ଶିଶୁଙ୍କ ସାମଗ୍ରିକ ବିକାଶ ଉପରେ ଗୁରୁତ୍ୱ

ପୁରୀ ଅଫିସ, ୨୦ା୧୧ :  ବିଶ୍ୱମ୍ବର ବିଦ୍ୟାପୀଠ ପରିସରରେ ଗୁରୁବାର ଶିଶୁ ସମାଚାର ପକ୍ଷରୁ ବିଶ୍ୱ ଶିଶୁ ଅଧିକାର ଦିବସ ପାଳିତ ହୋଇଯାଇଛି। ଆଇନଜୀବୀ ଶରତ ରାୟଗୁରୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲା ଆଇନସେବା ପ୍ରାଧିକରଣ ସଚିବ ଅମରେଶ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିଶୁଙ୍କ ସାମଗ୍ରିକ ବିକାଶ ଉପରେ ଗୁରୁତ୍ୱାରୋପ କରିଥିଲେ। ଜିଲା ଶିଶୁ ସୁରକ୍ଷା ଅଧିକାରୀ ମନୋଜ ତ୍ରିପାଠୀ, ମଣ୍ଡଳ ଶିକ୍ଷାଧିକାରୀ ମମତା ମିଶ୍ର, ଉପଦେଷ୍ଟା ଶିକ୍ଷାବିତ୍‌ ରଘୁନାଥ ମହାପାତ୍ର, ସାମାଜିକ କର୍ମୀ ଚକ୍ରଧର ମହାପାତ୍ର, ଖବରଦାତା ଜଗନ୍ନାଥ ବସ୍ତିଆ, ପ୍ରଧାନ ଶିକ୍ଷକ ସୁଶିଳ କୁମାର ବ୍ରହ୍ମା, ଶିକ୍ଷାବିତ୍‌ ଶିବସୁନ୍ଦର ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଶିଶୁଙ୍କ ସାମଗ୍ରିକ ବିକାଶରେ ମାତା ପିତା ଓ ଶିକ୍ଷକଙ୍କ ପ୍ରମୁଖ ଭୂମିକା ରହିଛି। ଶିଶୁଙ୍କ ସୁରକ୍ଷା, ବିକାଶ ଲାଗି ଶିଶୁ ଅଧିକାର, ଶିଶୁ ଶିକ୍ଷା ଆଇନ କାର୍ଯ୍ୟକାରୀ ହେଉଥିଲେ ମଧ୍ୟ ସେମାନଙ୍କ ବିକାଶରେ କୌଣସି ପ୍ରଭାବ ପଡୁନାହିଁ। ଶିଶୁ ଆଜି ବି ବିଭିନ୍ନ ସ୍ଥାନରେ ଅବହେଳିତ ହେବା ସହ ଶିକ୍ଷା, ସ୍ବଚ୍ଛ ପରିବେଶରୁ ବଞ୍ଚତ୍ତ ହେଉଛନ୍ତି। ସରକାରୀ କାର୍ଯ୍ୟରେ ଶିକ୍ଷକଙ୍କ ନିୟୋଜନ ତଥା ରଥଯାତ୍ରାରେ ଦୁଇ ସପ୍ତାହ ବ୍ୟାପୀ ପୁରୀ ସହରସ୍ଥ କେତେକ ବିଦ୍ୟାଳୟକୁ ବନ୍ଦ କରିଦିଆଯାଉଛି। ଫଳରେ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ଏହାଦ୍ୱାରା ଶିଶୁ ଅଧିକାର କ୍ଷୂର୍ଣ୍ଣ ହେଉଛି। ଶିଶୁ ଅଧିକାରକୁ କାର୍ଯ୍ୟକାରୀ ଦିଗରେ ସମସ୍ତଙ୍କ ଉତ୍ତର ଦାୟିତ୍ୱ ରହିଛି ବୋଲି ଅତିଥିମାନେ କହିଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାର ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଶିଶୁ ସମାଚାର ସମ୍ପାଦକ ସୁକାନ୍ତ ପଣ୍ଡା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ମହିଳା ଉଦ୍ୟୋଗୀଙ୍କ ପାଇଁ ‘ଉଦ୍ୟମୀ ଶକ୍ତି’ ଜାତୀୟ ସେମିନାର

ଭୁବନେଶ୍ୱର, ୨୧।୮: ମହିଳା ଉଦ୍ୟୋଗୀଙ୍କୁ ବଜାର ସହ ଯୋଡ଼ିବା, ଡିଜିଟାଲ ପ୍ଲାଟଫର୍ମରେ ସୁଯୋଗ ସୃଷ୍ଟି କରିବା ଏବଂ ସରକାରୀ ଯୋଜନାର ଲାଭ ପହଞ୍ଚାଇବା ଲକ୍ଷ୍ୟରେ ‘ଉଦ୍ୟମୀ ଶକ୍ତି’…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

୨ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ, ଜାଣନ୍ତୁ କାରଣ…

କୋଣାର୍କ,୨୧।୮: ରାସ୍ତା ନିର୍ମାଣରେ ଅନିୟମିତତା ଅଭିଯୋଗରେ ୨ଜଣ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ। ଖବର ପାଇ ବଳଙ୍ଗା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କୁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri