ଶିଶୁର ବିକାଶରେ ହିଁ ଦେଶର ବିକାଶ ସମ୍ଭବ

ଫୁଲବାଣୀ ଅଫିସ, ୧୩ା୫-କନ୍ଧମାଳ ଜିଲା ବନ୍ଧଗଡଠାରେ ଶିଶୁ ସୁରକ୍ଷା ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଶିଶୁ ମଙ୍ଗଳ କମିଟି ଅଧ୍ୟକ୍ଷ ଅଶୋକ କୁମାର ବେହେରା ଯୋଗଦେଇ କର୍ମଶାଳାକୁ ଉଦ୍‌ଘାଟନ କରିଥିଲେ। ଶିଶୁମାନଙ୍କ ସୁରକ୍ଷା, ବାଲ୍ୟ ବିବାହ ମୁକ୍ତ ସମାଜ ଗଠନ ଓ ଶିଶୁ ସୁରକ୍ଷା କମିଟିର ଭୂମିକା ଉପରେ ସେ ଅଭିଭାଷଣ ରଖିଥିଲେ। ଅନନ୍ୟା ପ୍ରକଳ୍ପ ଯୋଗୁ କ.ନୂଆଗଁା ବ୍ଲକ୍‌ରେ ୧୦୦ଟି ଗ୍ରାମ୍ୟ ସ୍ତରୀୟ ଶିଶୁ ସୁରକ୍ଷା କମିଟି ଗଠନ କରାଯାଇଛି। ଏହି କମିଟି ସିଧାସଳଖ ଶିଶୁମାନଙ୍କ ସୁରକ୍ଷା ପ୍ରତି ଦୃଷ୍ଟି ଦେବା ସହ ସେମାନଙ୍କ ବିକାଶ ପାଇଁ କାର୍ଯ୍ୟ କରୁଛି। ଏଭଳି କାର୍ଯ୍ୟ ପ୍ରତି ବ୍ଲକରେ ହେବା ଆବଶ୍ୟକ ବୋଲି କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜୁଭେନାଇଲ୍‌ ଜଷ୍ଟିସ୍‌ ବୋର୍ଡ ସଦସ୍ୟ ବାଗ୍ମୀଶ୍ରୀ ଦାସ, ଚାଇଲ୍ଡ ଲାଇନ୍‌ କୋର୍ଡିନେଟର ଦୋଳଗୋବିନ୍ଦ ମହାରଣା, ଶିକ୍ଷକ ସୀମାଞ୍ଚଳ ମୁଖୀ, ତନ୍ମୟ ମିଶ୍ର ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ଶିଶୁର ବିକାଶରେ ହିଁ ଦେଶର ବିକାଶ ହୋଇପାରିବ ବୋଲି କହିଥିଲେ। ଶିଶୁମାନଙ୍କୁ ସୁରକ୍ଷିତ ରଖିବା ଆମ ସମସ୍ତଙ୍କ ନୈତିକ ଦାୟିତ୍ୱ। ପ୍ରତ୍ୟେକ ଗ୍ରାମ ଶିଶୁ ସୁରକ୍ଷା କମିଟି ଯଦି ନିଜ ଗ୍ରାମର ଶିଶୁମାନଙ୍କୁ ସୁରକ୍ଷା ପ୍ରଦାନ କରିପାରିବ ତେବେ ଦେଶର ଭବିଷ୍ୟତ ଉଜ୍ଜ୍ୱଳ ହୋଇପାରିବ ବୋଲି ପ୍ରକାଶ କରିଥିଲେ। ସେହିପରି ବାଲ୍ୟ ବିବାହ ରୋକିବା ଆମର କର୍ତ୍ତବ୍ୟ, କେବଳ ଝିଅମାନଙ୍କୁ ସଚେତନ ନ କରି ବାଲ୍ୟ ବିବାହର କୁପରିଣାମ ବିଷୟରେ ଘରେ ଘରେ ପୁରୁଷ ସଦସ୍ୟଙ୍କ ସମେତ ପୁଅମାନଙ୍କୁ ମଧ୍ୟ ସଚେତନ କରିବା ଆବଶ୍ୟକ ବୋଲି ସ୍ବାତୀର ସମ୍ପାଦକ ଇଂ. ହରିଶଙ୍କର ରାଉତ କହିଥିଲେ। ଏହି ଅବସରରେ ‘ବିଶ୍ୱ ମାତୃ ଦିବସ’ ମଧ୍ୟ ପାଳିତ ହୋଇଥିଲା। ସ୍ବେଚ୍ଛାସେବୀ ଅନୁଷ୍ଠାନ ସ୍ବାତୀ ପକ୍ଷରୁ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପଞ୍ଚାୟତ ପ୍ରତିନିଧି, ଶିଶୁ ସୁରକ୍ଷା କମିଟିର କର୍ମକର୍ତ୍ତା, ବୁଦ୍ଧିଜୀବୀ ଅଂଶଗ୍ରହଣ କରିଥିଲେ। କର୍ମୀ ବୈଦ୍ୟନାଥ ଖଟୁଆ, ପ୍ରଦୀପ କୁମାର ସ୍ବାଇଁ, ସର୍ବେଶ୍ୱର ସାହୁ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘୋଡ଼ାହାଡ଼ ଡ୍ୟାମ୍‌ରୁ ଛଡ଼ାଗଲା ପାଣି, ଖୋଲିଲା ୨ ଗେଟ୍‌

ଦିଗପହଣ୍ଡି,୫ା୭(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରବିବାର ସକାଳୁ ଦିଗପହଣ୍ଡି ଅଞ୍ଚଳରେ ବର୍ଷା ହୋଇଛି। ବର୍ଷା ଯୋଗୁ ଜଳସମ୍ପଦ ବିଭାଗ…

କୂଳ ଲଙ୍ଘୁଛି ସମୁଦ୍ର: ଉଭୟ ଉପକୂଳ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କଲେ ବିଧାୟକ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳକ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଉପକୂଳବର୍ତ୍ତୀ ଅଞ୍ଚଳର ବାସିନ୍ଦାମାନେ ଭୟଭୀତ ଅବସ୍ଥାରେ ଦିନ…

ତାରାତାରିଣୀ କଲେଜର ହେବ ଆଧୁନିକୀକରଣ, ଅଞ୍ଚଳରେ ଖୁସିର ଲହରୀ

ପୁରୁଷୋତ୍ତମପୁର,୫ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ପାଇଁ ଚଳିତ ବର୍ଷ ଏକ ଐତିହାସିକ ବର୍ଷ ପାଲଟିଛି । କେନ୍ଦ୍ର ସରକାରଙ୍କ ପ୍ରତିଷ୍ଠିତ ରୁଷା/ପିଏମ-ଉଷା ପ୍ରକଳ୍ପରେ…

ପ୍ରକାଶ ପାଇଲା ଭୋଟର ତାଲିକା: ୨୭ ଲକ୍ଷ ୯୨ ହଜାର ୧୫୮ ଜଣ ସାମିଲ, ବାଦ୍‌ ପଡ଼ିଲେ…

ଛତ୍ରପୁର,୫ା୭(ଦିଲ୍ଲୀପ ସାମଲ): ଭାରତର ଗଣତାନ୍ତ୍ରିକ ପର୍ବ କୁହାଯାଉଥିବା ନିର୍ବାଚନ ପ୍ରକ୍ରିୟାରେ ସ୍ବଚ୍ଛତା, ନିର୍ଭୁଲ ଏବଂ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ…

ବର୍ଷା ପାଇଁ ଭଞ୍ଜନଗର ୱାଟର ପାର୍କବନ୍ଦ: ଜଳଭଣ୍ଡାରର ଜଳସ୍ତର ବୃଦ୍ଧି

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ମୌସୁମୀ ବର୍ଷା ଆରମ୍ଭ ହେବା ସହ ଭଞ୍ଜନଗର ୱାଟର ପାର୍କରେ ପର୍ଯ୍ୟଟକଙ୍କ ସଂଖ୍ୟା ଯଥେଷ୍ଟ କମିଯାଇଛି। ଅନ୍ୟପକ୍ଷରେ ପରିଚାଳନା ଖର୍ଚ୍ଚ ବଢ଼ିବା…

ଗାଲେରୀ କାଳୀ ମନ୍ଦିରରୁ ବଡ଼ ଧରଣର ଚୋରି; କୋଟି କୋଟି ଟଙ୍କାର ଅଳଙ୍କାର ଲୁଟ୍‌

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ଚୋରି ଓ ଡକାୟତି ଘଟଣା ଦିନକୁ ଦିନ ବଢ଼ୁଥିବା ବେଳେ ରବିବାର ସକାଳେ ଆଉ ଏକ…

ପୋଡ଼ମପେଟା ପରେ ଏବେ ଆର୍ଯ୍ୟପଲ୍ଲୀ: କୂଳ ଲଙ୍ଘୁଛି ସମୁଦ୍ର, ଚିନ୍ତାରେ ମତ୍ସ୍ୟଜୀବୀ ସମ୍ପ୍ରଦାୟ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସମୁଦ୍ର କୂଳ କ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ପୋଡ଼ମପେଟା ସମେତ ବିଭିନ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର କୂଳ…

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri