେବ ଜାତୀୟସ୍ତରୀୟ ମେଳା ‘ଶିଶିର ସରସ’। ଏହି ମେଳା ଜାନୁୟାରୀ ୪ରୁ ୧୪ ତାରିଖ ଯାଏ ଭୁବନେଶ୍ୱର ୟୁନିଟ-୩ସ୍ଥିତ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହେବ। ଚଳିତ ଥର ମେଳାରେ ମୋଟ ୩୦୦ଟି ଷ୍ଟଲ ସ୍ଥାନ ପାଇବ। ଏଥିନେଇ ଆୟୋଜକଙ୍କ ତରଫରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ମେଳା ପରିସରକୁ ସଫା ରଖିବା, ପ୍ଲାଷ୍ଟିକ-ପଲିଥିନ ମୁକ୍ତ କରିବା, ପାନୀୟ ଜଳ ସୁବିଧା, ସୁରକ୍ଷା ଓ ଆଲୋକ ବ୍ୟବସ୍ଥା ଆଦି ଅନେକ କାର୍ଯ୍ୟ ଲାଗି ବ୍ୟବସ୍ଥା କରାଯାଉଛି। ମେଳାରେ ଭାରତର ୨୫ ରାଜ୍ୟ ଅଂଶଗ୍ରହଣ କରିବେ। ସେହିଭଳି ରାଜ୍ୟର ୩୦ଜିଲାର ସ୍ବୟଂ ସହାୟକ ଗୋଷ୍ଠୀ, ଉତ୍ପାଦକ ଗୋଷ୍ଠୀ ମଧ୍ୟ ସେମାନଙ୍କ ହାତତିଆରି ସାମଗ୍ରୀ ନେଇ ମେଳାରେ ସାମିଲ ହେବେ।

ମେଳାର ସ୍ବତନ୍ତ୍ର ଆକର୍ଷଣରେ ପ୍ରଥମ ଥର ଲାଗି ସ୍ବୟଂ ସହାୟକ ଗୋଷ୍ଠୀ ଏବଂ ଉତ୍ପାଦକ ଗୋଷ୍ଠୀମାନଙ୍କ ଉତ୍ପାଦଗୁଡ଼ିକର ଉଦ୍ୟୋଗ ଆଧାର ଓ ଜିଇଏମ୍‌ ପଞ୍ଜୀକରଣ ପାଇଁ ସାଧନ କେନ୍ଦ୍ର ବ୍ୟବସ୍ଥା କରାଯାଇଛି। ଏହାଛଡ଼ା ମେଳାରେ ୧୨ଟି ଷ୍ଟଲକୁ ନେଇ ଫୁଡ୍‌ କୋର୍ଟ ଖୋଲାଯିବ। ଏଥିରେ ଦେଶର ୮ଟି ରାଜ୍ୟ ସହ ଓଡ଼ିଶାର ପାରମ୍ପରିକ ଖାଦ୍ୟ ସାମଗ୍ରୀ ମିଳିବ। ସେହିଭଳି ରାଜ୍ୟ ତଥା ରାଜ୍ୟ ବାହାରେ ପ୍ରଚଳିତ ପୋଷାକ ଓ ହସ୍ତଶିଳ୍ପ ସାମଗ୍ରୀକୁ ନେଇ ଫ୍ୟାଶନ ଶୋ’ ଆୟୋଜନର ବ୍ୟବସ୍ଥା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?