ଶୀତଦିନେ କାହିଁକି ଖାଇବେ ମଟର ଛୁଇଁ

ଋତୁ ଅନୁସାରେ ଖାଦ୍ୟପେୟର ମଧ୍ୟ ପରିବର୍ତ୍ତନ ହୋଇଥାଏ। ସାଧାରଣତଃ ଶୀତ ଦିନେ ବିଭିନ୍ନ ପ୍ରକାୀର ସମସ୍ୟା ଦେଖାଯାଇଥାଏ। ଏହିସବୁ ସମସ୍ୟାରୁ ମୁକ୍ତି ପାଇବା ପାଇଁ ଖାଦ୍ୟରେ ମଟର ଛୁଇଁ ସାମିଲ କରନ୍ତୁ। ଏଥିରେ ପ୍ରଚୁର ପରିମାଣରେ ତନ୍ତୁଜ, ପୋଟାସିୟମ, କ୍ୟାଲସିୟମ, ମ୍ୟାଗ୍ନେସିୟମ ଏବଂ ଅନ୍ୟ ଖଣିଜ ଲବଣ ରହିଥାଏ। ଏହା ଶରୀରକୁ ବିଭିନ୍ନ ରୋଗରୁ ରକ୍ଷା କରେ। ଏହାକୁ ଖାଇବା ଦ୍ୱାରା କୋଲେଷ୍ଟ୍ରଲ ସ୍ତର ନିୟନ୍ତ୍ରଣରେ ରହିଥାଏ। ରକ୍ତ ସଞ୍ଚାଳନ ସ୍ବାଭାବିକ ଭାବେ ହୋଇଥାଏ। ଫଳରେ ହୃଦ୍ଘାତ ଆଶଙ୍କାରୁ ମୁକ୍ତି ମିଳିଥାଏ। ସପ୍ତାହରେ ୩ ଥର ମୁଠାଏ କଞ୍ଚା ମଟର ଖାଇଲେ ସ୍ବାସ୍ଥ୍ୟ ପାଇଁ ଖୁବ ଲାଭଦାୟକ ସାବ୍ୟସ୍ତ ହୋଇଥାଏ। ଗର୍ଭବତୀ ମହିଳା ନିୟମିତ ଏହାକୁ ଖାଇଲେ ଗ୍ୟାସ ସମସ୍ୟା ଦୂର ହେବା ସହିତ ପାଚନ କ୍ରିୟା ସ୍ବାଭାବିକ ହୋଇଥାଏ। ମଟର ଛୁଇଁ ତ୍ୱଚା ପାଇଁ ମଧ୍ୟ ବେଶ୍‌ ଉପକାରୀ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

କେମିତି ହେବେ ଆଦର୍ଶ ଅଭିଭାବକ: ଜାଣନ୍ତୁ ଟିପ୍ସ

ପିଲାଙ୍କ ପ୍ରଥମ ଗୁରୁ ହେଉଛନ୍ତି ଅଭିଭାବକ। ସେମାନଙ୍କ ଉତ୍ତମ ଭବିଷ୍ୟତ ଗଢ଼ିବାରେ ଅଭିଭାବକଙ୍କର ହିଁ ଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। କାରଣ ପିଲାମାନେ ସର୍ବଦା ଅନୁକରଣ ପ୍ରିୟ।...

ଅତ୍ୟଧିକ ମିଠାଜାତୀୟ ଖାଦ୍ୟ ଖାଉଥିଲେ…

ମନଲୋଭା ଖାଦ୍ୟ ମଧ୍ୟରୁ ମିଠା ଅନ୍ୟତମ। ଏହାର ସ୍ବାଦ ହୁଏତ ମିଠା ହୋଇପାରେ, ହେଲେ ଏହାର ପରିମାଣ ଅଧିକ ହେଲେ ତାହା ଆମ ସ୍ମରଣ ଶକ୍ତିକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri