Posted inଜାତୀୟ

ଶେଷ ଚିଠିରେ କ’ଣ ଲେଖିଥିଲେ ସିଦ୍ଧାର୍ଥ

ବେଙ୍ଗାଲୁରୁ, ୩୧।୭: ସୋମବାରଠାରୁ ନିଖୋଜ ଥିବା ‘କାଫେ କଫି ଡେ’ (ସିସିଡି)ର ପ୍ରତିଷ୍ଠାତା ୬୦ ବର୍ଷୀୟ ଭିଜି ସିଦ୍ଧାର୍ଥଙ୍କ ମୃତଦେହ ଉଦ୍ଧାର କରାଯାଇଛି। ନିଖୋଜ ହେବାର ଦୁଇ ଦିନ ପରେ ବୁଧବାର କର୍ଣ୍ଣାଟକର ମେଙ୍ଗାଲୁରୁସ୍ଥିତ ନେତ୍ରବତୀ ନଦୀର ଏକ କୂଳରୁ ସକାଳ ୬ଟା ୩୦ରେ ସିଦ୍ଧାର୍ଥଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ। ମୃତ୍ୟୁ ପୂର୍ବରୁ ସିଦ୍ଧାର୍ଥ ଏକ ଚିଠି ଲେଖିଥିଲେ। ଯାହା ଏବେ ଚର୍ଚ୍ଚାର ପରିସରକୁ ଆସିଛି। ଜାଣନ୍ତୁ ଉକ୍ତ ଚିଠିରେ କ’ଣ ଲେଖାଥିଲା

ସେ ଚିଠିରେ ଲେଖିଛନ୍ତି, ମୁଁ ଜଣେ ଉଦ୍ୟୋଗପତି ଭାବେ ବିଫଳ ହୋଇଛି। ଦୀର୍ଘ ସମୟ ହେଲା ବିଭିନ୍ନ ସମସ୍ୟା ସହ ଲଢୁଥିଲି, କିନ୍ତୁ ଏତେ ଚାପ ଆଉ ସମ୍ଭାଳି ପାରୁନାହିଁ। ତେଣୁ ସବୁ କିଛି ଛାଡିଦେବାକୁ ସ୍ଥିର କରିଛି। ଏତେ ପରିଶ୍ରମ କରି ମଧ୍ୟ ମୁଁ ଏକ ଲାଭଜନକ ବ୍ୟବସାୟ ମଡେଲ ସୃଷ୍ଟି କରିପାରିଲି ନାହିଁ। ମୋ ଉପରେ ଅହେତୁକ ବିଶ୍ୱାସ ଓ ଆସ୍ଥା ସ୍ଥାପନ କରିଥିବା ଲୋକଙ୍କୁ ମୁଁ କ୍ଷମା ମାଗୁଛି। ସେମାନଙ୍କ ପାଇଁ ମଧ୍ୟ ଦୁଃଖ ପ୍ରକାଶ କରୁଛି। ଜଣେ ପାର୍ଟନର ମୋ ଉପରେ ଶେୟାର ଫେରାଇ ନେବାକୁ ବାରମ୍ବାର ଚାପ ପକାଉଛନ୍ତି। ୬ ମାସ ତଳେ ମୁଁ ମୋର ଜଣେ ବନ୍ଧୁଙ୍କଠାରୁ ଟଙ୍କା ଉଧାର ଆଣିଥିଲି।  ଏତେ ବଡ଼ ପରିମାଣର ଋଣ ପରିଶୋଧ କରିପାରୁନାହିଁ। କାହାକୁ ଠକିବା ମୋର ଉଦ୍ଦେଶ୍ୟ ନ ଥିଲା। ହେଲେ ଏବେ ମୁଁ ଅସହାୟ ବୋଧ କରୁଛି। ବ୍ୟବସାୟରେ କ୍ଷତି ହେଉଥିବାବେଳେ ବାରମ୍ବାର ଇନକମ ଟ୍ୟାକ୍ସ ଡିପାର୍ଟମେଣ୍ଟର ଚଢାଉ ମୋତେ ବୋଶ୍‌ କଷ୍ଟ ଦେଇଛି ବୋଲି ସିଦ୍ଧାର୍ଥ ନିଜ ଶେଷ ଚିଠିରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ବିଦ୍ୟାଳୟରେ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ, ମୌଳିକ ସାକ୍ଷରତା ସଂଖ୍ୟା ଜ୍ଞାନ ନେଇ…

କର୍ଲାମୁଣ୍ଡା,୧ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଶନିବାର ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୋଡାଲ କ୍ଲଷ୍ଟର ପକ୍ଷରୁ…

ପର ଘରେ ରୋଷେଇ କରିବାକୁ ଯାଇ ପଡ଼ିଲା ଲୋଲୁପ ଦୃଷ୍ଟି: ବ୍ଲାକମେଲରେ ଅତିଷ୍ଠ ହୋଇ ନାବାଳିକା କରିଦେଲେ ଏମିତି କାଣ୍ଡ

ପୁରୁଷୋତ୍ତମପୁର, ୧।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଗଡ଼ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଧମକ ଓ ବ୍ଲାକମେଲରେ ଅତିଷ୍ଠ ହୋଇ…

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

ପୁଣି ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୫.୮

ଟୋକିଓ,୧।୮: ଜାପାନରେ ପ୍ରକୃତିର ପ୍ରକୋପ ନିରନ୍ତର ଜାରି ରହିଛି। ଶନିବାର, ଉତ୍ତର ଜାପାନର ଆଓମୋରି ପ୍ରିଫେକ୍ଚର ନିକଟରେ 5.8 ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା। ଜାପାନ ପାଣିପାଗ…

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…

ଏଟିଏମ ଭଙ୍ଗା ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୧।୮(ସଙ୍ଗୀତା ଜେନା): ଜରେଇକେଲାରେ ଥିବା ଏକ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମ ଭଙ୍ଗା ଘଟଣାରେ ବିସ୍ରା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ପୋଲିସ ୮,୩୦୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri