ଶୀତରେ ଥରୁଛି ସାରା ଓଡ଼ିଶା; ନୂଆବର୍ଷରେ ବର୍ଷା

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ)- ଅସହ୍ୟ ଶୀତରେ ଥରୁଛି ସାରା ଓଡ଼ିଶା। ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ କେଉଁଠାରେ ବି ଶୀତ ଦାଉରୁ ଲୋକଙ୍କୁ ନିସ୍ତାର ମିଳୁନାହିଁ। ତେବେ ଏହିଭଳି ଶୀତର ଲହରୀ ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଲାଗିରହିବ। ଅନ୍ୟପଟେ ନୂଆବର୍ଷରେ ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଆସନ୍ତା ୧ ରୁ ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହେବ। ୧ ତାରିଖରେ ବରଗଡ଼, ନୂଆପଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର ଓ ଦେବଗଡ଼ ଜିଲାର କେତେକ ସ୍ଥାନରେ ବର୍ଷା ହେବ। ୨ ଓ ୩ ତାରିଖରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ କୁଆପଥର ମଧ୍ୟ ପଡ଼ିପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ କମ୍‌ ରହିବ।
ଶନିବାର ରାଜ୍ୟର ୯ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ଥିବାବେଳେ ରବିବାର ୧୫ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିଲା। ଏହାସହ ସୋନପୁର ପୁଣି ଥରେ ସବୁଠୁ ଥଣ୍ଡା ସହରରେ ପରିଣତ ହୋଇଛି। ଶନିବାର ଏଠାରେ ସର୍ବନିମ୍ନ ତାପମାତ୍ରା ୪ ଡିଗ୍ରୀ ରହିଥିବାବେଳେ ରବିବାର ୩.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଅନୁଗୋଳରେ ୪.୬ ଡିଗ୍ରୀ, ଫୁଲବାଣୀରେ ୫, ଦାରିଙ୍ଗବାଡ଼ିରେ ୫.୫ ଏବଂ ଟିଟିଲାଗଡ଼ରେ ୬.୧ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି। ସେହିଭଳି ଭବାନୀପାଟଣାରେ ୬.୫, କେନ୍ଦୁଝରରେ ୬.୬, ଶିଳ୍ପନଗରୀ ଝାରସୁଗୁଡ଼ାରେ ୭.୩, ସମ୍ବଲପୁରରେ ୭.୪, ବଲାଙ୍ଗିରରେ ୮, ବାଲେଶ୍ୱରରେ ୮.୬ ଏବଂ କଟକରେ ୮.୮ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ସୁନ୍ଦରଗଡ଼ ଓ ବାରିପଦାର ତାପମାତ୍ରା ୯ ଡିଗ୍ରୀ ସେଲସିୟସ ରହିଥିବାବେଳେ କୋରାପୁଟର ୯.୬ ଡିଗ୍ରୀ ରହିଥିଲା। ରାଜଧାନୀ ଭୁବନେଶ୍ୱର ସମେତ ତାଳଚେର ଓ ଚାନ୍ଦବାଲିରେ ତାପମାତ୍ରା ୧୦.୨ ଡିଗ୍ରୀ ରହିଥିବାବେଳେ ହୀରାକୁଦରେ ୧୦.୧ ଡିଗ୍ରୀ ରହିଛି। ଏହାଛଡ଼ା ପାରାଦୀପରେ ୧୨.୮ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ଗୋପାଳପୁରରେ ୧୨.୭ ଡିଗ୍ରୀ ରେକର୍ଡ ହୋଇଛି। ଅନ୍ୟପଟେ ସୋମବାର ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ଥଣ୍ଡା ରହିବ। ପ୍ରବଳ ଶୀତ ଲହରୀ ନେଇ କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ଅନୁଗୋଳ, କେନ୍ଦୁଝର ଓ ଦେବଗଡ଼ ଆଦି ୬ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛିି।
ଓଡ଼ିଶାର କେତେକ ଜିଲାକୁ ବିଳମ୍ବରେ ଶୀତ ଛୁଇଁଥିଲେ ମଧ୍ୟ ଗତ ୨-୩ ଦିନ ହେବ ସାରା ରାଜ୍ୟ ଶୀତ ଦାଉରେ ଥରୁଛି। ଅନେକ ସ୍ଥାନରେ ତୁଷାରପାତ ହେଉଥିବାର ମଧ୍ୟ ସୂଚନା ରହିଛି। ପ୍ରବଳ ଶୀତ ଯୋଗୁ ସଞ୍ଜ ନଇଁଲେ ଲୋକେ ଘରୁ ବାହାରିବାକୁ ଇଚ୍ଛା ପ୍ରକାଶ କରୁନାହାନ୍ତି। ସେହିପରି ପ୍ରବଳ କୁହୁଡ଼ି ଯୋଗୁ ସକାଳ ୧୦ଟା ପର୍ଯ୍ୟନ୍ତ ରାସ୍ତାଘାଟ ମଧ୍ୟ ଦେଖା ଯାଉନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri