ଶିଶୁ ଶିଳ୍ପୀଙ୍କ କାନଭାସ୍‌ରେ ପରିବେଶ ସୁରକ୍ଷା ବାର୍ତ୍ତା

ବାରିପଦା ଅଫିସ,୧୨ା୮- ପରିବେଶ ସୁରକ୍ଷା ପାଇଁ ସଂକଳ୍ପବଦ୍ଧ ସଂଗଠନ ତଥା ପ୍ରକୃତିମିତ୍ର ପୁରସ୍କାରରେ ପୁରସ୍କୃତ ସବୁଜ ମୟୂରଭଞ୍ଜ ଓ ଲଳିତ କଳା ଏକାଡେମୀ ଏବଂ ସୁର ଭାରତୀ ସଂଗୀତ ପରିଷଦ ପକ୍ଷରୁ ଚିତ୍ରକଳା ଅନୁଷ୍ଠାନ ସ୍କୁଲ ଅଫ ଆର୍ଟ ଆଣ୍ଡ କ୍ରାଫ୍ଟ ସହଯୋଗରେ ପରିବେଶ ସୁରକ୍ଷାର ବାର୍ତ୍ତା ନେଇ ଏକ ଚିତ୍ରକଳା ପ୍ରତିଯୋଗତା ଅନୁଷ୍ଠିତ ହୋଇଯାଇଛି। ୫୨୨ ଜଣ ଶିଶୁ ଚିତ୍ର ଶିଳ୍ପୀମାନଙ୍କୁ ନେଇ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମସ୍ତ ଚିତ୍ର ଶିଳ୍ପୀ ପରିବେଶ ସୁରକ୍ଷାର ଶପଥ ପାଠ କରିଥିଲେ। କ୍ୟାନଭାସ୍‌ରେ ଶିଶୁ ଚିତ୍ର ଶିଳ୍ପୀମାନେ ବୃକ୍ଷରୋପଣ, ବୃକ୍ଷ ସୁରକ୍ଷା ତଥା ପଲିଥିନ ବର୍ଜନ ଲାଗି ବାର୍ତ୍ତା ଦେଇଥିଲେ। ସ୍କୁଲର ସମ୍ପାଦିକା ପ୍ରଣତୀ ପଟ୍ଟନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସବୁଜ ମୟୂରଭଞ୍ଜର ସଭାପତି ଦେବାଶିଷ ମହାନ୍ତିି ମୁଖ୍ୟଅତିଥି ଭାବେ ଯୋଗଦେଇ ପରିବେଶ ସୁରକ୍ଷା ସମସ୍ତଙ୍କର ଦାୟିତ୍ୱ ବୋଲି ସୂଚନା ଦେଇ ଶିମିଳିପାଳର ସୁରକ୍ଷା ପାଇଁ ସମସ୍ତେ ସଙ୍କଳ୍ପବଦ୍ଧ ବୋଲି କହିଥିଲେ। ସ୍କୁଲର ନିର୍ଦ୍ଦେଶକ ତଥା ଚିତ୍ରଶିଳ୍ପୀ ଶ୍ୟାମା ପ୍ରସାଦ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଛାତ୍ରୀଛାତ୍ରଙ୍କୁ ଉତ୍ସାହିତ କରିଥିଲେ। ଛାତ୍ର ନେତା ସେଖ ଅବଦୁଲ ହବିବ, ସଚିନ ମହାପାତ୍ର, ଆଶୀର୍ବାଦ ଦାସ, ଜ୍ୟୋତିରଞ୍ଜନ ମହାପାତ୍ର, ସଞ୍ଜୟ ମାରାଣ୍ଡି, ମାନସ ରାଉତ, ସନମ କାୟନାତ, ମଧୁସ୍ମିତା ବାରିକ, ସୁମନ ଗିରି, ଅଙ୍କିତ ଚକଲଦାର ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ରାସ୍ତା ଆଢୁଆଳରେ ନଳକୂପ: ପିଇବା ପାଣି ପାଇଁ ହଟହଟା

ଲୋଇସିଂହା,୧୩।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଗୁର୍ଜିଭଟାରୁ ବାଦିବାହାଲ ଆରଡି ରାସ୍ତା ପ୍ରଶସ୍ତ ଓ ଉନ୍ନତୀକରଣ କାମ ଚାଲିଛି ା ଏହାଦ୍ୱାର ରାସ୍ତା ପାର୍ଶ୍ୱରେ ଥିବା…

ରାତିରେ ଧୂମ୍‌ଧାମରେ ପାଳିଲେ ବିବାହବାର୍ଷିକୀ, ସକାଳୁ ପାଲଟିଗଲେ ଶବ

ବଣାଇଁ,୧୪ା୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ପର୍ଯ୍ୟଟନସ୍ଥଳ ଖଣ୍ଡାଧାରକୁ ୩୦ତମ ବିବାହ ବାର୍ଷିକୀ ପାଳନ ପାଇଁ ଆସି ଦମ୍ପତିଙ୍କ ମଧ୍ୟରୁ ଜଣେ ଶବ ହୋଇ ଫେରିବା…

କଟକ ଜିଲାପାଳଙ୍କୁ ନୋଟିସ୍‌, ଦେବାଶିଷ ସାମନ୍ତରାୟଙ୍କ ଏହି ଅଭିଯୋଗ ନେଇ…

କଟକ,୧୪ା୨: କଟକ ଜିଲାପାଳ ଦତ୍ତାତ୍ରେୟ ଭାଓସାହେବ ସିନ୍ଧେଙ୍କୁ ନୋଟିସ୍‌ ଜାରି ହୋଇଛି। ରାଜ୍ୟ ସଭା ସଚିବାଳୟ ନିର୍ଦ୍ଦେଶକଙ୍କ ପକ୍ଷରୁ ନୋଟିସ୍‌ ହୋଇଛି। ଦେବାଶିଷ ସାମନ୍ତରାୟଙ୍କ ଲିଖିତ ଅଭିଯୋଗକୁ…

ଦାଦନ ଶ୍ରମିକ ଗଣେଶଙ୍କ ୨ କିଡ଼ନୀ ନଷ୍ଟ: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ

କୃଷ୍ଣପ୍ରସାଦ,୧୪।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଗିଲିନାସି ଗ୍ରାମର ଗଣେଶ ଚନ୍ଦ୍ର ପ୍ରଧାନ (୪୦ ବର୍ଷ)ଙ୍କର ଦୁଇଟି କିଡ଼ନୀ ନଷ୍ଟ ହୋଇଛି। ଓଳିଏ ଖାଇଲେ…

ନବଜାତ ଶିଶୁପୁତ୍ରଙ୍କୁ ବିଲରେ ଫିଙ୍ଗିଦେଲେ, କୁକୁର ଟାଣି ଟାଣି ନେବାବେଳେ…

ଜେନାପୁର,୧୪।୨(ଅଶୋକ ଦାସ): ଯାଜପୁର ଜିଲାରେ ଏକ ଅମାନୁଷିକ ଘଟଣା ଘଟିଛି। ଏଠାରେ ଏକ ବିଲରୁ ମୃତ ଶିଶୁ ପୁତ୍ର ଉଦ୍ଧାର କରାଯାଇଛି। ଯାଜପୁର ଜିଲା ଧର୍ମଶାଳା ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri