ଶୁଦ୍ଧିକ୍ରିୟା ପାଇଁ ଟଙ୍କା ଧାର କରି ଫେରିଲେ ବାପା

ଭଞ୍ଜନଗର,୬।୧୧(ଡି.ଏନ.ଏ.): ସୁରଟର ଏକ ରାସ୍ତା ଦୁର୍ଘଟଣାରେ ଭଞ୍ଜନଗର ନିକଟସ୍ଥ ଲଣ୍ଡେଇସାହିର ସୁରଜ ବେହେରାଙ୍କ ଜୀବନ ଚାଲିଗଲା ସତ କିନ୍ତୁ ସେ ବଞ୍ଚାଇଦେଲ ଆଉ ୬ଜଣଙ୍କ ଜୀବନ। ଏହା କେବଳ ସୁରଜଙ୍କ ପିତା ବାବୁଲିଙ୍କ ଯୋଗୁ ସମ୍ଭବ ହୋଇଛି। କିନ୍ତୁ ବୁଧବାର ଗ୍ରାମକୁ ଫେରିବା ପରେ ଗଣମାଧ୍ୟମ ସମ୍ମୁଖରେ ବାବୁଲି ତାଙ୍କ ଦୁଃଖ କହିଥିଲେ। ପ୍ରାୟ ୨୫ ବର୍ଷ ତଳେ ପେଟ ପୋଷିବା ପାଇଁ ପରିବାର ସହ ସୁରାଟ ଯାଇଥିଲି। ସେଠାରେ ସୁରଜ ବଡ଼ ହେବାପରେ ସୂତା କଳରେ କାମ କରୁଥିଲେ। ଗତ ୨୯ ତାରିଖରେ ବସ୍‌ ଧକ୍କାରେ ସେ କୋମାକୁ ଚାଲିଯାଇଥିଲେ। ଦୌନନ୍ଦିନ ୨୨ ହଜାର ଟଙ୍କା ସୁରଟର ଏକ ଘରୋଇ ମେଡ଼ିକାଲରେ ପୁଅର ଚିକିସତ୍ା ପାଇଁ ବାନ୍ଧିବାକୁ ପଡ଼ୁଥିଲା। ପାଖରେ ଗୁଜରାଟ କିମ୍ବା ଓଡ଼ିଶା ସରକାରଙ୍କ ପକ୍ଷରୁ ସ୍ବାସ୍ଥ୍ୟ ବୀମା କାର୍ଡ଼ ନଥିଲା। ଅର୍ଥ ଅଭାବରୁ ପୁଅକୁ ବଞ୍ଚାଇ ପାରିଲିନି। ଶେଷରେ ବିଭିନ୍ନ ଲୋକ ଏବଂ ଡ଼ାକ୍ତରଙ୍କ ପରାମର୍ଶକ୍ରମେ ପୁଅର ଶରୀରର ବିଭିନ୍ନ ଅଙ୍ଗଦାନ ପାଇଁ ନିଷ୍ପତି ନେଇଥିଲି। ଏହାଦ୍ୱାରା ଆଉ ୬ଟି ପରିବାରରେ ଖୁସି ଫେରିଛି। ଗତ ଶନିବାର ସୁରଜର ଅଙ୍ଗ ଦାନ କରି ଦେଇଥିଲୁ। ବାବୁଲିଙ୍କ ପାଖରେ ରାଶନ କାର୍ଡ଼ଖଣ୍ଡେ ମଧ୍ୟ ସୁରାଟରେ ନାହିଁ। ସୁରାଟର ଆଧାର କାର୍ଡ଼ ଓଡ଼ିଶାର ଭୋଟର କାର୍ଡ଼ ହିଁ ତାଙ୍କ ପରିଚୟ। ପୁଅ ଚାଲିଯିବା ପରେ ଶୁଦ୍ଧିକ୍ରିୟା ପାଇଁ ବୁଧବାର ବାବୁଲି ଓ ପରିବାରର ଅନ୍ୟ ସଦସ୍ୟମାନେ ଭଞ୍ଜନଗରରେ ଆସି ପହଞ୍ଚତ୍ଛନ୍ତି। ଟଙ୍କା ଧାର କରି ଘରକୁ ଫେରିଥିବା ବାବୁଲିଙ୍କ ଭାଇ କୋକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

ନବରାତ୍ରୀରେ ଚମକିବ ୩ ରାଶିଙ୍କ ଭାଗ୍ୟ, ମା’ଦୁର୍ଗାଙ୍କ କୃପାରୁ ଧନଲାଭ ଯୋଗ; ଚାକିରିରେ ବଡ଼ ପଦୋନ୍ନତି

ଚଳିତ ବର୍ଷ ଶାରଦୀୟ ନବରାତ୍ରୀ ଅକ୍ଟୋବର ୧୧, ୨୦୨୬ରୁ ଆରମ୍ଭ ହେବ। ଏଥର ମା’ ଦୁର୍ଗା ହାତୀ ଉପରେ ସବାର ହୋଇ ଆସୁଛନ୍ତି। ଜ୍ୟୋତିଷୀୟ ବିଶ୍ୱାସ ଅନୁଯାୟୀ,…

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

୩ ଦିନ ଧରି ଚାଲିଥିବା ଅଙ୍ଗନ କି ଉତ୍ସବ ଉଦଯାପିତ, ଶିଶୁ ତଥା ଅଭିଭାବକଙ୍କୁ ନେଇ ସରିଲା କାର୍ଯ୍ୟକ୍ରମ

ଦାରିଙ୍ଗବାଡି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟର ସିଡିପିଓ ସାଂରାଣୀ ପଣ୍ଡାଙ୍କ ତତ୍ୱାବଧାନରେ, ଉଭୟ କେନ୍ଦ୍ର…

ରହସ୍ୟମୟ ମନ୍ଦିର: ଯେଉଁଠାରେ ନିଜ ପିଣ୍ଡଦାନ ନିଜେ କରଥାନ୍ତି ଲୋକ!

ଦେଶରେ ଏପରି ଏକ ମନ୍ଦିର ରହିଛି, ଯେଉଁଠାରେ ଜୀବିତ ଲୋକମାନେ ନିଜର ପିଣ୍ଡଦାନ ନିଜେ କରନ୍ତି। ଏହି ମନ୍ଦିରଟି ସମ୍ପୂର୍ଣ୍ଣ ନିଆରା ଏବଂ ଅନନ୍ୟ। ସାଧାରଣତଃ ମୃତ…

ଭାଙ୍ଗିଗଲା ସମସ୍ତ ରେକର୍ଡ; ରାଙ୍କିଙ୍ଗରେ ନୂଆ ଇତିହାସ ରଚିଲେ ଭାରତୀୟ ବୋଲର

ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍‌ ସ୍ପିନର୍‌ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?