ଶିଶୁଙ୍କ ଜଳଖିଆରେ ପୋକ ଘଟଣା: ସାନଖୁଡ଼ି-୨ ଅଙ୍ଗନୱାଡ଼ି କେନ୍ଦ୍ର ସମ୍ମୁଖରେ ମହିଳାଙ୍କ ବିକ୍ଷୋଭ

ରୂପ୍‌ସା, ୧୦।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ସାନଖୁଡ଼ି-୨ ଅଙ୍ଗନୱାଡ଼ି କେନ୍ଦ୍ରରେ ଉତ୍ତେଜନା ଲାଗି ରହିଛି। ଗତ ୭ତାରିଖରେ ଶିଶୁଙ୍କୁ ଦିଆଯାଇଥିବା ଜଳଖିଆରେ ପୋକ ବାହାରିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଉ ନ ଥିବାରୁ ମଙ୍ଗଳବାର ଅଙ୍ଗନୱାଡ଼ି କେନ୍ଦ୍ର ସମ୍ମୁଖରେ ଗ୍ରାମର ମହିଳାମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଯାଞ୍ଚ ଓ ମଦର୍ସ କମିଟି ତରଫରୁ ଦୁର୍ଗାବତୀ ମିଶ୍ର, ସସ୍ମିତା ଦାସ, ସଙ୍ଗୀତା ଗିରି, ରୀତା ଦାସ, ତରୁଣ କୁମାର ଦାସ, ବିଶ୍ୱରଞ୍ଜନ ଦାସ ଓ ସତ୍ୟବତୀ ଗିରି ପ୍ରମୁଖ ଜଳଖିଆ ଦାୟିତ୍ୱରେ ଥିବା ସ୍ବୟଂ ସହାୟିକା ଗୋଷ୍ଠୀ ଓ କେନ୍ଦ୍ରର ସହାୟିକାଙ୍କ ବହିଷ୍କାର ଦାବି କରିଛନ୍ତି। ଅପରପକ୍ଷରେ ମଙ୍ଗଳବାର ଶିଶୁଙ୍କ ଜଳଖିଆ ଓ ମଧ୍ୟାହ୍ନଭୋଜନ ଦିଆଯାଇ ନ ଥିବାରୁ କର୍ମୀଙ୍କୁ ଗ୍ରାମବାସୀ ପ୍ରଶ୍ନ କରିଛନ୍ତି।

ମାତୃଶକ୍ତି ସ୍ବୟଂ ସହାୟିକା ଗୋଷ୍ଠୀ ଏହି କେନ୍ଦ୍ରରେ ଶିଶୁଙ୍କୁ ଜଳଖିଆ ଦେବା ଦାୟିତ୍ୱ ନେଇଛି। ଗୋଷ୍ଠୀର ସଭାନେତ୍ରୀ ମୌସୁମୀ ମଲିକ ଗତ ୭ ତାରିଖରେ ଶିଶୁଙ୍କୁ ମୁଢ଼ିମୁହାଁ ଜଳଖିଆ ଦେଇଥିଲେ। ଏହି ଜଳଖିଆକୁ ଜଣେ ଗ୍ରାମବାସୀ ନେଇ ସେଥିରୁ ପୋକ ସାଲୁବାଲୁ ହେଉଥିବା ଦେଖିଥିଲେ। ଅପରପକ୍ଷରେ ଅଜାଣତରେ ଏହି ମୁଢ଼ିମୁହାଁ ଖାଇ ୨ରୁ ୩ଜଣ ଶିଶୁ ବାନ୍ତି କରିବାରୁ ସେମାନଙ୍କୁ ଘରୋଇ ଡାକ୍ତରଙ୍କ ଚିକିତ୍ସା କରାଯାଇଥିବା ଗ୍ରାମବାସୀ ଅଭିଯୋଗ କରିଥିଲେ। ନିମ୍ନମାନର ଜଳଖିଆ ଦିଆଯାଉଥିବା ପ୍ରତିବାଦରେ ଗ୍ରାମର ମହିଳା, ପୁରୁଷ କେନ୍ଦ୍ରରେ ପହଞ୍ଚତ୍ ହୋହଲ୍ଲା କରିଥିଲେ। ଅଙ୍ଗନୱାଡ଼ି କର୍ମୀ ଜଳଖିଆର ମାନ ତଦାରଖ ନ କରି ଶିଶୁଙ୍କୁ କାହଁିକି ଖାଇବାକୁ ଦେଲେ ବୋଲି ଗ୍ରାମବାସୀ ପଚାରିଥିଲେ। ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ବିଡ଼ିଓ, ତହସିଲଦାରଙ୍କୁ ଅବଗତ କରାଯାଇଥିଲା। ହେଲେ ଏ ଦିଗରେ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇ ନ ଥିବାରୁ ଅସନ୍ତୋଷ ଦେଖାଦେଇଛି। ଅପରପକ୍ଷେ ମଙ୍ଗଳବାର ଶିଶୁଙ୍କ ଜଳଖିଆ ଓ ମଧ୍ୟାହ୍ନଭୋଜନ ଦିଆ ନ ଯିବାରୁ କର୍ମୀଙ୍କୁ ଗ୍ରାମବାସୀ ଘେରାଉ କରିଥିଲେ। ତୁରନ୍ତ ଗାଁରେ ବୈଠକ ଡକାଯାଇ ଅଙ୍ଗନୱାଡ଼ି କେନ୍ଦ୍ରରେ ଚାଲିଥିବା ମନମୁଖୀ କାର୍ଯ୍ୟ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯିବ ବୋଲି ରାଧାମରି ଦାସ, ମନୋରମା ଦାସ, ଜୁଲି ଦାସ, ତାରାମଣୀ ଦାସ ଓ ପାର୍ବତୀ ଦାସ ପ୍ରମୁଖ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri