ଶେରଗଡ଼ ବ୍ଲକରେ ବନ୍ଦ ହେଲାଣି ୩ ବିଦ୍ୟାଳୟ

ଶେରଗଡ,୨୪ା୮(ଡି.ଏନ.ଏ.)-ଶେରଗଡ଼ ବ୍ଲକରେ ଚଳିତବର୍ଷ ୩ ବିଦ୍ୟାଳୟକୁ ଜିଲା ଶିକ୍ଷା ବିଭାଗ ବନ୍ଦ କଲାଣି। ଗ୍ରାମବାସୀଙ୍କ ସହ ଆଲୋଚନା ନ କରି ଏକତରଫା ଭାବେ ଜିଲା ଶିକ୍ଷା ବିଭାଗ ଏହିସବୁ ବିଦ୍ୟାଳୟକୁ ବନ୍ଦ କରିଦେଇଛି ବୋଲି ନରେନ୍ଦ୍ରପୁର ସରପଞ୍ଚ ବିନୋଦ ବେହେରା କହିଛନ୍ତି।
ପ୍ରକାଶ ଯେ, ଗତ ଜୁଲାଇ ମାସରେ ଶେରଗଡ ବ୍ଲକର ରାଜେନ୍ଦ୍ରପୁର ପ୍ରାଥମିକ ବିଦ୍ୟାଳୟ, ଖୋଲ ପ୍ରାଥମିକ ବିଦ୍ୟାଳୟକୁ ଜିଲା ଶିକ୍ଷା ବିଭାଗ ବନ୍ଦ କରିଦେଇଥିଲା। ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ନିକଟସ୍ଥ ବିଦ୍ୟାଳୟକୁ ଯାଇ ଜଏନ୍‌ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏଥିସହ ଉକ୍ତ ବିଦ୍ୟାଳୟରେ କାମ କରୁଥିବା ଶିକ୍ଷକମାନଙ୍କୁ ଅନ୍ୟ ବିଦ୍ୟାଳୟରେ ଥଇଥାନ କରାଯାଇଛି। ସେହିପରି ଖୋଦ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀର ଶହେବର୍ଷର ଶେରଗଡ ସଂସ୍କୃତ ବିଦ୍ୟାଳୟକୁ ବନ୍ଦ କରି ନିକଟସ୍ଥ ମହାତ୍ମାଗାନ୍ଧୀ ଉଚ୍ଚ ବିଦ୍ୟାଳୟରେ ମିଶାଇ ଦିଆଯାଇଛି। ପଞ୍ଚାୟତ ସମିତିର ସ୍ବୀକୃତି ନ ନେଇ କିପରି ବିଦ୍ୟାଳୟ ଗୁଡିକୁ ବନ୍ଦ କରାଗଲା ସେନେଇ ଶେରଗଡ ପଞ୍ଚାୟତ ସମିତି ବୈଠକରେ ଅସନ୍ତୋଷ ପ୍ରକାଶ ପାଇଥିଲା। ସଂସ୍କୃତ ବିଦ୍ୟାଳୟ ବନ୍ଦ କରିବା ଦ୍ୱାରା ଆମ୍ଭ ଶେରଗଡର ୧୦୦ ବର୍ଷର ସଂସ୍କୃତ ଶିକ୍ଷା ଲୋପ ପାଇଯିବ ବୋଲି ଅବସର ପ୍ରାପ୍ତ ପ୍ରଧାନପଣ୍ଡିତ ସିମାଞ୍ଚଳ ମହାପାତ୍ର କହିଛନ୍ତି। ଏହାକୁ ଜିଲା ଶିକ୍ଷା ବିଭାଗ ତୁରନ୍ତ କାର୍ଯ୍ୟକ୍ଷମ ନକଲେ ଆମେ ବିଧାୟକ ତଥା ଓଡିଶାର ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଅବଗତ କରିବୁ ବୋଲି କହିଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ଦୃଷ୍ଠି ଦିଅନ୍ତୁ ବୋଲି ଅଞ୍ଚଳବାସୀ ଦାବି କରିଛନ୍ତି। ଏ ସମ୍ପର୍କରେ ଜିଲା ଶିକ୍ଷା ଅଧିକାରୀଙ୍କୁ ପୂର୍ବରୁ ଅବଗତ କରାଯାଇଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ ବୋଲି ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…

କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri