ଶୀତ ଉତ୍ସବର ଦ୍ୱିତୀୟ ସନ୍ଧ୍ୟା : ମନ ମୋହିଲା ଘୁମୁରା, ଛଉ, ଗୋଟିପୁଅ ନୃତ୍ୟ

ଦାରିଙ୍ଗବାଡ଼ି,୧୦।୧(ଡି.ଏନ.ଏ.)- ଦାରିଙ୍ଗବାଡିରେ ଅନୁଷ୍ଠିତ ଶୀତ ଉତ୍ସବର ଦ୍ୱିତୀୟ ଅର୍ଥାତ ଗୁରୁବାର ସନ୍ଧ୍ୟାର କାର୍ଯ୍ୟକ୍ରମକୁ କନ୍ଧମାଳ ଏମ୍‌ପି ଡ. ଅଚ୍ୟୁତ ସାମନ୍ତ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଅନ୍ୟ ଅତିଥିଙ୍କ ମଧ୍ୟରେ ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁଙ୍କ ସମେତ କନ୍ଧମାଳ ଜିଲା ପରିଷଦ ଅଧ୍ୟକ୍ଷା ଆକାଂକ୍ଷା ପ୍ରଧାନ, ବାଲିଗୁଡ଼ା ଏସ୍‌ଡିପିଓ ମାନସ ରଞ୍ଜନ ବାରିକ ମୁଖ୍ୟବକ୍ତା ଭାବେ ବରିଷ୍ଠ କବି ତଥା ପ୍ରାବନ୍ଧିକ ଅଶ୍ୱୀନ କୁମାର ମିଶ୍ର ପ୍ରମୁଖ ଯୋଗଦେଇଥିଲେ। ଅନ୍ୟତମ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନ, ସମିତିସଭ୍ୟ ରାଜେନ୍ଦ୍ର ସାହୁ, ରୋଦନ ମଲ୍ଲିକ, ବହୁମୁଖୀ ସମବାୟ ସମିତିର ସଭାପତି ଧର୍ମେନ୍ଦ୍ର ପ୍ରଧାନ,ଅରୁଣ କୁମାର ପ୍ରଧାନ। ଶୀତ ଉତ୍ସବ ପାଳନ କମିଟିର ସହସମ୍ପାଦକ ବିଦେଶୀ ନାୟକ ଅତିଥି ପରିଚୟ ପ୍ରଦାନ କରିଥିଲେ। ବନାନୀ ସାରସ୍ବତ ପରିଷଦର ସଭାପତି ପତିତପାବନ ରାଉତ ଧନ୍ୟବାଦ ଅର୍ପଣ କରିଥିଲେ। ଶୀତ ଉତ୍ସବ ପଡ଼ିଆରେ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନ ଗୁଡ଼ିକ ଷ୍ଟଲ ଖୋଲିଛନ୍ତି। ସେଠାରେ ଗ୍ରାହକଙ୍କ ପ୍ରବଳ ଭିଡ଼ ଜମୁଛି। କାର୍ଯ୍ୟକ୍ରମରେ ଦାରିଙ୍ଗବାଡ଼ି ହୋଟେଲ ସଂଘ ସମେତ ପରିଷଦ, ପର୍ଯ୍ୟଟନ, ଓଡ଼ିଆ ଭାଷା ଓ ସଂସ୍କୃତି ବିଭାଗ, ରାଜ୍ୟ ସରକାର (ଓଡ଼ିଶା) ପକ୍ଷରୁ ସହାୟତା କରାଯାଇଛି। ଏଥିସହ ବିଭିନ୍ନ ସଙ୍ଗଠନ କାର୍ଯ୍ୟକ୍ରମକୁ ସହଯୋଗ କରିଥିଲେ। ଶୁକ୍ରବାର ଏହା ଉଦ୍‌ଯାପିତ ହେବ ବୋଲି ଶୀତ ଉତ୍ସବ ପାଳନ କମିଟି ସଭାପତି ତଥା ବିଧାୟକ ପ୍ରଧାନ କହିଛନ୍ତି॥ ସନ୍ଧ୍ୟାରେ ହୋଇଥିବା ସାଂସ୍କୃତିକ କାର୍ଯ୍ୟକ୍ରମରେ ଫୁଲବାଣୀ ଡ୍ୟାନ୍ସ ଏକାଡେମୀ ପକ୍ଷରୁ ନିର୍ଦ୍ଦେଶକ ସନ୍ତୋଷ କୁମାର ପାତ୍ରଙ୍କ ନିର୍ଦ୍ଦେଶନାରେ ପଞ୍ଜାବୀ ଓ ସମ୍ବଲପୁରୀ ନୃତ୍ୟ ପରିବେଷଣ ହୋଇଥିଲା। ସେହିପରି ଭବାନୀପାଟଣାରୁ ଆସିଥିବା ଘୁମୁରା, ପୁରୀ ଜିଲାରୁ ଆସିଥିବା ଗୋଟିପୁଅ ନାଚ ଦର୍ଶକଙ୍କ ମନ ମୋହିଥିଲା। ସ୍ଥାନୀୟ ଶିଶୁ କଳାକାରମାନେ ମଧ୍ୟ ନୃତ୍ୟ ପରିବେଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ

କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri