Posted inଫୁରସତ

ଶିଶୁ ଶ୍ରମିକ ନିରୋଧ ଦିବସ: ଶିଶୁ ଶ୍ରମିକଙ୍କ ସୁରକ୍ଷା ଜରୁରୀ

ଶିଶୁମାନେ ହିଁ ଦେଶ ତଥା ବିଶ୍ୱର ଭବିଷ୍ୟତ। ଏଣୁ ସେମାନଙ୍କ ସୁରକ୍ଷା ପ୍ରତି ଧ୍ୟାନ ଦେଇ ପ୍ରତି ବର୍ଷ ଜୁନ୍‌ ୧୨ରେ ସାରା ବିଶ୍ୱରେ ଆନ୍ତର୍ଜାତିକ ଶିଶୁ ଶ୍ରମିକ ନିରୋଧ ଦିବସ ପାଳନ କରାଯାଉଛି। ୨୦୦୨ରେ ଆନ୍ତର୍ଜାତିକ ଶ୍ରମ ସଂଗଠନ(ଆଇଏଲଓ) ଦ୍ୱାରା ପ୍ରଥମେ ଆନ୍ତର୍ଜାତିକ ଶିଶୁ ଶ୍ରମିକ ନିରୋଧ ଦିବସ ପାଳନ କରାଯାଇଥିଲା। ଶିଶୁର ବଞ୍ଚିବାର ଅଧିକାର, ଶିକ୍ଷା ଅଧିକାର ଓ ନିଜର ମତାମତ ପ୍ରକାଶ କରିବାର ଅଧିକାର ,ନିରାପତ୍ତା ଅଧିକାର ଉପରେ ଗୁରୁତ୍ୱ ଦେବା ସହ ତାକୁ ଏକ ଉତ୍ତମ ନାଗରିକ ରୂପେ ଗଢି ତୋଳିବା ଏହି ଦିବସର ଉଦ୍ଦେଶ୍ୟ। ଉକ୍ତ ଦିବସରେ ଶିଶୁ ଶ୍ରମିକଙ୍କ ଉପରେ ହେଉଥିତ୍ବା ନିର୍ଯାତନା ବିରୋଧରେ ସଚେତନତା ସୃଷ୍ଟି କରାଯାଇଥାଏ। ଶିଶୁ ଶ୍ରମିିକ ନିରୋଧୀ ଆଇନ ଥାଇ ବି ଆମ ଦେଶରେ ଶିଶୁ ଶ୍ରମିକଙ୍କ ସଂଖ୍ୟା ଚିନ୍ତାଜନକ ସ୍ଥିତିରେ ରହିଛିି ା ଆଇନକୁ ଉଲ୍ଲଂଘନ କରି ଶିଶୁ ଶ୍ରମିକମାନଙ୍କୁ ବିଭିନ୍ନ କ୍ଷେତ୍ରରେ ନିୟୋଜିତ କରାଯାଉଛି। ଫଳରେ ସେମାନେ ଶୋଷଣ ଓ ନିର୍ଯାତନାର ଶିକାର ହେଉଛନ୍ତି ା ସେମାନଙ୍କୁ ବାହାରକୁ ଚାଲାଣ କରାଯାଉଛି। ଅନେକେ ମଧ୍ୟ ଯୌନ ନିର୍ଯାତନାର ଶିକାର ହେଉଛନ୍ତି। ଜାତିସଂଘ ହିସାବ ମୁତାବକ ସମଗ୍ର ବିଶ୍ୱରେ ୧୫.୨ କୋଟି ଶିଶୁ ଶ୍ରମିକଙ୍କ ମଧ୍ୟରୁ ୭.୨ କୋଟି ଅତି କଠିନ କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭୧ ପ୍ରତିଶତ କୃଷି କ୍ଷେତ୍ରରେ,୧୭ ପ୍ରତିଶତ ସର୍ଭିସ କ୍ଷେତ୍ରରେ ଏବଂ ୧୨ ପ୍ରତିଶତ ଖଣି ସମେତ ବିଭିନ୍ନ ଶିଳ୍ପ କ୍ଷେତ୍ରରେ କାମ କରୁଛନ୍ତି। ଆମ ଦେଶରେ ୧ କୋଟିରୁ ଊର୍ଦ୍ଧ୍ୱ ଶିଶୁ ଶ୍ରମିକ ରହିଛନ୍ତି। ଦାରିଦ୍ର୍ୟ ହିଁ ଜନ୍ମ ଦେଉଛି ଶିଶୁ ଶ୍ରମିକ। ଅର୍ଥାତ୍‌ ଦାରିଦ୍ର୍ୟ ଦୂର ନ ହେଲେ କୌଣସି ଆଇନ କିମ୍ବା ଯୋଜନାରୁ ସୁଫଳ ମିଳିବ ନାହିଁ। ଦାରିଦ୍ର୍ୟ, କ୍ଷୁଧା ଓ ରୋଗ ଦୂରୀକରଣ ପାଇଁ ଜାତିସଂଘର ସହସ୍ରାବ୍ଦୀ ଲକ୍ଷ୍ୟ ଏଯାବତ ପୂରଣ ହୋଇପାରି ନ ଥିବାରୁ ଶିଶୁ ଶ୍ରମିକକୁ ରୋକିବା କଷ୍ଟକର ହୋଇପଡିଛି। ଦାରିଦ୍ର୍ୟ ଯୋଗୁ ଅନେକ ଶିଶୁ ଅଧାରୁ ପାଠ ଛାଡି ଶିଶୁଶ୍ରମିକ ଭାବେ କାର୍ଯ୍ୟ କରୁଛନ୍ତି। ଶିଶୁ ଶ୍ରମିକ ନିରୋଧ ଆଇନ କାର୍ଯ୍ୟକାରୀ କରିବାରେ ମାନସିକତାର ଅଭାବ ହିଁ ଏହାର ମୁଖ୍ୟ କାରଣ। ସମ୍ପ୍ରତି ଚିନ୍ତା କରିବାର ସମୟ ଆସିଛି ା ବିଶେଷକରି ମହାମାରୀ କରୋନା ଯୋଗୁ ଦାରିଦ୍ର୍ୟ ବୃଦ୍ଧି ପାଇବା ସହ ଲକ୍ଷ ଲକ୍ଷ ଅସହାୟ ଶିଶୁ ଶ୍ରମିକ ପାଲଟିବେ ବୋଲି ବିଶେଷଜ୍ଞମାନେ ଆଶଙ୍କା ପ୍ରକଟ କରିଛନ୍ତି। କୋଭିଡ-୧୯ ମହାମାରୀ ସମୟରେ ଏବେ ଶିଶୁ ଶ୍ରମିକଙ୍କ ସୁରକ୍ଷା ଉପରେ ପୂର୍ବାପେକ୍ଷା ଅଧିକ ଗୁରୁତ୍ୱ ଦେବାର ଆବଶ୍ୟକତା ରହିଛି, ଯାହା ଉପରେ ଆନ୍ତର୍ଜାତିକ ଶିଶୁ ଶ୍ରମିକ ନିରୋଧ ଦିବସ, ୨୦୨୦ ଅଧିକ ଧ୍ୟାନ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ନମ୍ବରରୁ ହ୍ବାଟ୍ସଆପ୍‌କୁ ଆସିବ କଲ୍‌, ମିଳିବ ଧମକ, ଭୟଭୀତ ହେଲେ ଆକାଉଣ୍ଟ ହୋଇଯିବ ଖାଲି…

ଦୁଇମାସ ତଳେ କେରଳର ଜଣେ ବାସିନ୍ଦା ପୋଲିସ ଅଧିକାରୀଙ୍କ ଡିପି ଥାଇ ଏକ ନମ୍ବରରୁ ହ୍ବାଟ୍ସଆପ୍‌କୁ କଲ୍‌ ଆସିଥିଲା। ସେ ଏହାକୁ ଉଠାଇବା ମାତ୍ରେ ଏକ...

ଅଜବ ଘର: ଦେଖିବାକୁ ବଙ୍କାତେଢ଼ା ମାତ୍ର ଆକର୍ଷଣୀୟ, ଜାଣନ୍ତୁ ଏହାର ସ୍ବତନ୍ତ୍ରତା…

ଦୁନିଆରେ ଅନେକ ଅଟ୍ଟାଳିକା ଅଛି, ଯାହା ଅନେକ କାରଣ ପାଇଁ ଲୋକଙ୍କୁ ଆକର୍ଷିତ କରିଥାଏ। କିଛି ଘର ଡିଜାଇନକୁ ନେଇ ବେଶ୍‌ ଆକର୍ଷଣୀୟ ହୋଇଥାଏ। ଆଜି...

ନିର୍ବାଚନବେଳେ ଜବତ ମଦ-ଟଙ୍କା କିଏ ରଖନ୍ତି, ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ,୨୮।୩: ଦେଶରେ ଲୋକ ସଭା ନିର୍ବାଚନ ପାଇଁ ବାଜିସାରିଛି ବିଗୁଲ । ଲୋକ ସଭା ନିର୍ବାଚନର ତାରିଖ ମଧ୍ୟ ନିର୍ବାଚନ ଆୟୋଗ ଘୋଷଣା କରିଛନ୍ତି। ଏହା...

ଭାରତର ଏହି ସହରରେ ପ୍ରସ୍ତୁତ ହୁଏ ଆଇପିଏଲ୍‌ ବଲ୍‌, ବର୍ଷକୁ ୫୦୦ କୋଟି ଟଙ୍କା ରୋଜଗାର

ବର୍ତ୍ତମାନ ଆଇପିଏଲ ଚାଲିଛି। ଇଣ୍ଡିଆନ ପ୍ରିମିୟର ଲିଗ୍‌କୁ ନେଇ ଲୋକଙ୍କ ମଧ୍ୟରେ ଏକ ବଡ଼ କ୍ରେଜ୍‌ ରହିଛି। ଏହି ପ୍ରତିଯୋଗିତା ୬୬ ଦିନ ପର୍ଯ୍ୟନ୍ତ ଚାଲିବ।...

କଫି ସହ ମଣିଷ ରକ୍ତ ମିଶାଇ ପିଉଛନ୍ତି ଏହି ମହିଳା

ଦୁନିଆରେ,ପ୍ରତ୍ୟେକ ମଣିଷଙ୍କର ନିଜସ୍ବ ସଉକ ଅଛି। କିଏ ଭ୍ରମଣ କରିବାକୁ ଭଲ ପାଆନ୍ତି ତ ଆଉ କିଏ ଖାଇବାକୁ ଭଲ ପାଆନ୍ତି। କେତେକ ଗୀତ ଗାଇବାକୁ...

ପୃଥିବୀର ପଡୋଶୀରେ ଅଛନ୍ତି ଏଲିଏନ୍ସ, ୨୦୩୦ ସୁଦ୍ଧା ଖୋଜିଦେବ ନାସା!

ଓ୍ବାଶିଂଟନ,୨୫।୩: ଏଲିଲନ୍ସ ସତରେ ଅଛନ୍ତି କି। ଯଦି ଅଛନ୍ତି, ସେମାନେ କେଉଁଠାରେ ରୁହନ୍ତି? ଏହି ଦୁଇଟି ପ୍ରଶ୍ନର ଉତ୍ତର ଖୋଜିବାରେ ସାରା ବିଶ୍ୱର ସ୍ପେସ ଏଜେନ୍ସିମାନେ...

ଓଡ଼ିଆ ଜନଜୀବନରେ ଦୋଳଯାତ୍ରା

ଫାଲ୍‌ଗୁନ ଶୁକ୍ଳ ଦଶମୀ ତିଥିଠାରୁ ସାଧାରଣତଃ ଓଡ଼ିଆ ଜନଜୀବନରେ ଦୋଳଯାତ୍ରା ଆଧ୍ୟାତ୍ମିକ ଭକ୍ତିପୂତ ପରିବେଶରେ ଆରମ୍ଭ ହୋଇଥାଏ। ଏହି ପର୍ବର ମୁଖ୍ୟ ଆରାଧ୍ୟ ଠାକୁର ପ୍ରେମମୟ...

ବୋତଲ ଭିତରେ ଅଠା ଲାଖେ ନାହିଁ କାହିଁକି

ବିଜ୍ଞାପନରେ ଅନେକ ଅଠା କମ୍ପାନୀ ଦାବି କରନ୍ତି ଯେ, ତାଙ୍କର ସାମାନ୍ୟ ଟିକେ ଅଠା ଯେକୌଣସି ଜିନିଷକୁ ଯୋଡିପାରେ। ଆଉ ଏମିତି ଯୋଡିବ ଯେ ଯୋଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri