Posted inଜାତୀୟ

ଶିଶୁଙ୍କୁ ଯୌନ ନିର୍ଯାତନା ନେଇ କଠୋର ହେଲେ ସୁପ୍ରିମକୋର୍ଟ: ସବୁ ଜିଲାରେ ହେବ ପୋକ୍ସୋ କୋର୍ଟ

ନୂଆଦିଲ୍ଲୀ,୨୫ା୭(ପି.ଟି.)-  ଦେଶରେ ଶିଶୁଙ୍କ ପ୍ରତି ଯୌନ ନିର୍ଯାତନା ମାମଲା ବଢ଼ିବାରେ ଲାଗିଛି। ଏପରି କି କେତେକ ଜିଲାରେ ଏଭଳି ଶତାଧିକ ମାମଲା ଗଡ଼ୁଛି। ସୁପ୍ରିମକୋର୍ଟ ଏହାକୁ ଦୃଷ୍ଟିରେ ରଖି ଶିଶୁଙ୍କୁ ଯୌନ ନିର୍ଯାତନାରୁ ମୁକ୍ତ କରିବା ପାଇଁ ଉଦ୍ଦିଷ୍ଟ ପୋକ୍ସୋ ଆଇନ ଅଧୀନରେ ସମସ୍ତ ଜିଲାରେ ୬୦ ଦିନ ମଧ୍ୟରେ ସ୍ବତନ୍ତ୍ର କୋର୍ଟ ପ୍ରତିଷ୍ଠା ପାଇଁ ଗୁରୁବାର କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ତଥା ଜଷ୍ଟିସ୍‌ ଦୀପକ ଗୁପ୍ତା ଓ ଅନିରୁଦ୍ଧ ବୋଷଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି, ୧୦୦ରୁ ଊର୍ଦ୍ଧ୍ୱ ପୋକ୍ସୋ ମାମଲା ବିଚାରାଧୀନ ଥିବା ଜିଲାଗୁଡ଼ିକରେ ପୀଡ଼ିତ ଶିଶୁଙ୍କୁ ନ୍ୟାୟ ପ୍ରଦାନ ପାଇଁ ୨ ମାସ ମଧ୍ୟରେ କେନ୍ଦ୍ର ସରକାର ସ୍ବତନ୍ତ୍ର କୋର୍ଟ ପ୍ରତିଷ୍ଠା କରିବେ। ଏହାସହ ଏପରି ମାମଲାଗୁଡ଼ିକର ପରିଚାଳନା ପାଇଁ ସରକାର ତାଲିମପ୍ରାପ୍ତ ତଥା ସମ୍ବେଦନଶୀଳ ଅଧିବ୍ୟକ୍ତା ଓ ସହାୟକଙ୍କୁ ନିଯୁକ୍ତ କରିବେ। କୋର୍ଟ ସ୍ଥାପନ ପାଇଁ ଆବଶ୍ୟକ ପାଣ୍ଠି କେନ୍ଦ୍ର ସରକାର ବହନ କରିବେ। ପୋକ୍ସୋ କୋର୍ଟ ପ୍ରତିଷ୍ଠା ଓ ସେଠାରେ ପ୍ରୋସିକ୍ୟୁଟର ନିଯୁକ୍ତି ସମ୍ପର୍କିତ ଯୋଜନା ନେଇ ସରକାର ୩୦ ଦିନ ମଧ୍ୟରେ ପ୍ରୋଗ୍ରେସ ରିପୋର୍ଟ ଦାଖଲ କରି ସୁପ୍ରିମକୋର୍ଟଙ୍କୁ ଅବଗତ କରିିବେ। ସେହିପରି ଏପରି ମାମଲାର ଫରେନ୍ସିକ୍‌ ରିପୋର୍ଟ ଉଚିତ ସମୟରେ ଦାଖଲ ପାଇଁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳଗୁଡ଼ିକର ମୁଖ୍ୟ ଶାସନ ସଚିବମାନେ ନିଶ୍ଚିତ କରିବେ ବୋଲି ଶୀର୍ଷ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି। ଶିଶୁ ବଳାତ୍କାର ଉପରେ ଦେଶବ୍ୟାପୀ ଅଧିକ ତଥ୍ୟ ସଂଗ୍ରହ ପୋକ୍ସୋ ଆଇନର କାର୍ଯ୍ୟକାରିତାକୁ ବିଳମ୍ବିତ କରିବ ବୋଲି ଖଣ୍ଡପୀଠ ଆଶଙ୍କା ବ୍ୟକ୍ତ କରିଛନ୍ତି। ପୋକ୍ସୋ ମାମଲାଗୁଡ଼ିକର ତ୍ୱରିତ ଫଇସଲା ପାଇଁ ପ୍ରତ୍ୟେକ ଜିଲାରେ ଫରେନ୍ସିକ୍‌ ଲାବରେଟୋରି ପ୍ରତିଷ୍ଠା ଲାଗି ଆମିକସ୍‌ କ୍ୟୁରି (ଆଇନ ମିତ୍ର) ଭି. ଗିରିଙ୍କ ପ୍ରସ୍ତାବକୁ ପରେ ବିଚାର କରାଯାଇପାରେ। ତେବେ ଏଭଳି ମାମଲାଗୁଡ଼ିକର ତୁରନ୍ତ ବିଚାର ଲାଗି ଉଚିତ ସମୟରେ ଫରେନ୍ସିକ୍‌ ରିପୋର୍ଟ ଦାଖଲ କରାଇବା ରାଜ୍ୟ ସରକାରଙ୍କ ଦାୟିତ୍ୱ ବୋଲି ଖଣ୍ଡପୀଠ ସ୍ପଷ୍ଟ କରିଛନ୍ତି। ଆସନ୍ତା ସେପ୍ଟେମ୍ବର ୨୬ରେ ଏହାର ପରବର୍ତ୍ତୀ ଶୁଣାଣି କରିବାକୁ ସର୍ବୋଚ୍ଚ ଅଦାଲତ ସ୍ଥିର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri