ଶିଶୁ ଓ ମହିଳାଙ୍କ ସୁରକ୍ଷା ଦାବିରେ ବିକ୍ଷୋଭ

ବାରିପଦା ଅଫିସ,୨୫।୭- ରାଜ୍ୟରେ କ୍ରମାଗତ ଭାବେ ଶିଶୁ, ନାବାଳିକା ଓ ନାରୀ ନିର୍ଯାତନା, ବଳାତ୍କାର, ଅପହରଣ ଓ ନିଖୋଜ ଘଟଣା ବଢ଼ି ଚାଲିିଛି। ଏହାର ପ୍ରତିବାଦରେ ତଥା ଶିଶୁ ଓ ମହିଳାଙ୍କ ସୁରକ୍ଷା ଦାବିରେ ରାଜ୍ୟ କଂଗ୍ରେସର ନିର୍ଦ୍ଦେଶ କ୍ରମେ ମୟୂରଭଞ୍ଜ ଜିଲା କଂଗ୍ରେସ ପକ୍ଷରୁ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଜିଲା ସଭାପତି ହେମନ୍ତ ଦାସଙ୍କ ନେତୃତ୍ୱରେ ବିଜନ ଦାସ, ସରସ୍ବତୀ ହେମ୍ବ୍ରମ, ଯୋଗେଶ ଅଗରୱାଲା, ଅରବିନ୍ଦ ଦାସ, ସୁସ୍ମିତା ଘୋଷାଲ, ଅଶୋକ ଅଧିକାରୀ, ବିଜୟ ସିଂ, ଅଜୟ ମହାପାତ୍ର, ଇତିଶ୍ରୀ ମିଶ୍ର, ଶାନ୍ତନୁ ପାଲବାବୁ ଓ ସ୍ବରୂପ ମିଶ୍ର ପ୍ରମୁଖ ଉପସ୍ଥିତ ରହି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପରେ ଜିଲା ପ୍ରଶାସନ ଜରିଆରେ ରାଜ୍ୟପାଳଙ୍କ ନିକଟକୁ ଏକ ଦାବିପତ୍ର ପଠାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri