ଅନୁଗୋଳ ଅଫିସ, ୧୮।୧୨-ଶିଶୁମାନଙ୍କ ଅନ୍ତର୍ନିହିତ ଗୁଣର ପରିପ୍ରକାଶ ପାଇଁ ୧୯୭୯ରୁ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ପକ୍ଷରୁ ଶିଶୁ ଉତ୍ସବ ପାଳନ କରାଯାଉଛି। ମଙ୍ଗଳବାର କୁମଣ୍ଡ ଜରାସିଂହା ନୋଡାଲ ଉଚ୍ଚ ବିଦ୍ୟାଳୟରେ ଜିଲାସ୍ତରୀୟ ଓଷ୍ଟାର ବାର୍ଷିକ ଶିଶୁମେଳାରେ ରାଜ୍ୟ ଉପସଭାପତି ସରୋଜ କୁମାର ପାଣିଗ୍ରାହୀ ପର୍ଯ୍ୟବେକ୍ଷକ ଭାବେ ଯୋଗଦେଇଥିଲେ। ଜିଲା ସଭାପତି ରାଜକିଶୋର ସାହୁ ସଭାପତିତ୍ୱ କରିଥିବା ବେଳେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶିଳ୍ପୀ ଦେ ଶିଶୁମେଳାକୁ ଉଦ୍ଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ପ୍ରଧାନ ଶିକ୍ଷୟିତ୍ରୀ କାଞ୍ଚନବାଳା ସାହୁ, ଜିଲା କାର୍ଯ୍ୟକାରୀ ସଭାପତି ତ୍ରିନାଥ ଦେବତା, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀକାନ୍ତ ସାହୁ ପ୍ରମୁଖ ଯୋଗଦେଇଥିଲେ। ଉଦ୍ଯାପନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଅନୁଗୋଳ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମଧୁସ୍ମିତା ନନ୍ଦ ଯୋଗଦେଇ ଶିଶୁର ମାନସିକ ଓ ବୌଦ୍ଧିକ ବିକାଶ ପାଇଁ ସବୁସ୍ତରରେ ଉଦ୍ୟମ ଆବଶ୍ୟକ ବୋଲି ମତବ୍ୟକ୍ତ କରିଥିଲେ। ବିଚାରକ ମଣ୍ଡଳୀ ଦ୍ୱାରା ମନୋନୀତ କୃତୀ ଛାତ୍ରୀଛାତ୍ର ଆସନ୍ତା ୨୭ରୁ ୨୯ ତାରିଖ ପର୍ଯ୍ୟନ୍ତ କଟକ ଶହୀଦ ଭବନରେ ଆୟୋଜିତ ହେବାକୁ ଥିବା ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ ବୋଲି କର୍ମକର୍ତ୍ତାମାନେ ପ୍ରକାଶ କରିଥିଲେ। ଜିଲା ସମ୍ପାଦକ ତରଣୀସେନ ସାହୁ ବିବରଣୀପାଠ କରିଥିଲେ। ତାଳଚେର ବ୍ଲକ ସମ୍ପାଦକ ତ୍ରିଲୋଚନ ସାହୁ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ଅନୁଗୋଳ ବ୍ଲକ ସମ୍ପାଦକ ପ୍ରଶାନ୍ତ ସାହୁ ଧନ୍ୟବାଦ ପ୍ରଦାନ କରିଥିଲେ।
Posted inଅନୁଗୋଳ, ଆମ ଜିଲା ଖବର View All
ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ
ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…
ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ
ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…
ପୋତାଗଡ଼ରେ ନାହିଁ ପାନୀୟ ଜଳ ବ୍ୟବସ୍ଥା, ପର୍ଯ୍ୟଟକ ହନ୍ତସନ୍ତ
ଗଞ୍ଜାମ,୨୭।୯(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଠାରୁ କିଛି ଦୂରରେ ରହିଛି ଐତିହାସିକ ପୋତାଗଡ଼ । ଏହି ପୁରାତନ ବ୍ରିଟିଶ ଅମଳର ପୋତାଗଡ଼ ଦୁର୍ଗକୁ ଦେଖିବା ପାଇଁ…
ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ
ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…
ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…
ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ
ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…
ମା’ର ତ୍ୟାଗ ଆଗରେ ହାର୍ ମାନିଲା ବିପଦ: ପ୍ରଖର ସ୍ରୋତରୁ ଛୁଆଙ୍କୁ ଉଦ୍ଧାର କଲା ହରିଣୀ
ରାଜନଗର,୨୭।୯(ଭାସ୍କର ରାଉତରାୟ): ଯୁଗେ ଯୁଗେ ସନ୍ତାନ ଯେତେବେଳେ ବିପଦରେ ପଡେ ସେଇଠି ମାନବ ହେଉ ବା ବନ୍ୟପ୍ରାଣୀ ସନ୍ତାନକୁ ବିପଦ ମୁହଁରୁ ରକ୍ଷା ପାଇଁ ଜୀବନକୁ ବାଜିରେ…
ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ
ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

