ଶୁକ୍ରବାର ବାହୁଡ଼ିବେ ମହାପ୍ରଭୁ: ଅପରାହ୍ନ ୪ଟାରେ ରଥଟଣା

ପୁରୀ ଅଫିସ,୧୧ା୭: ଆଡ଼ପ ମଣ୍ଡପରେ ଶେଷ ହୋଇଛି ଚତୁର୍ଦ୍ଧାବିଗ୍ରହଙ୍କ ଲୀଳା। ଗୁରୁବାର ଭକ୍ତଙ୍କୁ ସନ୍ଧ୍ୟା ଦର୍ଶନ ଦେଇ ଏବେ ରତ୍ନବେଦିକୁ ବାହୁଡ଼ିିବାକୁ ପ୍ରସ୍ତୁତ ମହାପ୍ରଭୁ। ଶ୍ରୀଗୁଣ୍ଡିଚା ମନ୍ଦିରରେ ୭ଦିନର ରହଣି ପରେ ଭାଇଭଉଣୀଙ୍କୁ ସାଥିରେ ଧରି ଶୁକ୍ରବାର ବାହୁଡ଼ି ଆସିବେ ଶ୍ରୀମନ୍ଦିର। ଏଥିପାଇଁ ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାରରେ ମହାପ୍ରଭୁଙ୍କୁ ତିନିରଥ ଅପେକ୍ଷା କରି ରହିଛନ୍ତି। ତିନିରଥକୁ ମହାରଣା ସେବକ ଓ ରଥ ବିଶେଷଜ୍ଞ କମିଟିର ସଦସ୍ୟମାନେ ଯାଞ୍ଚ କରିସାରିଛନ୍ତି। ବାହୁଡ଼ା ଯାତ୍ରା ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରରେ ମଧ୍ୟ ପ୍ରସ୍ତୁତି ଚାଲିଛି।
ଗୁରୁବାର ଥିଲା ସନ୍ଧ୍ୟା ଦର୍ଶନ। ତେଣୁ ବୁଧବାର ରାତି ୨ଟା ୫୫ରେ ଠାକୁରଙ୍କ ପହୁଡ଼ ହୋଇ ଭୋର ୪ଟା ୨୦ଟାରେ ଦ୍ୱାରଫିଟା ଯାଇଥିଲା। ୫ଟା ୧୦ରେ ହୋଇଥିଲା ମଙ୍ଗଳ ଆଳତି। ଏହାପରେ ଆଡ଼ପମଣ୍ଡପରେ ଚତୁର୍ଦ୍ଧାବିଗ୍ରହଙ୍କ ସନ୍ଧ୍ୟା ଦର୍ଶନ ଆରମ୍ଭ ହୋଇଥିଲା। ଲମ୍ବା ଧାଡ଼ିିରେ ଶ୍ରଦ୍ଧାଳୁମାନେ ଦାରୁଦିଅଁଙ୍କ ଦର୍ଶନ କରିଥିଲେ। ନୀତି ସଅଳ ଚାଲିଥିଲା। ଭକ୍ତମାନେ ପୂର୍ବାହ୍ନ ୧୦ଟା ୨୫ରେ ଆଡପ ଅବଢା ପାଇଥିଲେ ।
ସନ୍ଧ୍ୟା ଦର୍ଶନ ପରେ ଶ୍ରୀଗୁଣ୍ଡିଚା ମନ୍ଦିରକୁ ଶୋଧ କରାଯାଇଥିଲା। ଆଡ଼ପ ମଣ୍ଡପରେ ଚତୁର୍ଦ୍ଧାବିଗ୍ରହଙ୍କ ପହୁଡ ଆଳତି ସରିବା ପରେ ଶ୍ରୀମୁଖ ଖଣ୍ଡୁଆ ନୀତି ସମ୍ପନ୍ନ ହୋଇଥିଲା। ବାହୁଟକଣ୍ଟ, ଚାରବନ୍ଧା ଓ କୁସୁମି ଲାଗି ନୀତି ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିଲା। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିର୍ଦ୍ଧାରିତ ନୀତି ନିର୍ଘଣ୍ଟ ଅନୁଯାୟୀ, ଶୁକ୍ରବାର ଭୋର ୪ଟାରେ ମଙ୍ଗଳ ଆଳତି ହେବ। ଠାକୁର ଖେଚୁଡି ଭୋଗ ଖାଇସାରି ଶ୍ରୀମନ୍ଦିର ଅଭିମୁଖେ ବାହାରିବେ। ପୂର୍ବାହ୍ନ ୧୧ଟା ୪୫ରେ ମଙ୍ଗଳାର୍ପଣ ହୋଇ ୧୨ଟାରେ ବାହୁଡା ପହଣ୍ଡି ଆରମ୍ଭ ହେବ। ଅପରାହ୍ନ ସାଢେ ୨ଟାରୁ ସାଢେ ୩ଟା ମଧ୍ୟରେ ଛେରାପହଁରା ନୀତି ବଢି ଅପରାହ୍ନ ୪ଟାରେ ରଥଟଣା ଆରମ୍ଭ ଲାଗି ନୀତି ନିର୍ଘଣ୍ଟ ହୋଇଛି। ରଥଟଣା ସରିବା ପରେ ରଥ ଉପରେ ମହାପ୍ରଭୁଙ୍କ ଅନ୍ୟାନ୍ୟ ନୀତି ସମ୍ପନ୍ନ ହେବ । ବାହୁଡା ପରଦିନ ଅର୍ଥାତ୍‌ ଶନିବାର ସୁନାବେଶ ରହିଛି। ତେଣୁ ବାହୁଡ଼ା ଦିନ ହିଁ ସିଂହଦ୍ୱାରରେ ତିନିରଥ ପହଞ୍ଚାଇବା ଲାଗି ପ୍ରଶାସନ ସ୍ଥିର କରିଛି । ଆବଶ୍ୟକ ପଡ଼ିିଲେ ଉଜ୍ଜ୍ୱଳ ଆଲୋକ ବ୍ୟବସ୍ଥା କରାଯାଇ ରାତିରେ ରଥ ଟଣାଯାଇ ସିଂହଦ୍ୱାରରେ ପହଞ୍ଚାଇବାର ଯୋଜନା ରହିଛି ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି...

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଏହୁ ସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୮।୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଗୁରୁବାର ଦିନ ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ...

ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…

ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri