ଶେଷ ଇଚ୍ଛା ପୂରଣ କରିବ ଆମ୍ବୁଲାନ୍ସ

ସିଡନି,୨୬।୭: କୁହାଯାଏ ମରିବାକୁ ଥିବା ବା ମୃତବ୍ୟକ୍ତିଙ୍କ ଶେଷ ଇଚ୍ଛା ପୂରଣ କରିବା ଭଲ। ଏହାକୁ ନଜରରେ ରଖି ଅଷ୍ଟ୍ରେଲିଆର ଜଣେ ମହିଳାଙ୍କ ଶେଷ ଇଚ୍ଛା ପୂରଣ କରିବାକୁ ତାଙ୍କୁ ଆମ୍ବୁଲନ୍ସ ଜରିଆରେ ହସ୍ପିଟାଲ ନେବା ପୂର୍ବରୁ ସମୁଦ୍ର କୂଳକୁ ନିଆଯାଇଥିଲା। କାରଣ ତାଙ୍କର ଶେଷ ଇଚ୍ଛା ଥିଲା ମରିବା ପୂର୍ବରୁ ସେ ସମୁଦ୍ର କୂଳକୁ ଯିବେ। ଏବେ ଉକ୍ତ ମହିଳାଙ୍କ ଫଟୋ ଭାଇରାଲ ହେବାରେ ଲାଗିଛି। ଏହାକୁ ନଜରରେ ରଖି ଅଷ୍ଟ୍ରେଲିଆ ସରକାର ଏବେ ଏକ ବଡ ପଦକ୍ଷେପ ନେବାକୁ ଯାଉଛନ୍ତି। ଶେଷ ଇଚ୍ଛା ପୂରଣ କରିବାକୁ ଏବେ ସରକାର ଏକ ସ୍ବତନ୍ତ୍ର ଆମ୍ବୁଲାନ୍ସ ଚଳାଇବେ ବୋଲି କହିଛନ୍ତି। ତେବେ ଘଟଣାଟି ହେଉଛି ୨୦୧୭ ମସିହାର। ଜଣେ ଆମ୍ବୁଲାନ୍ସ କର୍ମଚାରୀ କୁଇନ୍ସଲାଣ୍ଡର ସେହି ମହିଳାଙ୍କ ଇଚ୍ଛା ପୂରଣ କରିବାକୁ ଯାଇ ତାଙ୍କୁ ସମୁଦ୍ର କୂଳକୁ ନେଇ ଯାଇଥିଲେ ଓ ମହିଳା ଜଣଙ୍କ ଷ୍ଟ୍ରେଚରରେ ବସି ସମୁଦ୍ର ଦେଖୁଥିବା ବେଳେ ତାଙ୍କର କିଛି ଫଟୋ ଉଠାଇଥିଲେ। ଏହି ମହିଳାଙ୍କ ଫଟୋ ଦେଖିବା ପରେ ଏଭଳି ବ୍ୟକ୍ତିଙ୍କ ଇଚ୍ଛା ପୂରଣ କରିବାକୁ ଯାଇ ସରକାର ଏବେ ଆମ୍ବୁଲାନ୍ସ ଚଳାଇବାକୁ ସ୍ଥିର କରିଛନ୍ତି।

ଚଳିତ ସପ୍ତାହରେ ଏହି ଯୋଜନା କରାଯାଇଥିବା ବେଳେ ସ୍ବାସ୍ଥ୍ୟମନ୍ତ୍ରୀ ଷ୍ଟିଭନ ମାଇଲ୍ସ କହିଛନ୍ତି ଏହା ଏକ କଠିନ କାମ। କାରଣ ଯେଉଁମାନେ ଶେଷ ଇଚ୍ଛା ପ୍ରକାଶ କରିବେ ସେମାନେ ନା ଚାଲିବୁଲିପାରୁ ଥିବେ ନା ସେମାନେ ସୁସ୍ଥ ଥିବେ ଏମାନଙ୍କୁ ଅକ୍ସିଜେନର ସହାୟତା ଦରକାର ଥିବା ବେଳେ ଏମାନଙ୍କ ଇଚ୍ଛା ପୂରଣ କରିବାର କାମ ସାମାନ୍ୟ କଠିନ ବୋଲି ସେ କହିଛନ୍ତି। ତେବେ ଯେଉଁମାନେ ନିଜ ନାତୁଣୀନାତିଙ୍କ ସହ ମିଶିବାକୁ ଚାହୁଁଥିବେ, ପାଳିତ ପଶୁଙ୍କୁ ଦେଖିବାକୁ ଚାହୁଁଥିବେ, ଆର୍ଟ ଗ୍ୟାଲେରୀ ଅବା ମ୍ୟୁଜିୟମ ବୁଲିବାକୁ ଇଚ୍ଛା କରୁଥିବେ ସେମାନଙ୍କୁ ଏହି ଆମ୍ବୁଲାନ୍ସ ସୁବିଧା ଯୋଗାଇ ଦିଆଯିବ ବୋଲି କୁଯାହାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri