ଶୁଚିସ୍ମିତା ମନ୍ତ୍ରୀ ହେଲେ ସାହିତ୍ୟ ଏକାଡେମୀ ସଚିବ

ଭୁବନେଶ୍ୱର,୨।୨(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡ଼ିଶା ସାହିତ୍ୟ ଏକାଡେମୀର ନୂତନ ସଚିବ ଭାବେ ଦାୟିତ୍ୱ ନେଇଛନ୍ତି ଶୁଚିସ୍ମିତା ମନ୍ତ୍ରୀ। ପୂର୍ବତନ ସଚିବ ଡ. ଜୟନ୍ତୀ ରଥଙ୍କ କାର୍ଯ୍ୟକାଳ ଶେଷ ହୋଇଥିବାବେଳେ ଶନିବାର ନୂତନ ସଚିବଭାବେ ମନ୍ତ୍ରୀ କାର୍ଯ୍ୟରେ ଯୋଗଦେଇଛନ୍ତି। ପୂର୍ବାହ୍ନରେ ସଂସ୍କୃତି ଭବନସ୍ଥିତ ସାହିତ୍ୟ ଏକାଡେମୀ କାର୍ଯ୍ୟାଳୟରେ ତାଙ୍କୁ ଏକାଡେମୀ କର୍ମଚାରୀଙ୍କ ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଶୁଚିସ୍ମିତା ମନ୍ତ୍ରୀ ପୂର୍ବରୁ ଓଡ଼ିଶା ରାଜ୍ୟ ଅଭିଲେଖାଗାର ଅଧୀକ୍ଷକ ଭାବେ କାର୍ଯ୍ୟ କରୁଥିଲେ। ନିକଟରେ ଅଭିଲେଖାଗାରରେ ତାଙ୍କ କାର୍ଯ୍ୟକାଳ ଶେଷହେବା ପରେ ବିଭାଗ ପକ୍ଷରୁ ତାଙ୍କୁ ସାହିତ୍ୟ ଏକାଡେମୀ ସଚିବ ଭାବେ ଦାୟିତ୍ୱ ଦିଆଯାଇଛି। ୨୦୧୮ ଜାନୁୟାରୀ ୨୯ରେ ଏକାଡେମୀର ପୂର୍ବତନ ସଚିବ ଅଶ୍ୱିନୀ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ଶେଷହେବା ପରେ ଡ. ଜୟନ୍ତୀ ରଥଙ୍କୁ ଭାରପ୍ରାପ୍ତ ସଚିବ ଭାବେ ଦାୟିତ୍ୱ ଦିଆଯାଇଥିଲା। ରାଜ୍ୟ ସଂଗ୍ରହାଳୟ ଅଧୀକ୍ଷକ ସହ ସେ ଏହି ଦାୟିତ୍ୱରେ ରହିଥିଲେ। ଜାନୁୟାରୀ ୩୧ରେ ତାଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ଫେବୃୟାରୀ ୧ରୁ ମନ୍ତ୍ରୀଙ୍କୁ ନୂତନ ସଚିବ ଭାବେ ନିଯୁକ୍ତ କରାଯାଇଛି। ଅନ୍ୟପକ୍ଷରେ ଏକାଡେମୀର ଉପସଭାପତି ପଦବୀ ଏବେ ବି ଖାଲିପଡ଼ିଛି। ଦୀର୍ଘଦିନ ହେଲା ଏହି ଗୁରୁତ୍ୱପୂର୍ଣ୍ଣ ପଦବୀ ଖାଲି ପଡ଼ିଥିଲେ ମଧ୍ୟ ଏହାକୁ ପୂରଣ କରିବା ଦିଗରେ କୌଣସି ପଦକ୍ଷେପ ନିଆଯାଇନାହିଁ। ସେହିଭଳି ବର୍ତ୍ତମାନ ଏକାଡେମୀର ସଭାପତି ଥିବା ସାହିତି୍ୟକ ହରିହର ମିଶ୍ରଙ୍କ କାର୍ଯ୍ୟକାଳ ମଧ୍ୟ ୨୦୧୯ ମେ ୫ରୁ ଶେଷ ହେଲାଣି। ହେଲେ କେହି ନ ଥିବାରୁ ନୂତନ ନିଯୁକ୍ତି ଦିଆଯିବା ପର୍ଯ୍ୟନ୍ତ ତାଙ୍କୁ ଦାୟିତ୍ୱରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୨୧।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ…

ଆସିଲା ଆଜ୍ଞାମାଳ: ରଥ ନେବ ଦକ୍ଷିଣ ମୋଡ଼

ପୁରୀ,୨୧ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ବାହୁଡ଼ାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ରହିଥିବା…

୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ 

ସୁନ୍ଦରଗଡ/ କୁଆଁରମୁଣ୍ଡା,୨୧।୭(ଜୟ ନାରାୟଣ ମେଣ୍ଡୁଳି/ ମହେନ୍ଦ୍ର କୁମାର ସାହୁ ): ସୁନ୍ଦରଗଡ ଜିଲା କୁଆରମୁଣ୍ଡା ତହସିଲ ଅଧୀନ କଲୋସିହିରା ସର୍କଲର ରାଜସ୍ୱ ନିରୀକ୍ଷକ ଲାଞ୍ଚ ନେଉଥିବା ବେଳେ…

ରାସ୍ତାରେ ପଡ଼ିଲା ଗଛ: ରାଇକିଆ–କ. ନୂଆଗାଁ ରାସ୍ତାରେ ଦୁଇ ଘଣ୍ଟା ବସ୍ ଚଳାଚଳ ବନ୍ଦ

ରାଇକିଆ, ୨୧।୮ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ରାଇକିଆ–କ. ନୂଆଗାଁ ମୁଖ୍ୟ ରାସ୍ତାରେ ଏକ ବଡ଼ ଗଛ ପଡ଼ିଯିବା ଯୋଗୁ ପ୍ରାୟ ଦୁଇ ଘଣ୍ଟା ଧରି ବସ୍…

ହୀରାକୁଦରେ ବଢୁଛି ଜଳସ୍ତର, ପୁଣି ଖୋଲିଲା ଆଉ ୪ ଗେଟ୍‌

ସମ୍ବଲପୁର, ୨୧।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବାରେ ଲାଗିଛି। ଫଳରେ…

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ନୂଆ ଭୋଟର: ୨୬ରୁ ଆରମ୍ଭ ହେବ ଘରକୁ ଘର ସର୍ଭେ

ଭୁବନେଶ୍ୱର, ୨୦।୭: ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ନିର୍ବାଚନ ଆୟୋଗ ଭୋଟର ତାଲିକା ପ୍ରସ୍ତୁତି ପାଇଁ ବଡ଼ ଘୋଷଣା କରିଛନ୍ତି। ସ୍ୱତନ୍ତ୍ର…

ସରକାରଙ୍କ ବଡ଼ ପଦକ୍ଷେପ: ବଦଳିଲା ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟର ନାଁ

ଭୁବନେଶ୍ୱର,୨୧।୭: ରାଜ୍ୟ ସରକାର ଆଞ୍ଚଳିକ ଶିକ୍ଷା ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ରାଜ୍ୟ ସରକାର ସ୍କୁଲ ଓ ଗଣଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟରତ ‘ଆଞ୍ଚଳିକ ଶିକ୍ଷା…

ଜଣେ ଶିକ୍ଷକରେ ଚାଲିଛି ୧୪୫୮ ସ୍କୁଲ

ଭୁବନେଶ୍ୱର,୨୧।୭: କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ UDISE+(Unified District Information System for Education Plus (UDISE+) ରିପୋର୍ଟରେ ଏକ ସାଂଘାତିକ ତଥ୍ୟ ସାମ୍ନାକୁ ଆସିଛି। ତଥ୍ୟ ମୁତାବକ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri