Posted inଜାତୀୟ

ଶିଶୁ ମଡ଼କ: ତେଜିଲା ରାଜନୀତି

ଜୟପୁର/ନୂଆଦିଲ୍ଲୀ,୩ା୧:ରାଜସ୍ଥାନର କୋଟା ହସ୍ପିଟାଲରେ ଶିଶୁ ମଡ଼କକୁ ନେଇ ରାଜନୀତି ତେଜିବାରେ ଲାଗିଛି। ଏହି ପ୍ରସଙ୍ଗରେ ରାଜ୍ୟରେ କ୍ଷମତାସୀନ ଗେହଲଟ ସରକାରଙ୍କୁ ଭାଜପା ଏବଂ ବିଏସ୍‌ପି ଟାର୍ଗେଟ କରିଛନ୍ତି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଶିଶୁ ମୃତ୍ୟୁକୁ ନେଇ ରାଜନୀତି ନ କରିବାକୁ ଅନୁରୋଧ କରିଛନ୍ତି। ସ୍ଥିତି ଅନୁଧ୍ୟାନ କରି ଡାକ୍ତରୀ ସୁବିଧା ଉପଲବ୍ଧ କରାଇବା ପାଇଁ ଶୁକ୍ରବାର ଏକ କେନ୍ଦ୍ରୀୟ ଟିମ୍‌ କୋଟା ହସ୍ପିଟାଲ ଯିବ ବୋଲି ଜଣାପଡ଼ିଛି।
କୋଟା ହସ୍ପିଟାଲରେ ଶତାଧିକ ଶିଶୁଙ୍କ ମୃତ୍ୟୁ ଘଟିବା ପରେ ସମାଲୋଚିତ ହୋଇଥିବା ମୁଖ୍ୟମନ୍ତ୍ରୀ ଗେହଲଟ ଗୁରୁବାର କହିଛନ୍ତି, ସରକାର ଏହି ପ୍ରସଙ୍ଗକୁ ନେଇ ସମ୍ବେଦନଶୀଳ। ତେଣୁ ଏହାକୁ ନେଇ ରାଜନୀତି କରା ନ ଯାଉ। ଏହା ପୂର୍ବରୁ ବିଏସ୍‌ପି ସୁପ୍ରିମୋ ମାୟାବତୀ ଶିଶୁ ମୃତ୍ୟୁ ଉପରେ କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ନୀରବତାକୁ ନେଇ ପ୍ରଶ୍ନ ଉଠାଇଥିଲେ। ଗେହଲଟ ସରକାରଙ୍କ ଅବହେଳା ଯୋଗୁ ନିଜ ପିଲାଙ୍କୁ ହରାଇଥିବା ମା’ମାନଙ୍କୁ ପ୍ରିୟଙ୍କା ଭେଟିବା ଉଚିତ ବୋଲି ମାୟାବତୀ କହିଥିଲେ। ସେହିପରି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ପ୍ରସଙ୍ଗରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ ସାଧାରଣ ସମ୍ପାଦକ ପ୍ରିୟଙ୍କାଙ୍କୁ ସମାଲୋଚନା କରିଥିଲେ। ଉଭୟେ ମହିଳା ହୋଇ ମଧ୍ୟ ପିଲାଙ୍କୁ ହରାଇଥିବା ମା’ମାନଙ୍କ ବେଦନା ବୁଝିପାରିଲେ ନାହିଁ ବୋଲି ଯୋଗୀ କହିଥିଲେ। ସୋନିଆ ରାଜସ୍ଥାନ କଂଗ୍ରେସ ପ୍ରଭାରୀ ଅବିନାଶ ପାଣ୍ଡେଙ୍କୁ ସମନ କରିବା ସହ ମୁଖ୍ୟମନ୍ତ୍ରୀ ଗେହଲଟଙ୍କଠାରୁ ଶିଶୁ ମୃତ୍ୟୁ ନେଇ ସ୍ପଷ୍ଟୀକରଣ ଲୋଡ଼ିଛନ୍ତି। ଅବିନାଶ ଗୁରୁବାର ସୋନିଆଙ୍କୁ ନୂଆଦିଲ୍ଲୀରେ ଭେଟି କୋଟା ସ୍ଥିତି ସମ୍ପର୍କରେ ଅବଗତ କରାଇଛନ୍ତି। ପିଲାମାନେ ମରୁଥିବାବେଳେ ଏହାକୁ ରୋକିବା ପାଇଁ ପଦକ୍ଷେପ କାହିଁକି ନିଆଗଲା ନାହିଁ ବୋଲି କ୍ଷୁବ୍ଧ ସୋନିଆ ପ୍ରଶ୍ନ କରିଛନ୍ତି।
କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ରାଜସ୍ଥାନ ସରକାରଙ୍କୁ ଏକ ପତ୍ର ଲେଖି ଏହି ବିଷୟ ଉପରେ ଦୃଷ୍ଟିଦେବାକୁ ପରାମର୍ଶ ଦେଇଛନ୍ତି। ଏହାସହ କେନ୍ଦ୍ର ପକ୍ଷରୁ ଆବଶ୍ୟକ ସମସ୍ତ ପ୍ରକାର ସହଯୋଗ କରାଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି। ଗେହଲଟ ହର୍ଷବର୍ଦ୍ଧନଙ୍କୁ ଫୋନ୍‌ କରି ହସ୍ପିଟାଲ ପରିଦର୍ଶନ ପାଇଁ ଡାକିଛନ୍ତି। ଏହି ସରକାରୀ ହସ୍ପିଟାଲରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କିପରି ଉନ୍ନତ ଚିକିତ୍ସା ଯୋଗାଇଦିଆଯାଉଛି ତାହା ହର୍ଷବର୍ଦ୍ଧନ ନିଜେ ଆସି ଦେଖନ୍ତୁ ବୋଲି ସେ ଟୁଇଟ୍‌ କରିଛନ୍ତି। ଇତିମଧ୍ୟରେ ରାଜସ୍ଥାନ ସ୍ବାସ୍ଥ୍ୟମନ୍ତ୍ରୀ ରଘୁ ଶର୍ମା ପୂର୍ବ ଭାଜପା ସରକାରକୁ ସମାଲୋଚନା କରିଛନ୍ତି। ଭାଜପା କ୍ଷମତାରେ ଥିବାବେଳେ ହସ୍ପିଟାଲଗୁଡ଼ିକରେ ଉପଯୁକ୍ତ ସୁବିଧା କରି ନ ଥିବାରୁ ଏପରି ହେଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଚାରପତି ବି ଅସହାୟ

ଭାରତୀୟ ଗଣତନ୍ତ୍ରରେ ବିଧାନପାଳିକା, କାର୍ଯ୍ୟପାଳିକା ଓ ନ୍ୟାୟପାଳିକା ତିନୋଟି ପ୍ରମୁଖ ସ୍ତମ୍ଭ ଭାବେ ଜଣାଶୁଣା। ତନ୍ମଧ୍ୟରୁ ନ୍ୟାୟପାଳିକା ଉପରେ ଜନସାଧାରଣ ନ୍ୟାୟ ପାଇଁ ସବୁଠାରୁ ଅଧିକ ଭରସା…

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ

ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍‌ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍‌ ଇମେଜିଂ…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri