ଶୁଆ ବିକ୍ରିକୁ ନେଇ ବରବରା ରେଞ୍ଜରେ ଲଙ୍କା କାଣ୍ଡ

ଭୁବନେଶ୍ୱର, ୫।୪(ବ୍ୟୁରୋ):
ଖୋର୍ଦ୍ଧା ବନଖଣ୍ଡ ଅଧିନସ୍ଥ ବରବରା ରେଞ୍ଜ ଅଧୀନରେ ଗତ ୧ ତାରିଖରେ ଘଟିଯାଇଛି ତୁମୁଳ ଲଙ୍କା କାଣ୍ଡ। ଶୁଆ ବିକାଳିଙ୍କୁ କାହିଁକି ବିକୁଛ ବୋଲି ପଚାରିବାରୁ ଆରମ୍ଭ ହେଇଥିଲା ଏହି କାଣ୍ଡ। ୧ତାରିଖରେ ସବୁ ଆଡ଼େ ଲକଡାଉନ ଚାଲିବା ଅବସ୍ଥାରେ ମଧ୍ୟ ବରବରା ଅଞ୍ଚଳରେ କିଛି ଯୁବକ ୨ଟି ଶୁଆ ବିକ୍ରି କରୁଥିବା ଦେଖି ବନ କର୍ମଚାରୀମାନେ ଆକଟ କରିଥିଲେ। ସେହି ରାଗ ରଖି ୫୦ ରୁ ଉର୍ଦ୍ଧ୍ବ ଗ୍ରାମବାସୀ ସଂଘବଦ୍ଧ ଭାବରେ ଠେଙ୍ଗା, ବାଡ଼ି, ଲୁହା ଛଡ଼ ଆଦିରେ ଆକ୍ରମଣ କରିଥିଲେ। ସରକାରୀ ଗାଡ଼ି ଏବଂ ବନ କର୍ମଚାରୀଙ୍କ ନିଜ ଗାଡ଼ି ମଧ୍ୟ ଭାଙ୍ଗି ଚୁରମାର କରିଦେଇଛନ୍ତି।
ଏହି ଆକ୍ରମଣରେ ବନରକ୍ଷୀ ଆଶିଷ ମହାନ୍ତି, ନୀଳାଦ୍ରି ପ୍ରସାଦ, ସୌମ୍ୟ ରଞ୍ଜନ ବେହେରା, କବିତା ଜାଲିଙ୍କ ସମେତ ଆହୁରି ଅନେକ ବନ କର୍ମଚାରୀ ଗୁରୁତର ଆହତ ହେଇଛନ୍ତି। ସରକାରୀ କର୍ମଚାରୀଙ୍କ ଉପରେ ଏହି ମରଣାନ୍ତକ ଆକ୍ରମଣକୁ ନେଇ ବରବରା ରେଞ୍ଜର ଡେପୁଟି ରେଞ୍ଜର ଧୀରେନ କୁମାର ପ୍ରଧାନ ଗତ ୧ ତାରିଖରୁ ବାଣପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ ମଧ୍ୟ ଏଯାଏଁ କିଛି ବି କାର୍ଯ୍ୟାନୁଷ୍ଠାନ ହେଇ ନାହିଁ। ଏହି ଘଟଣାକୁ ଅଣଗେଜେଟେଡ ବନ କର୍ମଚାରୀ ସଂଘର ସମ୍ପାଦକ ସମୀର ବେହେରା ଦୃଢ଼ ନିନ୍ଦା କରିବା ସହ ଘଟଣାରେ ସମ୍ପୃକ୍ତ ବ୍ୟକ୍ତି ମାନଙ୍କୁ ତୁରନ୍ତ ଗିରଫ କରିବା ପାଇଁ ଦାବୀ କରିଛନ୍ତି। ଏହା ନକଲେ ବନ କର୍ମଚାରୀଙ୍କ ମନୋବଳ ଭାଙ୍ଗି ଯିବ ବୋଲି ସମୀର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri