ଶୀତଦିନେ କାହିଁକି ଲଗାଇବେ ସୋରିଷ ତେଲ

ଶୀତଦିନେ ସୋରିଷ ତେଲ ମାଲିସ ହେଲେ ଶରୀର ସୁସ୍ଥ ରହିଥାଏ ବୋଲି ଆୟୁର୍ବେଦ ବିଶେଷଜ୍ଞମାନେ କହିଛନ୍ତି। ଏଥିରେ ରହିଛି ଆଇରନ୍‌, କ୍ୟାଲସିୟମ, ଫ୍ୟାଟି ଏସିଡ୍‌ ଓ ବିଟାକୈରୋଟିନ୍‌। ତେଣୁ ପ୍ରତିଦିନ ସକାଳେ ଏହି ତେଲ ମାଲିସ କରିବା ଭଲ।
-ସମାନ ପରିମାଣର ସୋରିଷ ତେଲ ଓ ନଡ଼ିଆ ତେଲ ଏକାଠି ମିଶାଇ ଲଗାଇଲେ ଚର୍ମ ଚିକ୍କଣ ଓ ଉଜ୍ୱଳ ହୋଇଥାଏ।
-ସୋରିଷ ତେଲରେ ଥିବା ଆଇରନ୍‌, କ୍ୟାଲସିୟମ ଓ ବିଟାକୈରୋଟିନ୍‌ କେଶକୁ ଲମ୍ବା, କଳା ଓ ଚିକ୍କଣ କରିବାରେ ସାହାଯ୍ୟ କରିଥାଏ।
-American Journal of Clinical Nutrition କୁହେ ସୋରିଷ ତେଲରେ ନିୟାସିନ, ଫୋଲେଟ, ଥିୟାମାଇନ୍‌ ଆଦି ଭିଟାମିନ୍‌ ରହିଛି। ଏହାକୁ ନିୟମିତ ଅଳ୍ପ ପରିମାଣରେ ଖାଇଲେ ଶରୀର ସୁସ୍ଥ ରହିବା ସହ ହଜମ ଶକ୍ତି ବୃଦ୍ଧି ପାଇଥାଏ।
-alpha-linolenic acid ଥିବା ସୋରିଷ ତେଲ ଖାଇଲେ ହୃଦରୋଗ ଆଶଙ୍କା କମ୍‌ ହୋଇଥାଏ।
-ଶୀତଦିନେ ଦେଖାଯାଇଥିବା ଆଣ୍ଠୁଗଣ୍ଠି ସମସ୍ୟାରୁ ମୁକ୍ତି ପାଇବା ପାଇଁ ସୋରିଷ ତେଲରେ କର୍ପୁର ମିଶାଇ ଅଳ୍ପ ଉଷୁମ କରି ମାଲିସ କଲେ ଉପକାର ମିଳିଥାଏ।
-ସୋରିଷ ତେଲରେ ଅଳ୍ପ ହେଙ୍ଗୁ, ଜୁଆଣି ଓ ୨/୩ କୋଲା ରସୁଣ ମିଶାଇ ଉଷୁମ କରିବା ପରେ ଏହି ତେଲକୁ ଅଣ୍ଟାରେ ମାଲିସ କଲେ ଅଣ୍ଟା ଦରଜରୁ ଆରାମ ମିଳିଥାଏ।
-ସୋରିଷ ତେଲରେ ଥିବା ଆଣ୍ଟି ବ୍ୟାକଟ୍ରିଆଲ, ଆଣ୍ଟି ଫଙ୍ଗାଲ ଓ ଆଣ୍ଟି ଭାଇରାଲ ଶରୀରକୁ ବିଭିନ୍ନ ସଂକ୍ରମଣରୁ ରକ୍ଷା କରିଥାଏ।
-ରାତିରେ ଶୋଇବା ପୂର୍ବରୁ ସମ୍ପୂର୍ଣ୍ଣ ଭାବେ ସୋରିଷ ତେଲ ମାଲିସ ହୋଇ ଶୋଇଲେ ମଶା କାମୁଡି ନ ଥାଆନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

IMD ଡିଜିଙ୍କ ବଡ଼ ସୂଚନା; ଆହୁରି ୨ ଦିନ ଛେଚିବ ବର୍ଷା, ଆଜି ରାତିରେ ଦକ୍ଷିଣ ଓଡ଼ିଶାରେ ହେବ….

ଭୁବନେଶ୍ବର,୨୩ା୯: ଗଭୀର ଅବପାତର ଗତି ନେଇ ବଡ଼ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଗଭୀର ଅବପାତର ଗତି ମନ୍ଥର ରହିଛି, ସେଥିପାଇଁ ବର୍ଷାର…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?