ଶିଶୁ ମୃତ୍ୟୁକୁ ନେଇ ଉତ୍ତେଜନା

ପୁରୀ ଅଫିସ, ୭ା୧୧: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ବୁଧବାର ଜଣେ ଶିଶୁକନ୍ୟାର ମୃତ୍ୟୁ ଘଟିଛି। ଚିକିତ୍ସାରେ ଅବହେଳା ଅଭିଯୋଗ ଆଣି ପରିବାର ଲୋକେ ପ୍ରସୂତି ଓ ଶିଶୁ ଯତ୍ନ କେନ୍ଦ୍ର ଆଗରେ ହୋହଲ୍ଲା କରିଥିଲେ। ଫଳରେ ଉତ୍ତେଜନା ପ୍ରକାଶ ପାଇଥିଲା।
ସୂଚନା ଅନୁଯାୟୀ, ପୁରୀ ଜିଲା ଚନ୍ଦନପୁର ଥାନା ଅଧୀନ ଦଣ୍ଡାସାହିର ଶ୍ରଦ୍ଧା ବାରିକଙ୍କ ୫ମାସର ଶିଶୁକନ୍ୟା ଥଣ୍ଡା କାଶରେ ପୀଡ଼ିତ ହୋଇ ୫ଦିନ ତଳେ ପ୍ରସୂତି ଓ ଶିଶୁ ଯତ୍ନ କେନ୍ଦ୍ରର ଶିଶୁ ୱାର୍ଡରେ ଭର୍ତ୍ତି ହୋଇଥିଲେ। ଶ୍ରଦ୍ଧାଙ୍କ ଭାଇ ବାଙ୍କେଶ୍ୱର କହିଛନ୍ତି, ବୁଧବାର ଅପରାହ୍ନ ୪ଟାରୁ ଶିଶୁକୁ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ ହୋଇଥିଲା। ସେ ଡ୍ୟୁଟିରେ ଥିବା ଷ୍ଟାଫଙ୍କୁ ସେ ଜଣାଇଥିଲେ। ବାରମ୍ବାର ଅନୁରୋଧ ସତ୍ତ୍ୱେ କେହି ଆସିି ନ ଥିଲେ। ତେବେ ସନ୍ଧ୍ୟା ରୁଟିନ୍‌ ଚେକିଂ ବେଳେ ଶିଶୁକନ୍ୟାର ମୃତ୍ୟୁ ହୋଇସାରିଥିବା ଜଣାପଡ଼ିଥିଲା। ୱାର୍ଡରେ ଥିବା ଜନୈକ ଷ୍ଟାଫ୍‌ଙ୍କ ବ୍ୟବହାର ଆଦୌ ଭଲ ନୁହେଁ। ଶିଶୁର ସ୍ବାସ୍ଥ୍ୟ ଅଥବା କୌଣସି ବିଷୟ ପଚାରିଲେ ସେ ଦୁର୍ବ୍ୟବହାର କରୁଥିଲେ। ଏପରି କି ଇଚ୍ଛା ହେଲେ ଏଠାରେ ଚିକିତ୍ସା କର, ନ ହେଲେ କଟକ ପଠାଇ ଦିଆଯିବ ବୋଲି ଧମକାଉ ଥିଲେ। ବୁଧବାର ଅପରାହ୍ନଠାରୁ ଶିଶୁର ସ୍ବାସ୍ଥ୍ୟ ଭଲ ନ ଥିବା ପରିବାରବର୍ଗ ଜଣାଇଥିଲେ ମଧ୍ୟ ଡାକ୍ତର ଆସିଲେ ଦେଖାଯିବ କହି କେହି ବି ସେମାନଙ୍କ ଗୁହାରି ଶୁଣି ନ ଥିଲେ। ଫଳରେ ଶିଶୁର ଜୀବନ ଚାଲିଗଲା ବୋଲି କାନ୍ଦି କାନ୍ଦି କହିଛନ୍ତି ବାଙ୍କେଶ୍ୱର। ରାଜ୍ୟ ସରକାରଙ୍କ ୫ଟି କାର୍ଯ୍ୟକ୍ରମର ପ୍ରଭାବ ଏଠାରେ ପଡୁ ନ ଥିବା ଏହି ଘଟଣାରୁ ସ୍ପଷ୍ଟ ହେଉଛି ବୋଲି ସେ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷେ ଅଭିଯୋଗକୁ ଖଣ୍ଡନ କରିଛନ୍ତି ଡା. ରୀତା ଦାଶ। ସମ୍ପୃକ୍ତ ଶିଶୁକନ୍ୟାର ଚିକିତ୍ସାରେ କୌଣସି ଅବହେଳା କରାଯାଇ ନ ଥିବା ସେ କହିଛନ୍ତି। ତେବେ ଭାରପ୍ରାପ୍ତ ଏଡିଏମ୍‌ଓ (ମେଡିକାଲ) ଉମା ବିଶ୍ୱାଳଙ୍କ ମୋବାଇଲ ନଂ. ୯୪୩୯୯୯୪୭୧୦ (ସିୟୁଜି) ଏବଂ ଭାରପ୍ରାପ୍ତ ସିଡିଏମ୍‌ଓ ଡା. ବିରଜା ରଥଙ୍କ ମୋବାଇଲ ନଂ. ୯୪୩୯୯୯୪୭୦୮ (ସିୟୁଜି)କୁ ଫୋନ୍‌ କରାଯାଇଥିଲେ ମଧ୍ୟ ଦୁଇଟି ଯାକ ଫୋନ୍‌ ସୁଇଚ୍‌ ଅଫ୍‌ ରହିଥିଲା। ଉଲ୍ଲେଖ ଥାଉ କି, କିଛିଦିନ ତଳେ ବ୍ରହ୍ମଗିରି ଅଞ୍ଚଳର ଜଣେ ନାବାଳକଙ୍କର ଚିକିତ୍ସା ଅବହେଳାରୁ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁଖ ପରିଭାଷା

ଡାକ୍ତରୀ ପଢ଼ିବାକୁ ମନା କରିବା ଦ୍ବାରା ମା’ବାପାଙ୍କର ସ୍ବପ୍ନକୁ ଧୂଳିସାତ କରିଦେଇଥିଲେ ମଧ୍ୟ ନିଜ ପସନ୍ଦରେ ଫିଜିକ୍ସ ଅନର୍ସ ରଖି ପଢ଼ିବାର ସୁଯୋଗ ହାସଲ କରିପାରିଥିବାରୁ ବାପୁନ…

କଲରାରେ ଭରି ରହିଛି ଏସବୁ ଉପକାରୀ ଗୁଣ…

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଠିକ୍‌ ରହିବା ନିହାତି ଦରକାର। ନ ହେଲେ ଆମେ ରୋଗ ଦ୍ୱାରା ଆକ୍ରାନ୍ତ ହେବାର ଆଶଙ୍କା ଅଧିକ ରହିଛି। ତେବେ…

ଘରେ ଶୋଇଥିବାବେଳେ ଭୁଶୁଡ଼ିଲା କାନ୍ଥ, ଚାଲିଗଲା ଆଈ-ନାତିଙ୍କ ଜୀବନ, ଶବ୍ଦ ଶୁଣି…

ଜଳେଶ୍ୱର,୧୭ା୮(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ନେତୁଆ ପଞ୍ଚାୟତର କପାସଦା ଗ୍ରାମରେ ଏକ ଅତ୍ୟନ୍ତ ଦୁଃଖଦ ଘଟଣା ଘଟିଚି। ଘରେ ଶୋଇଥିବା ଅବସ୍ଥାରେ ହଠାତ୍‌…

ତଳକୁ ଚାହିଁବା ହେଉ

ଭାରତରେ ଗଣତନ୍ତ୍ରର ଅର୍ଥ ଓ ବାସ୍ତବତା ମଧ୍ୟରେ ଥିବା ବ୍ୟବଧାନ ସାଧାରଣ ଜନତାଙ୍କୁ ବିସ୍ମିତ କରିଛି । ମୁଷ୍ଟିମେୟ ଶାସକ ଗୋଷ୍ଠୀ ପାଇଁ ଗଣତନ୍ତ୍ର ଆଜି ପାଲଟିଛି…

୧୩ ଲକ୍ଷ ଫଲୋଅର୍ସ ଥିବା TikTok ଷ୍ଟାରଙ୍କୁ ସର୍ବସାଧାରଣରେ ଗୁଳି କରି ହତ୍ୟା

ଇସଲାମାବାଦ,୧୭।୮: ପାକିସ୍ତାନର ଜଣେ ଲୋକପ୍ରିୟ ଟିକଟକ ଷ୍ଟାର ଶାମସୁ ବିବି (ଉରଫ ଆୟେଶା ଗିଲାମାନା)ଙ୍କୁ ତକ୍ଷଶିଳାରେ ଅଜ୍ଞାତ ବନ୍ଧୁକଧାରୀ ମୋଟରସାଇକେଲରେ ଆସି ଗୁଳି କରି ହତ୍ୟା କରିଛନ୍ତି।…

ପୁରସ୍କାର ବିତରଣ ଉତ୍ସବରୁ ବାଦ୍‌ ପଡ଼ିଲେ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଟପ୍ପର ଛାତ୍ର

ଦାରିଙ୍ଗବାଡ଼ି,୧୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ,…

ଆଜି ଏସବୁ ଜିଲାରେ ପ୍ରବଳ ବର୍ଷା: ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା ୧୮ ତାରିଖ ପର୍ଯ୍ୟନ୍ତ…

ଭୁବନେଶ୍ୱର, ୧୭ା୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଉପରେ ଥିବା ଲଘୁଚାପ କ୍ଷେତ୍ର ରବିବାର…

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri