ଶୀତ ଉତ୍ସବର ଦ୍ୱିତୀୟ ସନ୍ଧ୍ୟା : ମନ ମୋହିଲା ଘୁମୁରା, ଛଉ, ଗୋଟିପୁଅ ନୃତ୍ୟ

ଦାରିଙ୍ଗବାଡ଼ି,୧୦।୧(ଡି.ଏନ.ଏ.)- ଦାରିଙ୍ଗବାଡିରେ ଅନୁଷ୍ଠିତ ଶୀତ ଉତ୍ସବର ଦ୍ୱିତୀୟ ଅର୍ଥାତ ଗୁରୁବାର ସନ୍ଧ୍ୟାର କାର୍ଯ୍ୟକ୍ରମକୁ କନ୍ଧମାଳ ଏମ୍‌ପି ଡ. ଅଚ୍ୟୁତ ସାମନ୍ତ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଅନ୍ୟ ଅତିଥିଙ୍କ ମଧ୍ୟରେ ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁଙ୍କ ସମେତ କନ୍ଧମାଳ ଜିଲା ପରିଷଦ ଅଧ୍ୟକ୍ଷା ଆକାଂକ୍ଷା ପ୍ରଧାନ, ବାଲିଗୁଡ଼ା ଏସ୍‌ଡିପିଓ ମାନସ ରଞ୍ଜନ ବାରିକ ମୁଖ୍ୟବକ୍ତା ଭାବେ ବରିଷ୍ଠ କବି ତଥା ପ୍ରାବନ୍ଧିକ ଅଶ୍ୱୀନ କୁମାର ମିଶ୍ର ପ୍ରମୁଖ ଯୋଗଦେଇଥିଲେ। ଅନ୍ୟତମ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନ, ସମିତିସଭ୍ୟ ରାଜେନ୍ଦ୍ର ସାହୁ, ରୋଦନ ମଲ୍ଲିକ, ବହୁମୁଖୀ ସମବାୟ ସମିତିର ସଭାପତି ଧର୍ମେନ୍ଦ୍ର ପ୍ରଧାନ,ଅରୁଣ କୁମାର ପ୍ରଧାନ। ଶୀତ ଉତ୍ସବ ପାଳନ କମିଟିର ସହସମ୍ପାଦକ ବିଦେଶୀ ନାୟକ ଅତିଥି ପରିଚୟ ପ୍ରଦାନ କରିଥିଲେ। ବନାନୀ ସାରସ୍ବତ ପରିଷଦର ସଭାପତି ପତିତପାବନ ରାଉତ ଧନ୍ୟବାଦ ଅର୍ପଣ କରିଥିଲେ। ଶୀତ ଉତ୍ସବ ପଡ଼ିଆରେ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନ ଗୁଡ଼ିକ ଷ୍ଟଲ ଖୋଲିଛନ୍ତି। ସେଠାରେ ଗ୍ରାହକଙ୍କ ପ୍ରବଳ ଭିଡ଼ ଜମୁଛି। କାର୍ଯ୍ୟକ୍ରମରେ ଦାରିଙ୍ଗବାଡ଼ି ହୋଟେଲ ସଂଘ ସମେତ ପରିଷଦ, ପର୍ଯ୍ୟଟନ, ଓଡ଼ିଆ ଭାଷା ଓ ସଂସ୍କୃତି ବିଭାଗ, ରାଜ୍ୟ ସରକାର (ଓଡ଼ିଶା) ପକ୍ଷରୁ ସହାୟତା କରାଯାଇଛି। ଏଥିସହ ବିଭିନ୍ନ ସଙ୍ଗଠନ କାର୍ଯ୍ୟକ୍ରମକୁ ସହଯୋଗ କରିଥିଲେ। ଶୁକ୍ରବାର ଏହା ଉଦ୍‌ଯାପିତ ହେବ ବୋଲି ଶୀତ ଉତ୍ସବ ପାଳନ କମିଟି ସଭାପତି ତଥା ବିଧାୟକ ପ୍ରଧାନ କହିଛନ୍ତି॥ ସନ୍ଧ୍ୟାରେ ହୋଇଥିବା ସାଂସ୍କୃତିକ କାର୍ଯ୍ୟକ୍ରମରେ ଫୁଲବାଣୀ ଡ୍ୟାନ୍ସ ଏକାଡେମୀ ପକ୍ଷରୁ ନିର୍ଦ୍ଦେଶକ ସନ୍ତୋଷ କୁମାର ପାତ୍ରଙ୍କ ନିର୍ଦ୍ଦେଶନାରେ ପଞ୍ଜାବୀ ଓ ସମ୍ବଲପୁରୀ ନୃତ୍ୟ ପରିବେଷଣ ହୋଇଥିଲା। ସେହିପରି ଭବାନୀପାଟଣାରୁ ଆସିଥିବା ଘୁମୁରା, ପୁରୀ ଜିଲାରୁ ଆସିଥିବା ଗୋଟିପୁଅ ନାଚ ଦର୍ଶକଙ୍କ ମନ ମୋହିଥିଲା। ସ୍ଥାନୀୟ ଶିଶୁ କଳାକାରମାନେ ମଧ୍ୟ ନୃତ୍ୟ ପରିବେଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri