ଶିଶିର ସରସ-୨୦୨୦: ଜାନୁୟାରୀ ୪ରୁ ଆରମ୍ଭ, ୧୧ ଦିନ ଚାଲିବ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଆସନ୍ତାବର୍ଷ ଜାନୁୟାରୀ ପ୍ରଥମ ସପ୍ତାହରୁ ଆରମ୍ଭ ହେବ ଜାତୀୟସ୍ତରୀୟ ମେଳା ‘ଶିଶିର ସରସ’। ଏହି ମେଳା ଜାନୁୟାରୀ ୪ରୁ ୧୪ ତାରିଖ ଯାଏ ଭୁବନେଶ୍ୱର ୟୁନିଟ-୩ସ୍ଥିତ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହେବ। ଚଳିତ ଥର ମେଳାରେ ମୋଟ ୩୦୦ଟି ଷ୍ଟଲ ସ୍ଥାନ ପାଇବ। ଏଥିନେଇ ଆୟୋଜକଙ୍କ ତରଫରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ମେଳା ପରିସରକୁ ସଫା ରଖିବା, ପ୍ଲାଷ୍ଟିକ-ପଲିଥିନ ମୁକ୍ତ କରିବା, ପାନୀୟ ଜଳ ସୁବିଧା, ସୁରକ୍ଷା ଓ ଆଲୋକ ବ୍ୟବସ୍ଥା ଆଦି ଅନେକ କାର୍ଯ୍ୟ ଲାଗି ବ୍ୟବସ୍ଥା କରାଯାଉଛି। ମେଳାରେ ଭାରତର ୨୫ ରାଜ୍ୟ ଅଂଶଗ୍ରହଣ କରିବେ। ସେହିଭଳି ରାଜ୍ୟର ୩୦ଜିଲାର ସ୍ବୟଂ ସହାୟକ ଗୋଷ୍ଠୀ, ଉତ୍ପାଦକ ଗୋଷ୍ଠୀ ମଧ୍ୟ ସେମାନଙ୍କ ହାତତିଆରି ସାମଗ୍ରୀ ନେଇ ମେଳାରେ ସାମିଲ ହେବେ।

ମେଳାର ସ୍ବତନ୍ତ୍ର ଆକର୍ଷଣରେ ପ୍ରଥମ ଥର ଲାଗି ସ୍ବୟଂ ସହାୟକ ଗୋଷ୍ଠୀ ଏବଂ ଉତ୍ପାଦକ ଗୋଷ୍ଠୀମାନଙ୍କ ଉତ୍ପାଦଗୁଡ଼ିକର ଉଦ୍ୟୋଗ ଆଧାର ଓ ଜିଇଏମ୍‌ ପଞ୍ଜୀକରଣ ପାଇଁ ସାଧନ କେନ୍ଦ୍ର ବ୍ୟବସ୍ଥା କରାଯାଇଛି। ଏହାଛଡ଼ା ମେଳାରେ ୧୨ଟି ଷ୍ଟଲକୁ ନେଇ ଫୁଡ୍‌ କୋର୍ଟ ଖୋଲାଯିବ। ଏଥିରେ ଦେଶର ୮ଟି ରାଜ୍ୟ ସହ ଓଡ଼ିଶାର ପାରମ୍ପରିକ ଖାଦ୍ୟ ସାମଗ୍ରୀ ମିଳିବ। ସେହିଭଳି ରାଜ୍ୟ ତଥା ରାଜ୍ୟ ବାହାରେ ପ୍ରଚଳିତ ପୋଷାକ ଓ ହସ୍ତଶିଳ୍ପ ସାମଗ୍ରୀକୁ ନେଇ ଫ୍ୟାଶନ ଶୋ’ ଆୟୋଜନର ବ୍ୟବସ୍ଥା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri