Posted inଜାତୀୟ

ଶିଶୁଙ୍କୁ ଯୌନ ନିର୍ଯାତନା ନେଇ କଠୋର ହେଲେ ସୁପ୍ରିମକୋର୍ଟ: ସବୁ ଜିଲାରେ ହେବ ପୋକ୍ସୋ କୋର୍ଟ

ନୂଆଦିଲ୍ଲୀ,୨୫ା୭(ପି.ଟି.)-  ଦେଶରେ ଶିଶୁଙ୍କ ପ୍ରତି ଯୌନ ନିର୍ଯାତନା ମାମଲା ବଢ଼ିବାରେ ଲାଗିଛି। ଏପରି କି କେତେକ ଜିଲାରେ ଏଭଳି ଶତାଧିକ ମାମଲା ଗଡ଼ୁଛି। ସୁପ୍ରିମକୋର୍ଟ ଏହାକୁ ଦୃଷ୍ଟିରେ ରଖି ଶିଶୁଙ୍କୁ ଯୌନ ନିର୍ଯାତନାରୁ ମୁକ୍ତ କରିବା ପାଇଁ ଉଦ୍ଦିଷ୍ଟ ପୋକ୍ସୋ ଆଇନ ଅଧୀନରେ ସମସ୍ତ ଜିଲାରେ ୬୦ ଦିନ ମଧ୍ୟରେ ସ୍ବତନ୍ତ୍ର କୋର୍ଟ ପ୍ରତିଷ୍ଠା ପାଇଁ ଗୁରୁବାର କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ତଥା ଜଷ୍ଟିସ୍‌ ଦୀପକ ଗୁପ୍ତା ଓ ଅନିରୁଦ୍ଧ ବୋଷଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି, ୧୦୦ରୁ ଊର୍ଦ୍ଧ୍ୱ ପୋକ୍ସୋ ମାମଲା ବିଚାରାଧୀନ ଥିବା ଜିଲାଗୁଡ଼ିକରେ ପୀଡ଼ିତ ଶିଶୁଙ୍କୁ ନ୍ୟାୟ ପ୍ରଦାନ ପାଇଁ ୨ ମାସ ମଧ୍ୟରେ କେନ୍ଦ୍ର ସରକାର ସ୍ବତନ୍ତ୍ର କୋର୍ଟ ପ୍ରତିଷ୍ଠା କରିବେ। ଏହାସହ ଏପରି ମାମଲାଗୁଡ଼ିକର ପରିଚାଳନା ପାଇଁ ସରକାର ତାଲିମପ୍ରାପ୍ତ ତଥା ସମ୍ବେଦନଶୀଳ ଅଧିବ୍ୟକ୍ତା ଓ ସହାୟକଙ୍କୁ ନିଯୁକ୍ତ କରିବେ। କୋର୍ଟ ସ୍ଥାପନ ପାଇଁ ଆବଶ୍ୟକ ପାଣ୍ଠି କେନ୍ଦ୍ର ସରକାର ବହନ କରିବେ। ପୋକ୍ସୋ କୋର୍ଟ ପ୍ରତିଷ୍ଠା ଓ ସେଠାରେ ପ୍ରୋସିକ୍ୟୁଟର ନିଯୁକ୍ତି ସମ୍ପର୍କିତ ଯୋଜନା ନେଇ ସରକାର ୩୦ ଦିନ ମଧ୍ୟରେ ପ୍ରୋଗ୍ରେସ ରିପୋର୍ଟ ଦାଖଲ କରି ସୁପ୍ରିମକୋର୍ଟଙ୍କୁ ଅବଗତ କରିିବେ। ସେହିପରି ଏପରି ମାମଲାର ଫରେନ୍ସିକ୍‌ ରିପୋର୍ଟ ଉଚିତ ସମୟରେ ଦାଖଲ ପାଇଁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳଗୁଡ଼ିକର ମୁଖ୍ୟ ଶାସନ ସଚିବମାନେ ନିଶ୍ଚିତ କରିବେ ବୋଲି ଶୀର୍ଷ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି। ଶିଶୁ ବଳାତ୍କାର ଉପରେ ଦେଶବ୍ୟାପୀ ଅଧିକ ତଥ୍ୟ ସଂଗ୍ରହ ପୋକ୍ସୋ ଆଇନର କାର୍ଯ୍ୟକାରିତାକୁ ବିଳମ୍ବିତ କରିବ ବୋଲି ଖଣ୍ଡପୀଠ ଆଶଙ୍କା ବ୍ୟକ୍ତ କରିଛନ୍ତି। ପୋକ୍ସୋ ମାମଲାଗୁଡ଼ିକର ତ୍ୱରିତ ଫଇସଲା ପାଇଁ ପ୍ରତ୍ୟେକ ଜିଲାରେ ଫରେନ୍ସିକ୍‌ ଲାବରେଟୋରି ପ୍ରତିଷ୍ଠା ଲାଗି ଆମିକସ୍‌ କ୍ୟୁରି (ଆଇନ ମିତ୍ର) ଭି. ଗିରିଙ୍କ ପ୍ରସ୍ତାବକୁ ପରେ ବିଚାର କରାଯାଇପାରେ। ତେବେ ଏଭଳି ମାମଲାଗୁଡ଼ିକର ତୁରନ୍ତ ବିଚାର ଲାଗି ଉଚିତ ସମୟରେ ଫରେନ୍ସିକ୍‌ ରିପୋର୍ଟ ଦାଖଲ କରାଇବା ରାଜ୍ୟ ସରକାରଙ୍କ ଦାୟିତ୍ୱ ବୋଲି ଖଣ୍ଡପୀଠ ସ୍ପଷ୍ଟ କରିଛନ୍ତି। ଆସନ୍ତା ସେପ୍ଟେମ୍ବର ୨୬ରେ ଏହାର ପରବର୍ତ୍ତୀ ଶୁଣାଣି କରିବାକୁ ସର୍ବୋଚ୍ଚ ଅଦାଲତ ସ୍ଥିର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧିନତା ଦାବିରେ  ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

ଲୋକ ସଭା ନିର୍ବାଚନ: ଭୋଟ ଗ୍ରହଣ ମଧ୍ୟରେ ବସ୍ତରରେ ଆଇଇଡି ବ୍ଲାଷ୍ଟ, ସିଆରପିଏଫ ଯବାନ ଆହତ, ମଣିପୁରରେ ଫାୟାରିଂ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟର ଭୋଟ ଗ୍ରହଣ ଶୁକ୍ରବାର ଆରମ୍ଭ ହୋଇଛି। ୮ ଜଣ କେନ୍ଦ୍ର ମନ୍ତ୍ରୀ, ୨ ପୂର୍ବତନ ମୁଖ୍ୟମନ୍ତ୍ରୀ...

ଗାନ୍ଧିନଗରରୁ ପ୍ରାର୍ଥିପତ୍ର ଦାଖଲ କଲେ ଅମିତ ଶାହା, କହିଲେ ମୋଦି ଦେଶକୁ ସୁରକ୍ଷିତ ରଖିଛନ୍ତି

ଅହମଦାବାଦ,୧୯।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗାନ୍ଧିନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବରେ ନିଜର ପ୍ରାର୍ଥିପତ୍ର...

ଫିଲ୍ମ ଶୁଟିଂ ପାଇଁ ବାହାରିଲେ ରିଜେକ୍ଟ ହୋଇଥିବା ୨ ରାଜକୁମାର, ରାହୁଲ-ଅଖିଳେଶଙ୍କୁ ଟାର୍ଗେଟ କଲେ ମୋଦି

ଅମରୋହା,୧୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର କରୁଛନ୍ତି। ଶୁକ୍ରବାର (ଏପ୍ରିଲ ୧୯) ଉତ୍ତରପ୍ରଦେଶର ଆମରୋହା ଠାରେ ଏକ ରାଲିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri