Posted inଖେଳ

ଶୀର୍ଷ ସ୍ଥାନ ବଜାୟ ରଖିଲେ ସ୍ମିଥ, କୁମିନ୍ସ

ଦୁବାଇ,୧୬।୯: ଅଷ୍ଟ୍ରେଲିଆନ୍‌ ବ୍ୟାଟ୍ସମ୍ୟାନ ଷ୍ଟିଭ ସ୍ମିଥ ଓ ବୋଲର ପ୍ୟାଟ କୁମିନ୍ସ ଆଇସିସି ଟେଷ୍ଟ ଖେଳାଳିଙ୍କ ର଼୍ୟାଙ୍କିଙ୍ଗ୍‌ରେ ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ଆଶେସ ସିରିଜ୍‌ ଶେଷ ହେବା ପରେ ନୂଆ ଆଇସିସି ଖେଳାଳିଙ୍କ ର଼୍ୟାଙ୍କିଙ୍ଗ୍‌ ସୋମବାର ପ୍ରକାଶ ପାଇଛି। କେନିଂଟନ ଟେଷ୍ଟର ପ୍ରଥମ ଇନିଂସରେ ୮୦ ଓ ଦ୍ୱିତୀୟରେ ୨୩ ରନ୍‌ର ପାଳି ଖେଳିଥିବା ସ୍ମିଥ ଭାରତୀୟ ଅଧିନାୟକ ବିରାଟ  ହଲି(୯୦୩)ଙ୍କଠାରୁ ୩୪ ପଏଣ୍ଟ ଆଗରେ ଅଛନ୍ତି। ସ୍ମିଥଙ୍କ ନିକଟରେ ଏବେ ୯୩୭ ପଏଣ୍ଟ ରହିଛି। ସେହିଭଳି କୁମିନ୍ସ ମଧ୍ୟ ନିକଟସ୍ଥ ପ୍ରତିଦ୍ୱନ୍ଦ୍ୱୀ ଦକ୍ଷିଣ ଆଫ୍ରିକାର କାଗଗିସୋ ରାବାଡାଙ୍କଠାରୁ ୫୭ ପଏଣ୍ଟ ଆଗୁଆ ଅଛନ୍ତି। ଆଶେସ ସିରିଜରେ ସମସ୍ତ ମ୍ୟାଚ୍‌ ଖେଳିଥିବା କୁମିନ୍ସ ମୋଟ ୨୯ ଉଇକେଟ ନେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ମାଥ୍ୟୁ ଓ୍ବାଡେ ଓ ମିଚେଲ ମାର୍ଶଙ୍କ ର଼୍ୟାଙ୍କିଙ୍ଗ୍‌ରେ ଆଖିଦୃଶିଆ ଉନ୍ନତି ହୋଇଛି। କ୍ୟାରିୟରର ୪ର୍ଥ ଶତକ ବଳରେ ଓ୍ବାଡେ ୭୮ରୁ ୩୨ତମ ସ୍ଥାନ ହାସଲ କରିଛନ୍ତି। ଏହା ତାଙ୍କ କ୍ୟାରିୟରର ସର୍ବଶ୍ରେଷ୍ଠ ର଼୍ୟାଙ୍କିଙ୍ଗ୍‌। ଟେଷ୍ଟ କ୍ୟାରିୟରରେ ପ୍ରଥମ ଥର ୫ ଉଇକେଟ ନେଇଥିବା ମିଚେଲ ୨୦ ସୋପାନ ଉପରକୁ ଉଠି ୫୪ତମ ସ୍ଥାନ ଅଧିକାର କରିଛନ୍ତି। ଅନ୍ୟପକ୍ଷରେ ଡେଭିଡ ଓ୍ବାର୍ନର ୨୪ତମ ସ୍ଥାନକୁ ଖସିଛନ୍ତି। ପୂର୍ବରୁ ୫ମରେ ଥିବା ବାମହାତୀ ଓପନର ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ମାତ୍ର ୯୫ ରନ୍‌ କରିପାରିଥିଲେ। ଜୋଶ ହାଜେଲଉଡଙ୍କ ର଼୍ୟାଙ୍କିଙ୍ଗ୍‌ ୮ମରୁ ଖସି ଦ୍ୱାଦଶରେ ପହଞ୍ଚତ୍ଛି। ଆଶେସରେ ପଦାର୍ପଣ କରିଥିବା ଜୋଫ୍ରା ଆର୍ଚର ୪୦ତମ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri