ଶିଶୁ ମୃତ୍ୟୁହାର ରୋକିବା ସଚେତନତା କାର୍ଯ୍ୟକ୍ରମର ପ୍ରଥମ ଦିନ : ଜନ୍ମର ଦିନକ ପରେ ନବଜାତ ଶିଶୁର ମୃତ୍ୟୁ

ଝରିଗାଁ,୨।୬(ସ୍ବ.ପ୍ର)- ନବରଙ୍ଗପୁର ଜିଲାରେ ମାତୃ ଏବଂ ଶିଶୁ ମୃତ୍ୟୁହାରକୁ ରୋକିବା ପାଇଁ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଶନିବାର ସଚେତନତା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମର ଦିନକ ପରେ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦର ମହକୁମା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ରବିବାର ଏକ ନବଜାତକଙ୍କ ମୃତ୍ୟୁ ଘଟିଛି। ମାତୃ ଓ ଶିଶୁ ମୃତ୍ୟୁହାର ରୋକିବା ସଚେତନତା କାର୍ଯ୍ୟକ୍ରମ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।
ଝରିଗାଁ ବ୍ଲକ ବାଣୁଆଗୁଡା ଗ୍ରାମର ଦିବାକର ପନକାଙ୍କ ସ୍ତ୍ରୀ ସୁଶିଳା ମାଳି(୧୯)ଶୁକ୍ରବାର ରାତିରେ ପ୍ରସବ ଜନିତ ଯନ୍ତ୍ରଣା ଅନୁଭବ କରିଥିଲେ। ସେହି ସମୟରେ କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ହେବା ସହ ମୋବାଇଲ ଯୋଗାଯୋଗ ଠପ୍‌ ରହିଥିଲା। କାଳବୈଶାଖୀ ଥମିବା ପରେ ପରିବାର ଲୋକେ ରାତି ପ୍ରାୟ ୧୨ଟାରେ ଏକ ଅଟୋ ସହାୟତାରେ ଝରିଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ସୁଶିଳାଙ୍କୁ ଆଣିଥିଲେ। ଶନିବାର ଭୋର ୪ଟା ୪୫ରେ ସେ ଏକ ଶିଶୁପୁତ୍ରକୁ ଜନ୍ମ ଦେଇଥିଲେ। ଜନ୍ମ ବେଳକୁ ଶିଶୁର ଓଜନ ୨କେଜି ୬ଶହ ଗ୍ରାମ ରହିଥିଲା। ଶିଶୁର ସ୍ବାସ୍ଥ୍ୟବସ୍ଥା ଭଲ ରହିଥିଲା। ଜନ୍ମର ଦିନକ ପରେ ରବିବାର ସକାଳ ୬ଟା୨୦ ମିନିଟରେ ନବଜାତ ଶିଶୁର ଡାକ୍ତରଖାନାରେ ମୃତ୍ୟୁ ହୋଇଥିଲା। କ୍ଷୀର ପିଇବା ସମୟରେ ଶ୍ୱାସରୁଦ୍ଧ ହୋଇ ଶିଶୁର ମୃତ୍ୟୁ ହୋଇଥିବା ନେଇ ଡାକ୍ତର ଅଜିତ କୁମାର ଦାଶ କହିଛନ୍ତି।
ସୂଚନାଯୋଗ୍ୟ ଯେ, ଝରିଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ତ୍ରୀ ଏବଂ ଶିଶୁ ବିଶେଷଜ୍ଞ ନାହାନ୍ତି । ସରକାର ଗର୍ଭବତୀଙ୍କୁ ମେଡିକାଲରେ ପ୍ରସୂତୀ କରାଇବା ନେଇ ବିଭିନ୍ନ ପଦକ୍ଷେପ ନେଉଥିବା ବେଳେ ଝରିଗାଁ ଭଳି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବତନ୍ତ୍ର ନବଜାତ ଶିଶୁ ସୁରକ୍ଷା ପ୍ରକୋଷ୍ଠ ନଥିବା ସହ ବିଶେଷଜ୍ଞ, ଡାକ୍ତର ଅଭାବ ରହିଛି। ଫଳରେ ମାତୃ ଏବଂ ଶିଶୁ ମୃତ୍ୟୁ ହାର ରୋକିବା କଷ୍ଟକର ହୋଇପଡୁଛି। ସମସ୍ୟା ସମ୍ପର୍କରେ ସ୍ବାସ୍ଥ୍ୟ ବିଭାଗ ନିକଟରେ ଅଭିଯୋଗ ରହିଥିଲେ ମଧ୍ୟ ସେଥିପ୍ରତି କେହି ଦୃଷ୍ଟି ଦେଉ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିୟମଗିରିରେ ଡଙ୍ଗରିଆଙ୍କ ମେଳି,ଦାବି ପୂରଣ ନ ହେଲେ ଭୋଟ ବର୍ଜନ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ନିୟମଗିରି ଅଞ୍ଚଳର ପ୍ରାୟ ୩୮ଖଣ୍ଡ ଗାଁର ଶତାଧିକ ଡଙ୍ଗରିଆ ମହିଳାପୁରୁଷ ନିୟମଗିରି ଅଞ୍ଚଳର ପାରସାଲି ପଞ୍ଚାୟତ ନିକଟରେ ଏକତ୍ରିତ ହୋଇଥିଲେ। ଉକ୍ତ...

ରାୟଗଡ଼ାରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ରାୟଗଡ଼ା,୨୧।୪(ଆଶିଷ ରଞ୍ଜନ ପଣ୍ଡା)ଆଗାମୀ ସାଧାରଣ ନିର୍ବାଚନରେ ୩ ପ୍ରମୁଖ ଦଳ ନିଜ ନିଜର ହେଭିୱେଟ୍‌ ନେତାଙ୍କୁ ନେଇ ଅଞ୍ଚଳରେ ପ୍ରଚାର ପାଇଁ ଯୋଜନା ଚଳାଇଛନ୍ତି। ତେବେ...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ନଳକୂପରୁ ବାହାରୁନି ପାଣି, ଝରଣା ଭରସା

ରାୟଗଡ଼ା,୮।୪(ଆଶିଷ ରଞ୍ଜନ ପଣ୍ଡା): ଗ୍ରୀଷ୍ମଋତୁ ଆରମ୍ଭରୁ ରାୟଗଡ଼ା ଜିଲାରେ ପାନୀୟ ଜଳ ସଙ୍କଟ ଉତ୍କଟ ହେବାରେ ଲାଗିଛି। ସ୍ବାଧୀନତାର ୭୫ ବର୍ଷ ପରେ ଆଜି ବି...

ଜିଲା ବିଜେଡିରେ ବଡ଼ ପରିବର୍ତନ, ଭେଟରାନ ନେତାଙ୍କୁ ସଭାପତି ଦାୟିତ୍ୱ

ରାୟଗଡା,୫।୪(ଆଶିଷ ରଞ୍ଜନ ପଣ୍ଡା): ନିର୍ବାଚନକୁ ଆଉ ମାସେ ସମୟ ରହିଥିବା ବେଳେ ଜିଲା ବିଜେଡିରେ ପରିବର୍ତନ । ଯାହାକୁ ନେଇ ଜିଲାରେ ହଟଚମଟ ସୃଷ୍ଟି ହୋଇଛି...

ଦାଦା-ପୁତୁରା, ଅଜା-ନାତି ଲଢ଼େଇ

ଗୁଣପୁର,୫ା୪ (ପ୍ରଦୀପ କୁମାର ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀର ୩ ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇସାରିଛି। ବିଜେଡି ପକ୍ଷରୁ ରଘୁନାଥ...

କଂଗ୍ରେସ ତାଲିକାରୁ ଗମାଙ୍ଗ ପରିବାର ବାଦ୍‌

ଗୁଣପୁର,୩ା୪ (ପ୍ରଦୀପ କୁମାର ପାଢ଼ୀ):କଂଗ୍ରେସ ଏବଂ ଭାଜପା ପକ୍ଷରୁ ରାୟଗଡା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି। ୩ ପ୍ରମୁଖ ରାଜନୈତିକ...

କାଗଜ କଲମରେ ସୀମିତ ଓଡ଼ିଆ ଭାଷା ସୁରକ୍ଷା

ରାୟଗଡା,୧।୪(ଭାଗ୍ୟଶ୍ରୀ ମିଶ୍ର): ସାରା ରାଜ୍ୟରେ ଏପ୍ରିଲ ୧କୁ ଉତ୍କଳ ଦିବସ ଭାବେ ପାଳନ କରାଯାଉଛି l ଭାଷା ଭିତ୍ତିରେ ପ୍ରଥମ ରାଜ୍ୟ ଗଠନ ଏବଂ ସ୍ବତନ୍ତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri