ଶିଶୁ ରୋଗ ବିଶେଷଜ୍ଞ ଅକ୍ଷୟ ରାଉତଙ୍କ ପରଲୋକ

ଭୁବନେଶ୍ୱର, ୨୫ା୫(ବ୍ୟୁରୋ)
ଶିଶୁରୋଗ ବିଶେଷଜ୍ଞ ଡାକ୍ତର ଅକ୍ଷୟ କୁମାର ରାଉତଙ୍କର ସୋମବାର ସନ୍ଧ୍ୟାରେ ଭୁବନେଶ୍ୱରଠାରେ ପରଲୋକ ହୋଇଯାଇଛି। ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା। କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇର ବଲୁରିଆ ଗ୍ରାମରେ ସେ ୧୯୫୦ ମସିହା ଫେବୃୟାରୀ ୭ରେ ଜନ୍ମଗ୍ରହଣ କରିଥିଲେ। ସେ ନିଜ ଗଁ। ସ୍କୁଲରେ ଶିକ୍ଷା ଶେଷ କରି ୧୯୭୨ରେ କଟକ ଏସ୍‌ସିବି ମେଡିକାଲ କଲେଜରୁ ଡାକ୍ତରୀ ପାସ୍‌ କରିଥିଲେ। ସେ ଗରିବ ପିଲାଙ୍କୁ ବିନା ମୂଲ୍ୟରେ ଚିକିତ୍ସା ଯୋଗାଇ ଟାଟାନଗରରେ ସୁନାମ ଅର୍ଜନ କରିଥିଲେ। ତାଙ୍କ ଟେଲ୍‌କୋ କ୍ଲିନିକ୍‌ ବହୁ ଗରିବ ପିଲାଙ୍କ ପାଇଁ ଆଶା ସଞ୍ଚାର କରିଥିଲା। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ବେଳେ ତାଙ୍କର ମୃତ୍ୟୁ ହୋଇଛି। ସ୍ବର୍ଗତ ରାଉତଙ୍କ ସ୍ତ୍ରୀ ଏବଂ ୩ ଝିଅ ଅଛନ୍ତି। ତାଙ୍କ ବଡ଼ଝିଅ ସୁଜାତା କାର୍ତ୍ତିକେୟନ ଆଇଏଏସ ଅଫିସର। ସେ ବର୍ତ୍ତମାନ ଓଡ଼ିଶା ସରକାରଙ୍କ ମିଶନ ଶକ୍ତିର ନିର୍ଦ୍ଦେଶିକା ଅଛନ୍ତି। ସୁଜାତା ହେଉଛନ୍ତି ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ(୫-ଟି) ଭି. କାର୍ତ୍ତିକେୟନ ପାଣ୍ଡିଆନଙ୍କ ଧର୍ମପତ୍ନୀ। ଅନ୍ୟ ଦୁଇଝିଅ ସୁସ୍ମିତା ରାଉତ ପ୍ରାଣୀ ଚିକିତ୍ସକ ଏବଂ ସାନ ଝିଅ ସୁଚିତ୍ରା ରାଉତ ଜଣେ ମ୍ୟାନେଜ୍‌ମେଣ୍ଟ ବୃତ୍ତିଧାରୀ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ସରକାର ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା

ଭୁବନେଶ୍ୱର,୨୪।୪: ବିଜେଡି ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା। ବିଜେଡି ସରକାରରେ ଅନ୍ୟାୟ, ଦୁର୍ନୀତି, ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା, ମହିଳା ବିରୋଧୀ ହିଂସାକୁ ଚାର୍ଜସିଟରେ ସ୍ଥାନ ଦେଇଛି...

ଭୁବନେଶ୍ୱରରେ ହେବ ବିଗ୍‌ ଫାଇଟ୍‌, କାହାର ପଲା ଭାରି

ଭୁବନେଶ୍ବର,୨୪।୪: ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ହେବ ବିଗ ଫାଇଟ । ଯୁବ ଓ ମହିଳା ଭୋଟରଙ୍କୁ ହାତେଇପାରନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ବିଜେଡିର...

ଓଡିଶା ଆସୁଛନ୍ତି ଅମିତ ଶାହା, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୪।୪: ଗୁରୁବାର ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା। କାଲିଠୁ ଭାଜପାର ବିଧିବଦ୍ଧ ଭାବେ ନିର୍ବାଚନୀ ପ୍ରଚାର ଆରମ୍ଭ କରିବେ। ଅପରାହ୍ଣ ସାଢ଼େ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

ରାଜ୍ୟରେ ଆଣ୍ଟି ଟିବି ଔଷଧ ଅଭାବ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ): ଜାତୀୟ ଯକ୍ଷ୍ମା ବିଲୋପ କାର୍ଯ୍ୟକ୍ରମ(ଏନ୍‌ଟିଇପି) ହେଉଛି ଏକ ଫ୍ଲାଗ୍‌ଶିପ କାର୍ଯ୍ୟକ୍ରମ। ଏଥିରେ ଯକ୍ଷ୍ମା ବା ଟିବି ରୋଗର ଶୀଘ୍ର ଚିହ୍ନଟ, ଚିକିତ୍ସା...

ବିଜେଡିର ୩୪ ମହିଳା ପ୍ରାର୍ଥୀଙ୍କ ମଧ୍ୟରୁ ୧୨ ବିଧାୟକଙ୍କ ସ୍ତ୍ରୀ

ଭୁବନେଶ୍ୱର,୨୪ା୪(ଅନିଲ ଦାସ):ବିଜୁ ଜନତା ଦଳ ସପ୍ତମ ପର୍ଯ୍ୟାୟ ସୁଦ୍ଧା ୧୪୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ୩୪ ଜଣ ମହିଳାଙ୍କୁ ଦଳ...

ମିଶନ ଶକ୍ତିକୁ ବନ୍ଦ ପାଇଁ ଷଡ଼ଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୪ା୪(ଅନିଲ ଦାସ): ରାଜ୍ୟର ୭୦ ଲକ୍ଷ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ୬ ଲକ୍ଷ ମିଶନ ଶକ୍ତି ଏସ୍‌ଏଚ୍‌ଜି ସାରା ଓଡ଼ିଶାର ଅନେକ ଲକ୍ଷ...

ଏପର୍ଯ୍ୟନ୍ତ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିପାରୁନାହାନ୍ତି ରାଜ୍ୟର ୩ ପ୍ରମୁଖ ଦଳ:ଜାଣନ୍ତୁ କାହାର କେତେ ଆସନ ବାକି ଅଛି

ଭୁବନେଶ୍ୱର,୨୪।୪(ସୁନିତ୍‌ ମିଶ୍ର):ରାଜ୍ୟରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିନ ରହିଛି। ହେଲେ ଏପର୍ଯ୍ୟନ୍ତ ରାଜ୍ୟର ୩ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri