ଶେରଗଡ଼ରେ ବିଜୁ ଜୟନ୍ତୀ ଦିବସ ପାଳିତ

ଶେରଗଡ଼,୫।୩(ଡି.ଏନ.ଏ.): ଶେରଗଡ଼ ବ୍ଲକରେ ବିଜେଡି ପକ୍ଷରୁ ଗୁରୁବାର ବିଜୁ ଜୟନ୍ତୀ ଦିବସ ପାଳିତ ହୋଇଯାଇଛି। ସକାଳ ୮ଟାରେ ଶେରଗଡ଼ ଚାରି ଛକରେ ବିଜେଡିକର୍ମୀ ଓ ନେତାମାନେ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟର୍ପଣ କରି ବିଜୁ ବାବୁଙ୍କ ଗୁଣଗାନ କରିଥିଲେ। ଏହାପରେ ଶେରଗଡ଼ ଚାରିଛକରୁ ଏକ ରାଲି ବାହାରି ହନୁମାନ ମନ୍ଦିର ସମ୍ମୁଖରେ ପହଞ୍ଚିଥିଲା। ସେଠାରେ ଏକ ସ୍ମୃତିସଭା ଆୟୋଜନ କରାଯାଇଥିଲା। ବ୍ଲକ ବିଜେଡି ସଭାପତି ଶରତ ଚନ୍ଦ୍ରପାତ୍ର ଅଧ୍ୟକ୍ଷତାରେ ଅନୁଷ୍ଠିତ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀଙ୍କ ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରତିନିଧି ଶରତ ଚନ୍ଦ୍ର ପାତ୍ର, ବ୍ଲକ ଅଧକ୍ଷା ସାରସ ସାଇଁ, ଜିଲ୍ଲା ପରିଷଦ ସଭ୍ୟ ପ୍ରମୋଦ କୁମାର ପାତ୍ର, ପ୍ରମୋଦ କୁମାର ସାହୁ, ପୂର୍ବତନ ବ୍ଲକ ଅଧକ୍ଷ ବାବୁଲା କୁମାର ଚୋଧୁରୀ, ବ୍ଲକ ଯୁବ ବିଜେଡି ସଭାପତି ସନ୍ତୋଷ କୁମାର ପଟ୍ଟନାୟକ, ହୃଷିକେଶ ପାଢ଼ୀ, ହିନ ବେହେରା, ମେଘନାଦ ଦାସ, ଦିଗାମ୍ବର ନାହାକ, ରଞ୍ଜନ ସେଠୀ, ସମୀର ପ୍ରଧାନ, ବ୍ଲକ ଉପାଧ୍ୟକ୍ଷ ବିଶନାଥ ସାଇଁ ସମେତ ବହୁ କର୍ମୀ ଯୋଗଦେଇଥିଲେ। ଏଥିରେ କର୍ମୀମାନେ ବିଜୁ ବାବୁଙ୍କ ସ୍ବପ୍ନର କାହାଣୀକୁ ବର୍ଣ୍ଣନା କରିଥିଲେ। ସେହିପରି ବ୍ଲକ ସଭା ଗୃହରେ ପଞ୍ଚାୟତ ରାଜ ଦିବସ ପାଳିତ ହୋଇଯାଇଛି। ବିଡିଓ ସୁରଞ୍ଜନ କୁମାର ସାହୁ ଏହାର ସଂଯୋଜନା କରିଥିବା ବେଳେ ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ବିନାୟକ ପଣ୍ଡା ସମେତ ବିଭାଗୀୟ ଅଧିକାରୀମାନେ ଏଥିରେ ସାମିଲ ହୋଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ପଞ୍ଚାୟତସ୍ତରୀୟ ବିଭାଗରେ ହୋଇଥିବା ଯୋଜନାର ସଫଳ ରୂପାୟନ ଦିଗରେ ଚେଷ୍ଟା କରିବାକୁ କୁହାଯାଇଥିଲା। ଉକ୍ତ ବୈଠକରେ ବ୍ଲକ ସମସ୍ତ ସରପଞ୍ଚ ଓ ସମିତିସଭ୍ୟ ସମେତ ବହୁ ବ୍ୟକ୍ତି ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri