Posted inଖେଳ

ଶୁଭ୍ରାଂଶୁଙ୍କ ଶତକରେ ଜିତିଲା ଓଡ଼ିଶା

ଭଦୋଦରା,୭।୧୦: ଅଧିନାୟକ ଶୁଭ୍ରାଂଶୁ ସେନାପତିଙ୍କ ଅପରାଜିତ ଶତକ ବଳରେ ଏଠାରେ ସୋମବାର ମହାରାଷ୍ଟ୍ର ବିପକ୍ଷରେ ଖେଳାଯାଇଥିବା ଚଳିତ ବିଜୟ ହଜାରେ ଟ୍ରଫି ମ୍ୟାଚ୍‌ରେ ଓଡ଼ିଶା ବିଜୟୀ ହୋଇଛି। ଦିନିକିଆ ଟୁର୍ନାମେଣ୍ଟରେ ଏହା ଓଡ଼ିଶାର ଦ୍ୱିତୀୟ ବିଜୟ। ମ୍ୟାଚ୍‌ରୁ ୪ ପଏଣ୍ଟ ଅର୍ଜନ କରିଥିବା ଦଳ ଏବେ ମୋଟ ୧୪ ପଏଣ୍ଟ ସହ ଗ୍ରୁପ୍‌ ବି’ର ୫ମ ସ୍ଥାନରେ ରହିଛି।
୨୬୦ ରନ୍‌ର ବିଜୟ ଲକ୍ଷ୍ୟ ନେଇ ଓହ୍ଲାଇଥିବା ଓଡ଼ିଶା ପାଇଁ ଅଧିନାୟକ ଶୁଭ୍ରାଂଶୁ ୧୧୯ ରନ୍‌ର ଅପରାଜିତ ଇନିଂସ ଖେଳିଥିଲେ। ୧୩୦ ବଲର ସମ୍ମୁଖୀନ ହୋଇ ସେ ୮ ଚୌକା ଓ ୨ ଛକା ଲଗାଇଥିଲେ। ତାଙ୍କୁ ସନ୍ଦୀପ ପଟ୍ଟନାୟକ (୨୭), ଅଭିଷେକ ଯାଦବ (୧୭), ଅଭିଷେକ ରାଉତ (୨୪), ସୁଜିତ ଲେଙ୍କା (୨୬), ଦୀପକ ବେହେରା (୧୮) ଉପଯୁକ୍ତ ସହାୟତା କରିଥିଲେ। ଫଳରେ ଓଡ଼ିଶା ୪୯.୧ ଓଭରରେ ୭ ଉଇକେଟ ହରାଇ ୨୬୦ ରନ୍‌ କରି ମ୍ୟାଚ୍‌ ଜିତିନେଇଛି। ପୂର୍ବରୁ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ମହାରାଷ୍ଟ୍ର ଅଧିନାୟକ କେଦାର ଯାଦବ ଓ ରାହୁଲ ତ୍ରିପାଠୀଙ୍କ ଅର୍ଦ୍ଧଶତକ ଇନିଂସ ବଳରେ ଧାର୍ଯ୍ୟ ୫୦ ଓଭରରେ ୮ ଉଇକେଟ ହରାଇ ୨୫୯ ରନ୍‌ କରିଥିଲା। ଦଳ ପାଇଁ ରାହୁଲ ସର୍ବାଧିକ ୬୯, ଅଧିନାୟକ କେଦାର ୬୨, ଋତୁରାଜ ଗାଏକ୍ୱାଡ ୩୯ ଓ ନୌଶାଦ ଶେଖ ୩୧ ରନ୍‌ କରିଥିଲେ। ଓଡ଼ିଶା ଲାଗି ବୋଲିଂରେ ସୂର୍ଯ୍ୟକାନ୍ତ ୯ ଓଭର ବୋଲିଂ କରି ୫୦ ରନ୍‌ ଦେଇ ୩ ଉଇକେଟ ନେଇଥିଲେ। ଅଭିଷେକ ରାଉତ ଓ ଗୋବିନ୍ଦ ପୋଦ୍ଦାର ୨ ଲେଖାଏ ଉଇକେଟ ଅକ୍ତିଆର କରିଥିବାବେଳେ ଦୀପକ ବେହେରା ଗୋଟିଏ ସଫଳତା ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

ଡବଲ ପର୍ସନାଲିଟିର ଶିକାର ହୋଇଛନ୍ତି ବୈଭବ ସୂର୍ଯ୍ୟବଂଶୀ! ଶ୍ରେୟସ ଆୟର ଖୋଲିଲେ ବିସ୍ଫୋରକ ବ୍ୟାଟରଙ୍କ ରାଜ

ନୂଆଦିଲ୍ଲୀ,୪।୧୦: ଯୁବ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଧୂଆଁଧାର ବ୍ୟାଟିଂ ପାଇଁ ଜଣାଶୁଣା; ଯେତେବେଳେ ସେ ଲୟକୁ ଆସନ୍ତି, ସେତେବେଳେ ତାଙ୍କ ପ୍ରଭାବ ସାରା ବିଶ୍ୱରେ…

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?